‘ନିବେଶକଙ୍କୁ ଆବଶ୍ୟକ ସହଯୋଗ ଯୋଗାଅ’

ଅନୁଗୋଳ ଅଫିସ, ୧୧।୫ – ଅନୁଗୋଳ ଜିଲାର ଶିଳ୍ପ ଓ ଖଣି କ୍ଷେତ୍ର ପ୍ରତି ନିବେଶକମାନଙ୍କୁ ଆକୃଷ୍ଟ କରିବା ଉଦ୍ଦେଶ୍ୟରେ ବଅଁରପାଳ ବ୍ଲକ ଆଲୁମିନିୟମ ପାର୍କଠାରେ ଆୟୋଜିତ ୨ ଦିନିଆ ଅନୁଗୋଳ ଆଡଭାଣ୍ଟେଜ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସଭାରେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ କୁମାର ତ୍ରିପାଠୀ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ସେ କହିଥିଲେ, ମୁଖ୍ୟମନ୍ତ୍ରୀ ରାଜ୍ୟରେ ଶିଳ୍ପ ଉପରେ ଅଧିକ ଗୁରୁତ୍ୱ ଦେଉଛନ୍ତି। ସେଥିପାଇଁ ପ୍ରତି ଜିଲାରେ ଗୋଟିଏ ଲେଖାଏ ଡିଷ୍ଟ୍ରିକ୍ଟ ଇଣ୍ଡଷ୍ଟ୍ରିଆଲ ପ୍ରମୋଶନ ଏଜେନ୍ସି ପ୍ରତିଷ୍ଠା କରାଯିବ। ଅନୁଗୋଳରେ ଅଧିକ ଶିଳ୍ପ ହେଲେ ନିଯୁକ୍ତି ସୁଯୋଗ ବଢ଼ିବ ଏବଂ ଜିଲାର ଆର୍ଥିକ ମାନଦଣ୍ଡ ମଧ୍ୟ ବୃଦ୍ଧି ପାଇବ। ନିବେଶକମାନେ ଶିଳ୍ପ ପ୍ରତିଷ୍ଠା ଦିଗରେ ଆଗ୍ରହ ପ୍ରକାଶ କରୁଥିବାରୁ ସେମାନଙ୍କୁ ରାସ୍ତା, ପାଣି, ବିଦ୍ୟୁତ୍‌, ଜାଗା ଓ ଅନ୍ୟାନ୍ୟ ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଯୋଗାଇ ଦେବାକୁ ମୁଖ୍ୟ ଅତିଥି ତ୍ରିପାଠୀ ପରାମର୍ଶ ଦେଇଥିଲେ।
ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କହିଥିଲେ, ଅନୁଗୋଳରେ ଖଣି ଓ ଶିଳ୍ପ ପାଇଁ ପ୍ରଚୁର ଭିତ୍ତିଭୂମି ଉପଲବ୍ଧ ଅଛି। ଏହାର ଉପଯୋଗ କରି ଜିଲାର ଉନ୍ନତି ତଥା ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ନିମନ୍ତେ ରାଜ୍ୟ ତଥା ରାଜ୍ୟ ବାହାରର ବିଭିନ୍ନ ନିବେଶକ ଓ ଶିଳ୍ପଦ୍ୟୋଗୀଙ୍କୁ ଆମନ୍ତ୍ରିତ କରାଯାଇଛି। ୟୁଏନ୍‌ଇପିର ମୁଖ୍ୟ ଅତୁଲ ବଗାଲ ପୋଷଣୀୟ ଉନ୍ନତି ଓ ଶିଳ୍ପର ସ୍ଥାୟୀ ବିକାଶ ଉପରେ ଆଲୋକପାତ କରିଥିଲେ। ଏମ୍‌ଏସ୍‌ଏମ୍‌ଇର ପ୍ରମୁଖ ଶାସନ ସଚିବ ରଞ୍ଜନା ଚୋପ୍ରା ରାଜ୍ୟରେ ୧୯ ଲକ୍ଷ ଏମ୍‌ଏସ୍‌ଏମ୍‌ଇ ଅଛି ବୋଲି ପ୍ରକାଶ କରିଥିଲେ। ଓଡ଼ିଶା ଷ୍ଟାଟଅଫ୍‌ର ନିର୍ବାହୀ ଅଧ୍ୟକ୍ଷ ଡ. ଓଁକାର ରାୟ ଷ୍ଟାଟଅଫ୍‌ ଇକୋ ସିଷ୍ଟମର ସମର୍ଥନ ଓ ଏହାର ସାଧାରଣ ସମୀକ୍ଷାକୁ ନେଇ ପାୱାର ପଏଣ୍ଟ ଉପସ୍ଥାପନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଆରକ୍ଷୀ ଅଧୀକ୍ଷକ ଜଗମୋହନ ମୀନା, ଡେଭଲପମେଣ୍ଟ ଅଲଟରନେଟିଭ ଗ୍ରୁପର ଅବିନାଶ କୁମାର ଗୁପ୍ତା, ଅତିରିକ୍ତ ଜିଲାପାଳ(ସାଧାରଣ) ରଜନୀକାନ୍ତ ସ୍ବାଇଁ, ଅତିରିକ୍ତ ଜିଲାପାଳ (ରାଜସ୍ବ) ସନ୍ତୋଷ କୁମାର ପ୍ରଧାନ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଦିଲୀପ କୁମାର ସାହୁ, ଜିଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନ, ଅନୁଗୋଳ ଉପଜିଲାପାଳ ବଇତୁରା ଦିପ୍‌ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?