ନିମ୍ନମାନର ଛତୁଆ ପ୍ରଦାନକୁ ନେଇ ତୀବ୍ର ଅସନ୍ତୋଷ

ପୁରୁଷୋତ୍ତମପୁର,୨୦ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପଞ୍ଚାୟତ ସମିତି ବୈଠକ ବିଡିଓ ବିଜୟ କୁମାର ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷା ପିଙ୍କି ବେହେରା ପୌରୋହିତ୍ୟ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଆସ୍କା ଏମ୍‌ପି ପ୍ରମିଳା ବିଷୋୟୀ ଓ ସମ୍ମାନିତ ଅତିଥି ଭାବେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଯୋଗଦେଇଥଲେ। ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଅଙ୍ଗନଓ୍ବାଡି ସେଣ୍ଟର ମାଧ୍ୟମରେ ହିତାଧିକାରୀଙ୍କୁ ଯୋଗାଇ ଦିଆଯାଉଥିବା ଛତୁଆ ଅତି ନିମ୍ନମାନର। ଯାହାକି ଗାଈ ଖାଇବା ଲାଗି ମଧ୍ୟ ଅନୁପଯୁକ୍ତ ବୋଲି ଜନ ପ୍ରତିନିଧିମାନେ ଅଭିଯୋଗ କରିବା ସହ ଏଥିନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରି ତୁରନ୍ତ ଉନ୍ନତମାନର ଛତୁଆ ପ୍ରଦାନ ଲାଗି ଦାବି କରିଥିଲେ। ଏପରିକି ପୂର୍ବରୁ ମଧ୍ୟ ପୂର୍ବତନ ଜନପ୍ରତିନିଧିମାନେ ସମିତି ବୈଠକରେ ଛତୁଆ ନିମ୍ନମାନର ନେଇ ବାରମ୍ବାର ଅଭିଯୋଗ କରିଆସୁଥିବା ବେଳେ ବିଭାଗ ପକ୍ଷରୁ ତାହାକୁ ଗୁରୁତ୍ୱ ନ ଦେଇ ଘୋଡ଼ାଇବାରେ ଲାଗିଛନ୍ତି। ହାଣ୍ଡିଘର, ଶିକୁଳା, ଭାଟକୁମରଡା, ବଡ଼ ବରଗାଁ,  ନୂଆ ଗାଁ, ଝାଡ଼ବାଇ ପଞ୍ଚାୟତରେ ପାନୀୟ ଜଳ ଘୋର ଅସୁବିଧା ଦେଖା ଦେଇଥିବାରୁ ତୁରନ୍ତ ସମାଧାନ ଲାଗି ସରପଞ୍ଚ ସମିତି ସଭ୍ୟମାନେ ଦାବି କରିଥିଲେ। କେଏନପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଦାୟିତ୍ୱ ହସ୍ତାନ୍ତର କରୁ ନ ଥିବାରୁ ପଞ୍ଚାୟତର ଉନ୍ନୟନମୂଳକ କାର୍ଯ୍ୟ ହୋଇପାରୁ ନ ଥିବା ବେଳେ ବୃଦ୍ଧ,ବୃଦ୍ଧା,ଭିନ୍ନକ୍ଷମ ଓ ବିଧବା ଗରିବ ହିତାଧିକାରୀମାନେ ଭତ୍ତା ଟଙ୍କା ପାଇ ନ ପାରି ହଇରାଣ ହେଉଥିବାର ନେଇ ସରପଞ୍ଚ ରାଜଲକ୍ଷ୍ମୀ ବେହେରା ଅଭିଯୋଗ କରିଥିଲେ। ଏହାକୁ ବିଧାୟିକା ଲତିକା ପ୍ରଧାନ ଗୁରୁତର ସହ ନେଇ ତୁରନ୍ତ ଏଥିପ୍ରତି ପଦକ୍ଷେପ ନେବା ଏପରିକି ପୋଲିସରେ ରିପୋର୍ଟ ଦେବା ସହ ନୂତନ ସରପଞ୍ଚଙ୍କୁ ଯଥାଶୀଘ୍ର ଦାୟିତ୍ୱ ଦେବା ଲାଗି ବିଡିଓଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହା ସହ ପାନୀୟ ଜଳ ଯୋଗାଣ ବିଭାଗ, କୃଷି, ପ୍ରାଣୀ, ହଟିକଲଚର, ବିଦ୍ୟୁତ୍‌, ବନ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, ଆଦି ବିଭିନ୍ନ ବିଭାଗର ଉନ୍ନୟନମୂଳକ କାର୍ଯ୍ୟ ମାନ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏଥିରେ ଉପାଧ୍ୟକ୍ଷା ମମତା ବାରିକ, ସରପଞ୍ଚ ସୁଧାକର ଗୌଡ଼, ରାଜଲକ୍ଷ୍ମୀ ବେହେରା, କମା ଦଳେଇ, ସଙ୍ଗୀତା ମହାପାତ୍ର, ଦାସ ବେହେରା, ସମିତିସଭ୍ୟ ସୀମାଞ୍ଚଳ ଗୌଡ଼, ଆଭା ପରିଡ଼ା, ଜଗନ୍ନାଥ ପାତ୍ର, ସୁଲତା ସେଠୀ ପ୍ରମୁଖଙ୍କ ସହ ବହୁ ସରପଞ୍ଚ ଓ ସମିତିସଭ୍ୟ, ବିଭିନ୍ନ ବିଭାଗୀୟ ଅଧିକାରୀ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ବାଙ୍କୀରେ ୧୬୩ ଧାରା ଉଲ୍ଲଂଘନ: ଭାଜପା-ବିଜେଡି ମୁହାଁମୁହିଁ, ୭ ଦିନିଆ ଚେତାବନୀ: ପ୍ରଶାସନିକ କାର୍ଯ୍ୟାନୁଷ୍ଠାନକୁ ନେଇ

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଖଣ୍ଡ ଡମପଡ଼ା ବ୍ଲକ ଏବଂ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବିଏନ୍‌ଏସ୍‌ର ୧୬୩ ଧାରା ଜାରି ହୋଇଥିବା ସତ୍ତ୍ବେ ଦୁଇ ପ୍ରମୁଖ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର…

ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ 

ଦିଗପହଣ୍ଡି, ୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା ଉଦ୍ୟମ ମାମଲାରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri