ବନ୍ୟା ବିପନ୍ନଙ୍କୁ ରନ୍ଧାଖାଦ୍ୟ ଯୋଗାଣ

ନିରାକାରପୁର,୧୯।୯(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ଓରବରସିଂହ ପଞ୍ଚାୟତ ନିକଟସ୍ଥ ରାଜୁଆ, ଦୟା, ମକରା ନଦୀର ଲେଉଟାଣି ପାଣି ଯୋଗୁଁ ପଞ୍ଚାୟତର ହିରିମୂଳ ଗ୍ରାମରେ ଗତ ୨ଦିନଧରି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଚଳିତବର୍ଷର ଏହା ଦିତୀୟ ବନ୍ୟା। ବନ୍ୟା ଯୋଗୁ ଗାଁଟି ଏକ ପ୍ରକାର ଜଳବନ୍ଦୀ ଅବସ୍ଥାରେ ରହିଛି। ଗାଁର ମୁଖ୍ୟ ରାସ୍ତାଟି ବନ୍ୟାଜଳରେ ବୁଡି ରହିଥିବା କାରଣରୁ ବାହ୍ୟଜଗତରୁ ବିଛିନ୍ନ ହୋଇପଡିଛି। ତେଣୁ ଗ୍ରାମର ୩୫ପରିବାରର ପ୍ରାୟ ୨ଶହରୁ ଉର୍ଦ୍ଧ ଅଧିବାସୀ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନିର୍ଦ୍ଦେଶରେ ଖୋର୍ଦ୍ଧା ବିଡ଼ିଓ କ୍ଷୀରାଦ୍ଦି ତନୟା ସାହୁ, ତହସିଲଦାର ବିଭାସ ପାଣିଗ୍ରାହୀ ପ୍ରମୁଖ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ଗାଁଟି ଏବେ ବାହ୍ୟ ଜଗତରୁ ବିଛିନ୍ନଥିବା କାରଣରୁ ବନ୍ୟାସ୍ଥିତି ନ ଟଳିବା ପର୍ଯ୍ୟନ୍ତ ବିପନ୍ନମାନଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଥିବା ଖୋର୍ଦ୍ଧା ବିଡ଼ିଓ କ୍ଷୀରାଦ୍ଦି ତନୟା ସାହୁ ସୂଚନା ଦେଇଛନ୍ତି। ଏତଦବ୍ୟତିତ ଜରୁରୀ କାଳୀନ ଗମନା ଗମନ ଦୃଷ୍ଟିରୁ ବିଭାଗ ପକ୍ଷରୁ ବୋଟ ବ୍ୟବସ୍ଥା ଯୋଗାଇ ଦିଆଯାଇଥିବା ତହସିଲଦାର ବିଭାସ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ସୋମବାର ଅପେକ୍ଷା ପାଣି ବଢୁନଥିଲେ ସୁଦ୍ଧା ଅଦ୍ୟାବଧି ଗାଁ ଭିତରେ ପ୍ରାୟ ୩ ଫୁଟର ବନ୍ୟାଜଳ ଲହଡି ମାରୁଥିବା ଜଣାପଡିଛି। ଗ୍ରାମବାସୀମାନେ ଆତଙ୍କିତ ନହେବା ପାଇଁ ପ୍ରଶାସନ ପକ୍ଷରୁ ଗ୍ରାମବାସୀଙ୍କୁ ସଚେତନ କରାଯାଉଛି। ଉକ୍ତ ପଞ୍ଚାୟତର ପୂର୍ବତନ ସରପଞ୍ଚ ସଞ୍ଜୟ ରାଟସିଂ, ସରପଞ୍ଚ ସାଗରିକା ରାଟସିଂ, ସମିତିସଭ୍ୟ ଦିନେଶ ପାଇକରାୟ, ପଞ୍ଚାୟତ ନିର୍ବାହୀ ଅଧିକାରୀ ଧନଞ୍ଜୟ ଛୋଟରାୟ, ୱାର୍ଡ ସଭ୍ୟ ରଘୁନାଥ ବଳିୟାରସିଂ ପ୍ରମୁଖ ଉପସ୍ଥିତ ରହି ବିପନ୍ନ ମାନଙ୍କୁ ସାହାଯ୍ୟ ସହଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri