ବାଧାମୁକ୍ତ ଦାବି ସମାଧାନର ବ୍ୟବସ୍ଥା

ଭୁବନେଶ୍ୱର,୯।୬: ଏଚ୍‌ଡିଏଫ୍‌ସି ଏର୍ଗୋ ଜେନେରାଲ ଇନ୍‌ସ୍ୟୁରାନ୍ସ ପକ୍ଷରୁ ବାଲେଶ୍ୱର ବାହାନଗାଠାରେ ଘଟିଯାଇଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକମାନଙ୍କ ସମ୍ପର୍କୀୟ ଓ ପ୍ରଭାବିତ ବୀମାଧାରୀମାନଙ୍କୁ ସହାୟତାର ହାତ ବଢ଼ାଇଛି। ବିଶେଷକରି କମ୍ପାନୀ ସହ ଜଡ଼ିତ ବୀମାଧାରୀଙ୍କ ବୀମା ସମ୍ପର୍କିତ ସୂଚନା ଓ ଆବଶ୍ୟକ ସହଯୋଗ ପ୍ରଦାନ କରିବା ଏବଂ ଏକ ବାଧାମୁକ୍ତ ଦାବି ସମାଧାନର ବ୍ୟବସ୍ଥା କରିବା ପାଇଁ କମ୍ପାନୀ ପକ୍ଷରୁ ଏକ ଉତ୍ସର୍ଗୀକୃତ ଡେସ୍କର ଶୁଭାରମ୍ଭ କରାଯାଇଛି। ଅପରପକ୍ଷରେ କମ୍ପାନୀ ପକ୍ଷରୁ ବ୍ୟକ୍ତିଗତ ଦୁର୍ଘଟଣା କିମ୍ବା ସ୍ବାସ୍ଥ୍ୟ ବୀମା ଦାବିଗୁଡିକ ସହ କୌଣସି ପ୍ରକାର ସହାୟତା ପାଇଁ ଏକ ହେଲ୍ପଲାଇନ୍‌ ନମ୍ବର- +୯୧୮୯୭୬୮୭୬୪୦୪ ଓ ଇମେଲ୍ ଶୁଭାରମ୍ଭ କରାଯାଇଛି। ଏପରିକି ଏକ ବିଶେଷଜ୍ଞ ଟିମ୍‌ ଦାବିଦାରମାନଙ୍କୁ ବ୍ୟକ୍ତିଗତ ସହଯୋଗ ପ୍ରଦାନ କରିବ। ବିଶେଷକରି ବୀମାଧାରୀଙ୍କ ଦାବି ପ୍ରକ୍ରିୟାଗୁଡିକରେ ଉଚିତ ମାର୍ଗଦର୍ଶନ ପ୍ରଦାନ କରିବ ଓ ସେମାନଙ୍କ ପାଖରେ ଥିବା ଯେ କୌଣସି ପ୍ରକାର ସମସ୍ୟାର ସମାଧାନ କରିବ। ଏଚ୍‌ଡିଏଫ୍‌ସି ଏର୍ଗୋ ଏହି ମର୍ମନ୍ତୁଦ ଦୁର୍ଘଟଣାର ପୀଡ଼ିତମାନଙ୍କୁ ସାହାଯ୍ୟ କରିବା ପାଇଁ ଏହାର ପହଞ୍ଚ, ଟେକ୍ନୋଲୋଜି ଓ ସଂସାଧନଗୁଡ଼ିକର ବ୍ୟବହାର କରିବା ପାଇଁ ସମର୍ପିତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଏକ ରହସ୍ୟମୟ ଗାଁ, ଯେଉଁଠି ଚାଲିଯାଏ ଲୋକଙ୍କ ଦୃଷ୍ଟିଶକ୍ତି! କାରଣ ଜାଣିଲେ ହେବେ ଚକିତ

ମେକ୍ସିକୋର ଏକ ଦୂରଦୂରାନ୍ତ ଗାଁକୁ ନେଇ ଦୀର୍ଘଦିନ ଧରି ଏକ ରହସ୍ୟମୟ କାହାଣୀ ପ୍ରଚଳିତ ରହିଛି। କୁହାଯାଏ, ଏଠାରେ ଲୋକଙ୍କ ସହ ପଶୁମାନଙ୍କର ମଧ୍ୟ ଦୃଷ୍ଟିଶକ୍ତି ଚାଲିଯାଉଥିଲା।…

ଏସିଆନ ଗେମ୍ସ ଫାଇନାଲରେ ସ୍ମୃତି ମନ୍ଧାନା ରଚିଲେ ଇତିହାସ: ଏମିତି ରେକର୍ଡ କରି ହେଲେ ବିଶ୍ୱର ପ୍ରଥମ ବ୍ୟାଟର

ନୂଆଦିଲ୍ଲୀ,୨୨।୯: ଏସିଆନ ଗେମ୍ସର ଗୋଲ୍ଡ ମେଡାଲ ମ୍ୟାଚରେ ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରଚିଛନ୍ତି ନୂଆ ଇତିହାସ। ଶ୍ରୀଲଙ୍କା ବିପକ୍ଷ ଫାଇନାଲରେ ୧୧ ହଜାର ଅନ୍ତର୍ଜାତୀୟ…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

କର୍କଟ ରାଶିରେ ଏକାଠି ହେବେ ୩ ବଡ଼ ଗ୍ରହ: ୪ ରାଶିଙ୍କ କ୍ୟାରିୟରରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ କୋଟିକୋଟି ଟଙ୍କା!

ଭୁବନେଶ୍ୱର,୨୨।୯: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଯେତେବେଳେ ତିନିଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କରନ୍ତି, ସେତେବେଳେ ତ୍ରିଗ୍ରହୀ ଯୋଗ ଗଠିତ ହୁଏ। ଆସନ୍ତା ଅକ୍ଟୋବର ୪ରେ…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ମନ୍ତ୍ରୀ: ଏହି ୭ ଜିଲାରେ ଭୀଷଣ ବର୍ଷା! ରେଡ୍‌ ୱାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୨।୯: ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ୨୩ ଓ ୨୪ ପାଇଁ କୋରାପୁଟ, ଗଜପତି, ଗଞ୍ଜାମକୁ ରେଡ…

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

ନବରଙ୍ଗପୁର ଜିଲାପାଳଙ୍କ ବଡ଼ ଘୋଷଣା: ସରକାରୀ ଅଧିକାରୀଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଉଛି। ଫଳରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?