ସାର ପାଇଁ ଉତ୍ତେଜନା: ଦୁଇଗେଷ୍ଠୀ ମୁହାଁମୁହିଁ 

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳରେ ୟୁରିଆ ସାରର ଘୋର ଅଭାବ ଦେଖାଦେଇଛି। ଚାଷୀଙ୍କୁ ମିଳୁନି ୟୁରିଆ ସାର। ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ସମ୍ମୁଖରେ ରବିବାର ସକାଳୁ ଚାଷୀଙ୍କ ଲମ୍ବା ଲାଇନ ଲାଗିଥିଲା।ସେମାନଙ୍କ ମଧ୍ୟରେ ଠେଲା ପେଲା ହେବାରୁ ଚାପା ଉତ୍ତେଜନା ପ୍ରକାଶ ପାଇଛି। ପରେ କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିଥିଲା। ପୋଲିସ ଉପସ୍ଥିତିରେ ସାର ବଣ୍ଟନ କରାଯାଇଥିଲା।
ସମବାୟ ସମ୍ପାଦକ ଚନ୍ଦ୍ରଧଜ ସାହୁଙ୍କୁ ପଚାରିବାରୁ ପୂର୍ବରୁ ୫ଟି ଟ୍ରକରେ ଆସିଥିବା ୧୧୨୫ ବସ୍ତା ୟୁରିଆ ସାର ଉଭୟ ଭ୍ରମରପୁର ପଞ୍ଚାୟତ ଏବଂ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅଧୀନ ଗ୍ରାମର ପଞ୍ଜୀକୃତ ଚାଷୀଙ୍କୁ ବିକ୍ରି କରାଯାଇଥିଲା। ଶନିବାର ପୁଣି ୩ ଟି ଟ୍ରକ ରେ ୬୭୫ ବସ୍ତା ସାର ସମବାୟ ଗୋଦାମକୁ ଆସିଥିଲା।ଚାଷୀଙ୍କୁ ବିକ୍ରି ପାଇଁ ବ୍ୟବସ୍ଥା କରିବା ବେଳେ ପୂର୍ବରୁ ସାର ନେଇ ସାରିଥିବା କିଛି ଚାଷୀ ପୁଣି ସାର ନେବା ପାଇଁ ଆସିବାରୁ ପୋଲିସ ଉପସ୍ଥିତିରେ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁ ମୁହି ପରିସ୍ଥିତି ସୃଷ୍ଟି ହୋଇଥିଲା। ଗ୍ରାମର ଭଦ୍ର ବ୍ୟକ୍ତି ମାନଙ୍କ ଉପସ୍ଥିତିରେ ସମାଧାନ କରାଯାଇଥିଲେ ମଧ୍ୟ ସାର ବିକ୍ରି ବନ୍ଦ ରଖାଯାଇଥିଲା। ଦୁଇଟି ପଞ୍ଚାୟତର ୨୨ ଖଣ୍ଡ ଗାଁକୁ ନେଇ ଗଠିତ ଚୌଧୁରୀ ଟିକରପଡ଼ା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତିକୁ ନିଅଣ୍ଟିଆ ସାର ଯୋଗାଣ ଯୋଗୁ ପରିସ୍ଥିତି ଅସମ୍ଭାଳ ହୋଇଛି। ପ୍ରାୟ ୫ ହଜାର ଚାଷୀଙ୍କୁ ବର୍ତ୍ତମାନ ସୁଦ୍ଧା ମାତ୍ର ୨ ହଜାର ୟୁରିଆ ସାର ବସ୍ତା ଯୋଗାଣ କରାଯାଇଥିବାରୁ ଚାଷୀଙ୍କୁ ଆବଶ୍ୟକ ସାର ମିଳୁନି। କିଛି ଚାଷୀ ଅନ୍ୟ ସେବା ସମବାୟ ସମିତିରୁ ସାର କ୍ରୟ କରି ଜମିରେ ପକାଇଥିବା କହିଛନ୍ତି। ଚଳିତବର୍ଷ ୟୁରିଆ ସାର ବିକ୍ରି ପାଇଁ ରେଜିଷ୍ଟ୍ରିଭୁକ୍ତ ଘରୋଇ ଡିଲର ମାନଙ୍କୁ ପର୍ଯ୍ୟାପ୍ତ ପରିମାଣର ସାର ସରକାର ଯୋଗାଇ ଦେଇ ନ ଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ଜଣାପଡ଼ିଛି।

Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri