Posted inଖେଳ

ପିଏସ୍‌ଏ ବିଶ୍ୱ ର଼୍ୟାଙ୍କିଙ୍ଗ୍‌: ଟପ୍‌ ୧୦ରେ ଜ୍ୟୋତ୍ସ୍ନା

ନୂଆଦିଲ୍ଲୀ,୮।୭(ପି.ଟି.): ଭାରତୀୟ ମହିଳା ସ୍କ୍ବାଶ୍‌ ତାରକା ଜ୍ୟୋତ୍ସ୍ନା ଚିନାପ୍ପା ସଦ୍ୟ ପ୍ରକାଶିତ ପ୍ରଫେଶନାଲ ସ୍କ୍ବାଶ୍‌ ଆସୋସିଏଶନ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ଟପ୍‌-୧୦ରେ ସ୍ଥାନ ହାସଲ କରିଛନ୍ତି। ଇଜିପ୍ଟର ୧ ନମ୍ବର ଖେଳାଳି ରାନୀମ ଏଲ ଓ୍ବେଲିଲି ହଠାତ୍‌ ଅବସର ଘୋଷଣା କରିବା ପରେ ଜ୍ୟୋତ୍ସ୍ନାଙ୍କୁ ଏହି ସୁଯୋଗ ମିଳିଛି।
କୋଭିଡ୍‌-୧୯ ମହମାରୀ କାରଣରୁ ଜ୍ୟୋତ୍ସ୍ନା ଗତ ମାର୍ଚ୍ଚରୁ ଖେଳିନାହାନ୍ତି। ତେବେ ସେ ଗୋଟିଏ ସ୍ଥାନ ଉପରକୁ ଉଠି ଦଶମ ସ୍ଥାନରେ ରହିଛନ୍ତି। ୨୦୧୬ ବର୍ଷ ପରେ ୩୩ ବର୍ଷୀୟା ଜ୍ୟୋତ୍ସ୍ନା ପ୍ରଥମଥର ପାଇଁ ଶ୍ରେଷ୍ଠ ୧୦ରେ ସ୍ଥାନ ପାଇଛନ୍ତି। ପୂର୍ବରୁ ଅବଶ୍ୟ ଦୀପିକା ପାଲିକାଲ ଅନ୍ୟତମ ଭାରତୀୟ ଖେଳାଳିଭାବେ ଏହି ସଫଳତା ହାସଲ କରିଛନ୍ତି। ରାନୀମ ଅବସର ଗ୍ରହଣ କରିବା ପରେ ଇଜିପ୍ଟର ଅନ୍ୟତମ ଖେଳାଳି ଗୋହର ବିଶ୍ୱର ନୂଆ ୧ ନମ୍ବର ଖେଳାଳି ସାବ୍ୟସ୍ତ ହୋଇଛନ୍ତି। ଅବସର ଘୋଷଣା କରିବା ପୂର୍ବରୁ ରାନୀମ୍‌ ୧୯ ମାସ ଧରି ୧ ନମ୍ବର ସ୍ଥାନରେ ରହିଆସୁଥିଲେ।
ଅପରପକ୍ଷରେ ପୁରୁଷ ବିଭାଗରେ ଭାରତର ସୌରଭ ଘୋଷାଲ ସଦ୍ୟ ପ୍ରକଶିତ ର଼୍ୟାଙ୍କିଙ୍ଗ୍‌ରେ ପୂର୍ବପରି ୧୩ତମ ସ୍ଥାନ ବଜାୟ ରଖିଛନ୍ତି। କରୋନା ଭାଇରସ୍‌ ସଂକ୍ରମଣ କାରଣରୁ ପିଏସ୍‌ଏ ଟୁରକୁ ଅଗଷ୍ଟ ମଧ୍ୟଭାଗ ପର୍ଯ୍ୟନ୍ତ ବାତିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?