Posted inଖେଳ

ସଙ୍କଟରେ ପିଏସ୍‌ଏଲ୍‌: ଫେରି ଆସିବେ ଭାରତୀୟ ବ୍ରଡକାଷ୍ଟର

କରାଚୀ,୨୪ା୪: ଆଗାମୀ ଦିନରେ ପାକିସ୍ତାନ ସୁପର ଲିଗ (ପିଏସ୍‌ଏଲ୍‌)ର ପ୍ରସାରଣ ସଙ୍କଟରେ ପଡ଼ିପାରେ। ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଦୁଇ ଦେଶ ମଧ୍ୟରେ ଦେଖାଦେଇଥିବା ତିକ୍ତତା ଯୋଗୁ ପିଏସ୍‌ଏଲ୍‌ର ପ୍ରସାରଣରେ କାର୍ଯ୍ୟ କରୁଥିବା ଅଭିଜ୍ଞ ଭାରତୀୟ କ୍ରୁ ସଦସ୍ୟଙ୍କୁ ସ୍ବଦେଶ ପଠାଇବାକୁ ପାକିସ୍ତାନ ସରକାର ନିଷ୍ପତ୍ତି ନେଇଛନ୍ତି।

ପିଏସ୍‌ଏଲ୍‌ର ପ୍ରଡକଶନ ଓ ବ୍ରଡକାଷ୍ଟ କ୍ରୁ ମଧ୍ୟରେ ଦୁଇ ଡଜନରୁ ଅଧିକ ଭାରତୀୟ ରହିଛନ୍ତି। ସେମାନଙ୍କ ସ୍ଥାନରେ ଯଥା ଶୀଘ୍ର ଅନ୍ୟଙ୍କୁ ନିଯୁକ୍ତ କରିବାକୁ ପଦକ୍ଷେପ ନିଆଯାଉଛି। ବ୍ରଡକାଷ୍ଟ ଓ ପ୍ରଡକଶନ କ୍ରୁ ମଧ୍ୟରେ ଭାରତୀୟ ଇଞ୍ଜିନିୟର, ପ୍ରଡକଶନ ମ୍ୟାନେଜର, କ୍ୟାମେରାମ୍ୟାନ, ଖେଳାଳିଙ୍କୁ ଟ୍ରାକ କରୁଥିବା ବିଶେଷଜ୍ଞ ରହିଛନ୍ତି। ଇସ୍ଲାମାବାଦରେ ଗୁରୁବାର ବସିଥିବା ଜାତୀୟ ସୁରକ୍ଷା କାଉନ୍ସିଲ ବୈଠକରେ ସମସ୍ତ ଭାରତୀୟ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ପାକିସ୍ତାନ ଛାଡ଼ିବା ଉଚିତ ବୋଲି ଘୋଷଣା କରାଯାଇଛି।

ଭାରତୀୟ ଷ୍ଟ୍ରିମିଂ ପ୍ଲାଟଫର୍ମ ଫ୍ୟାନକୋଡ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌)ର ପ୍ରସାରଣକୁସସପେଣ୍ଡ କରୁଥିବା ଗୁରୁବାର ଘୋଷଣା କରିଛି। ପହଲଗାମରେ ଘଟିଥିବା ବିଚଳିତ କଲା ଭଳି ଘଟଣା ଓ ରାଷ୍ଟ୍ରୀୟ ଭାବନାକୁ ଦୃଷ୍ଟିରେ ରଖି ଫ୍ୟାନକୋଡ ଗୁରୁବାରଠାରୁ ପିଏସ୍‌ଏଲ୍‌ର କୌଣସି ମ୍ୟାଚ୍‌ର ସାଧାପ୍ରସାରଣ କରିବ ନାହିଁ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ହଠାତ୍‌ କ୍ରିକେଟ୍‌କୁ ବାଏ ବାଏ କଲେ ଏହି କିମ୍ବଦନ୍ତୀ କ୍ରିକେଟର୍‌: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୧।୧: କିମ୍ବଦନ୍ତୀ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ୪୩ ବର୍ଷ ବୟସରେ ପାକିସ୍ତାନ ସୁପର ଲିଗରୁ ଅବସର ନେଇଛନ୍ତି। ସେ ୨୦୧୬ରେ ଏହାର ଉଦଘାଟନୀ ସିଜିନରୁ...

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ...

ICCର ଅଲ୍ଟିମେଟମ୍‌ ପରେ ବି ସୁଧୁରିଲାନି ବାଂଲାଦେଶ, ସିଧା ସିଧା ଶୁଣାଇଦେଲା ‘ଆମେ…’

ଢାକା,୨୧।୧: ଆସନ୍ତା ୭ ତାରିଖରୁ ହେବାକୁଥିବା ଟି୨୦ ବିଶ୍ୱକପ୍‌ରେ ଭାଗ ନେବା ପାଇଁ ବାଂଲାଦେଶ ଦଳ କୌଣସି ପରିସ୍ଥିତିରେ ଭାରତ ଯିବନାହିଁ। ୨୧ ତାରିଖ ସୁଦ୍ଧା...

ଏହି କ୍ରିକେଟର୍‌ଙ୍କୁ ଟାର୍ଗେଟ କଲେ କୋହଲିଙ୍କ ଭାଇ: କହିଲେ, କରିବା ଅପେକ୍ଷା କହିବା ସହଜ

ନୂଆଦିଲ୍ଲୀ,୨୦।୧: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ପୁଣି ଥରେ ପୂର୍ବତନ ଭାରତୀୟ କ୍ରିକେଟର ଏବଂ ପ୍ରସିଦ୍ଧ ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କୁ...

ବିରାଟ-ରୋହିତଙ୍କୁ ବଡ଼ ଝଟକା ଦେବ BCCI! ଜାଡେଜାଙ୍କୁ ହେବ ଫାଇଦା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୦।୧: ଟିମ ଇଣ୍ଡିଆ ନ୍ୟୁଜିଲାଣ୍ଡ ବିପକ୍ଷରେ ଏକଦିବସୀୟ ସିରିଜ ହାରିଗଲା। ଏହି ପରାଜୟ ଦଳ ପରିଚାଳନା ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ଏହି ସମୟରେ, ବିସିସିଆଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri