ସାଇକୋଲୋଜିକାଲ କାଉନ୍‌ସେଲିଂ ଆରମ୍ଭ

ଭୁବନେଶ୍ୱର, ୧୦।୧(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ଦଶମ ଓ ଦ୍ୱାଦଶ ଛାତ୍ରୀଛାତ୍ରଙ୍କ ପାଇଁ ସାଇକୋଲୋଜିକାଲ କାଉନ୍‌ସେଲିଂ ସୋମବାରଠାରୁ ଆରମ୍ଭ ହୋଇଛି। ଦୁଇବର୍ଷ ପରେ ଛାତ୍ରୀଛାତ୍ରମାନେ ଚଳିତବର୍ଷ ଫିଜିକାଲ ମୋଡ୍‌ରେ ପରୀକ୍ଷା ଦେବେ। ତେଣୁ ଏହି କାଉନ୍‌ସେଲିଂ ଛାତ୍ରୀଛାତ୍ରଙ୍କୁ ବହୁ ସହାୟ ହେବ ବୋଲି ସିବିଏସ୍‌ଇ କହିଛି। ପିଲାଙ୍କ ମୁଣ୍ଡରୁ ଚିନ୍ତା ଦୂର କରିବା ପାଇଁ ସିବିଏସ୍‌ଇ ଏଭଳି ପଦକ୍ଷେପ ନେଇଛି। ପୂର୍ବରୁ ବୋର୍ଡ ପ୍ରଶ୍ନପତ୍ର ନମୁନା, ପରୀକ୍ଷା ନମୁନା, ମାର୍କ ଆଦି ସିବିଏସ୍‌ଇ ତା’ର ଓ୍ବେବ୍‌ସାଇଟ୍‌ରେ ରିଲିଜ କରିସାରିଛି। ତେଣୁ ଛାତ୍ରୀଛାତ୍ରମାନେ ପରୀକ୍ଷା ପାଇଁ ନିଜକୁ ପ୍ରସ୍ତୁତ କରିବାରେ କୌଣସି ଅସୁବିଧା ହେବ ନାହିଁ।
ସୂଚନାଯୋଗ୍ୟ, ସିବିଏସ୍‌ଇ ଦଶମ ଓ ଦ୍ୱାଦଶ ପରୀକ୍ଷା ଫେବୃୟାରୀ ୧୫ରୁ ଆରମ୍ଭ ହେବ। ଦଶମ ପରୀକ୍ଷା ମାର୍ଚ୍ଚ ୨୧ରେ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ଏପ୍ରିଲ ୫ରେ ସରିବ। ଉଭୟ ଶ୍ରେଣୀର ପରୀକ୍ଷା ସକାଳ ସାଢ଼େ ୧୦ଟାରେ ଆରମ୍ଭ ହେବ। ତେବେ କିଛି ପରୀକ୍ଷା ଅପରାହ୍ନ ସାଢ଼େ ୧୨ଟାରେ ସରିବାକୁ ଥିବାବେଳେ ଆଉକିଛି ବିଷୟର ପରୀକ୍ଷା ଅପରାହ୍ନ ସାଢ଼େ ୧ଟାରେ ଶେଷ ହେବ। ପରୀକ୍ଷା ପ୍ରଶ୍ନପତ୍ର ପଢ଼ିବା ପାଇଁ ଉଭୟ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ୧୫ ମିନିଟ୍‌ ସମୟ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri