Posted inଖେଳ

କୁସ୍ତିଯୋଦ୍ଧାଙ୍କ ଉପରେ କ୍ଷୁବ୍‌ଧ ପି.ଟି. ଉଷା

ନୂଆଦିଲ୍ଲୀ, ୨୮ା୪ (ପି.ଟି.): ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ସଭାପତି ବ୍ରିଜଭୂଷଣ ଶରଣ ସିଂଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣରେ ବିଳମ୍ବ ଘଟୁଥିବାରୁ ପୁଣି ଧାରଣାରେ ବସିଥିବା କୁସ୍ତିଯୋଦ୍ଧାମାନଙ୍କ ଉପରେ କ୍ଷୁବ୍ଧ ହୋଇଛନ୍ତି ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ସଭାପତି ପି.ଟି. ଉଷା। ଏହାଦ୍ୱାରା ଭାରତର ଭାବମୂର୍ତ୍ତି କ୍ଷୁଣ୍ଣ ହେଉଛି। କୁସ୍ତିଯୋଦ୍ଧାମାନେ ସମସ୍ୟା ନେଇ ଆମ ନିକଟକୁ ଆସିବା ପରିବର୍ତ୍ତେ ଧାରଣାରେ ବସିବା ଦ୍ୱାରା ସେମାନଙ୍କ ନିକଟରେ ଶୃଙ୍ଖଳାର ଅଭାବ ରହିଥିବା ମନେହେଉଛି। ଧର୍ମଘଟକାରୀଙ୍କ ନେତୃତ୍ୱ ନେଉଛନ୍ତି ବିଶିଷ୍ଟ କୁସ୍ତିଯୋଦ୍ଧା ଭିନେଶ୍‌ ଫୋଗତ, ବଜରଙ୍ଗ ପୁନିଆ ଓ ସାକ୍ଷୀ ମଲିକ। ଡବ୍ଲ୍ୟୁଏଫ୍‌ଆଇ ସଭାପତିଙ୍କ ବିରୋଧରେ ସେମାନେ ଯୌନ ନିର୍ଯାତନା ଅଭିଯୋଗ ଆଣିବା ସହ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଆଇଓଏ ଏପର୍ଯ୍ୟନ୍ତ ଅଭିଯୋଗର ତଦନ୍ତ କାର୍ଯ୍ୟ ଶେଷ କରି ନ ଥିବା ବେଳେ ସରକାରଙ୍କ ଦ୍ୱାରା ଗଠିତ ନିରୀକ୍ଷଣ କମିଟି ଏହାର ରିପୋର୍ଟ ଏପର୍ଯ୍ୟନ୍ତ ସାର୍ବଜନୀନ କରିନାହିଁ। ଇତିମଧ୍ୟରେ ଅଭିଯୋଗକୁ ଦୀର୍ଘ ୩ ମାସ ବିତିଯାଇଥିଲେ ମଧ୍ୟ କୌଣସି ସୁଫଳ ନ ମିଳିବାରୁ ଏଥିରେ ହତାଶ ହୋଇ କୁସ୍ତିଯୋଦ୍ଧାମାନେ ଯନ୍ତରମନ୍ତରଠାରେ ଏପ୍ରିଲ ୨୩ରୁ ପୁଣି ଧାରଣାରେ ବସିଛନ୍ତି। ଡବ୍‌ଲ୍‌ୟୁଏଫ୍‌ଆଇ ମୁଖ୍ୟଙ୍କ ଗିରଫ ଦାବିରେ ସେମାନେ ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଆଇଓଏ କାର୍ଯ୍ୟନିର୍ବାହୀ କମିଟି ବୈଠକ ପରେ ଉଷା ଖବରଦାତାମାନଙ୍କୁ କହିଛନ୍ତି, ଆଇଓଏର ଏକ କମିଟି ଓ ଆଥ୍‌ଲେଟ୍ସ କମିଶନ ରହିଛି। କୁସ୍ତିଯୋଦ୍ଧାମାନେ ରାସ୍ତାକୁ ନ ଓହ୍ଲାଇ ସେମାନଙ୍କ ସମସ୍ୟା ନେଇ ଆମ ନିକଟକୁ ଆସିବାର ଥିଲା। ଅପରପକ୍ଷେ କୁସ୍ତିଯୋଦ୍ଧାମାନେ ସେମାନଙ୍କ ଦାବି ପୂରଣ ନ ହେଲା ପର୍ଯ୍ୟନ୍ତ ଧାରଣାରୁ ଓହିବେ ନାହିଁ ବୋଲି ଅଡ଼ି ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?