ନିତିନ ଦେଶାଇଙ୍କ ପରଲୋକ, ଷ୍ଟୁଡିଓରୁ ମିଳିଲା ମୃତଦେହ, ଫିଲ୍ମ ଦେବଦାସ, ଯୋଦ୍ଧା-ଆକବର, ଲଗାନର ଥିଲେ ସେଟ ଡିଜାଇନର୍‌…

ମୁମ୍ବାଇ,୨।୮ : ଜଣାଶୁଣା କଳା ନିର୍ଦ୍ଦେଶକ ନିତିନ ଦେଶାଇଙ୍କ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ମୁମ୍ବାଇ ନିକଟ କରଜତରେ ଥିବା ତାଙ୍କ ଏନଡି ଷ୍ଟୁଡିଓରେ ନିତିନ ଦେଶାଇଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ ମିଳିଛି। ତାଙ୍କ ମୃତ୍ୟୁ ଖବର ସାମ୍ନାକୁ ଆସିବା ପରେ ପୁରା ବଲିଉଡ ଶୋକରେ ରହିଛି।

ସନ୍ଦେହଜନକ ଅବସ୍ଥାରେ ନିତିନ ଦେଶାଇଙ୍କ ମୃତଦେହ ମିଳିବା ପରେ ପୋଲିସ ମଧ୍ୟ ତଦନ୍ତ ଆରମ୍ଭ କରିଛି। ତାଙ୍କ ମୃତ୍ୟୁର କାରଣ ସମ୍ପର୍କରେ ପୋଲିସ ଏପର୍ଯ୍ୟନ୍ତ ଅଧିକ ତଥ୍ୟ ଶେୟାର କରିନାହିଁ, କିନ୍ତୁ ପ୍ରାରମ୍ଭିକ ରିପୋର୍ଟରେ ସେ ଆତ୍ମହତ୍ୟା କରିଥିବା କୁହାଯାଉଛି। ତେବେ ଏପର୍ଯ୍ୟନ୍ତ କୌଣସି ଆତ୍ମହତ୍ୟା ନୋଟ ଜବତ କରାଯାଇ ନାହିଁ।

ଏହି ମାମଲା ସମ୍ପର୍କରେ ସୂଚନା ଦେଇ ରାଇଗଢ଼ ଏସପି ସୋମନାଥ ଘରଗେ କହିଛନ୍ତି, ବୁଧବାର ସକାଳେ ନିତିନ ଦେଶାଇଙ୍କ ମୃତଦେହ ଏନଡି ଷ୍ଟୁଡିଓରେ ଝୁଲୁଥିବା ଦେଖିବାକୁ ମିଳିଥିଲା। ଆମେ ସମସ୍ତ ଦିଗ ନେଇ ଅନୁସନ୍ଧାନ କରୁଛୁ ।

ସେ ଆର୍ଥିକ ଅସୁବିଧାର ସମ୍ମୁଖୀନ ହୋଇଥିଲେ ଏବଂ ତାଙ୍କ ଷ୍ଟୁଡିଓ ଠିକ ଭାବରେ ଚାଲୁ ନ ଥିଲା ବୋଲି ଚର୍ଚ୍ଚା ହେଉଛି। ତେବେ ପୋଲିସ ପକ୍ଷରୁ କୌଣସି ଖବର ନିଶ୍ଚିତ କରାଯାଇ ନାହିଁ।

ଶ୍ରେଷ୍ଠ କଳା ନିର୍ଦ୍ଦେଶନା ପାଇଁ ନିତିନ ଦେଶାଇ ଚାରିଥର ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଛନ୍ତି। ଏଥିମଧ୍ୟରେ, ୧୯୯୯ ମସିହାରେ ଡକ୍ଟର ଆମ୍ବେଦକର ଜାତୀୟ ପୁରସ୍କାର ମଧ୍ୟ ପ୍ରଦାନ କରାଯାଇଥିଲା। ଏହା ସହିତ ତାଙ୍କୁ ‘ହମ ଦିଲ ଦେ ଚୁକେ ସନମ’, ‘ଲଗାନ’ ଏବଂ ’ଦେବଦାସ’ ପାଇଁ ସମ୍ମାନିତ କରାଯାଇଥିଲା। ଶେଷ ଥର ପାଇଁ ସେ ଫିଲ୍ମ ‘ପାନିପଥ’ ପାଇଁ କାମ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri