ଲକ୍ଷ୍ମୀଡୁଙ୍ଗୁରୀଠାରେ ନିଆରା ପୁଅ ଜିଉଁନ୍ତିଆ

ସମ୍ବଲପୁର,୧୭ା୯(ବ୍ୟୁରୋ): ସମ୍ବଲପୁର ବୁଢ଼ାରଜା ବନ ସଂରକ୍ଷଣ ସମିତି ପକ୍ଷରୁ ନିଆରା ପୁଅ ଜିଉଁନ୍ତିଆ ବ୍ରତ ଶୁକ୍ରବାର ଲକ୍ଷ୍ମୀଡୁଙ୍ଗୁରୀଠାରେ ପାଳିତ ହୋଇଯାଇଛି । ଅଞ୍ଚଳର ମହିଳାମାନେ ସମବେତ ହୋଇ ମା’ ମଙ୍ଗଳା ମନ୍ଦିର ନିକଟସ୍ଥ ବୃକ୍ଷକୁ ସ୍ବତନ୍ତ୍ର ପୂଜାର୍ଚ୍ଚନା କରିଥିଲେ । ଘଣ୍ଟଶଙ୍ଖ, ହରିବୋଲ, ହୁଳହୁଳିରେ ଅଞ୍ଚଳ ପ୍ରକମ୍ପିତ ହୋଇଥିଲା । ବୃକ୍ଷଗୁଡ଼ିକର ସୁରକ୍ଷା ପାଇଁ ମହିଳାମାନେ ବନ୍ଦାଣ କରିବା ସହ ଜିଉଁନ୍ତିଆ ପିନ୍ଧାଇଥିଲେ ।
ସୂଚନାଯୋଗ୍ୟ ଯେ, ପଶ୍ଚିମ ଓଡ଼ିଶାର ମାଆମାନେ ପୁତ୍ରର ଦୀର୍ଘଜୀବନ ଓ ମଙ୍ଗଳ ମନାସୀ ପୁଅଜିଉଁନ୍ତିଆ ବ୍ରତ ରଖିଥାନ୍ତି । ସମ୍ପ୍ରତି ବିଶ୍ୱରେ ବୃକ୍ଷଛେଦନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ବୃକ୍ଷର ସୁରକ୍ଷାର ଆବଶ୍ୟକତା ରହିଛି ବୋଲି ବ୍ରତଧାରୀ ମହିଳାମାନେ କହିଛନ୍ତି। ପ୍ରକୃତି ବନ୍ଧୁ ମେଘୁ ମୁଣ୍ଡା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ସାମାଜିକ କର୍ମୀ କାର୍ତ୍ତିକ ପ୍ରସାଦ ବହିଦାର ମୁଖ୍ୟଅତିଥି ଭାବେ ଯୋଗଦେଇ ମହିଳାମାନଙ୍କୁ ଉତ୍ସାହିତ କରିଥିଲେ । ରାମସାଗର ସାହୁ, ସୌରୀ ନାରାୟଣ ପାଣିଗ୍ରାହୀ, ଶଶାଙ୍କ ଚକ୍ରବର୍ତ୍ତୀ, ମିନାକ୍ଷୀ ଲେଙ୍କା, ଝରଣା ନାୟକ, ରମା ଜେନା, ଯମୁନା ବେହେରା, ପ୍ରତିମା କୁସୁମ, ଶଙ୍କରି ମଣ୍ଡଳ, ବିଷ୍ଣୁପଦ ବରେଇ, ମଞ୍ଜୁ ଚକ୍ରବର୍ତ୍ତୀ, କରୁଣାକର ନାୟକ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ବନରକ୍ଷୀ ନିରୂପମା ନାୟକ ପୁଅ ଜିଉଁନ୍ତିଆ ବ୍ରତଧାରୀ ଓ ଉପସ୍ଥିତ ଅତିଥିମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଡାକ୍ତରଖାନାରେ ପହଞ୍ଚିଲେ ସିଡିଏମ୍‌ଓ

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ):ସୁନ୍ଦରଗଡ଼ ଜିଲା ବଡ଼ଗାଁ ସ୍ଥିତ ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର(ସିଏଚସି )ରେ ଲାଗି ରହିଥିବା ବିଭିନ୍ନ ସମସ୍ୟାକୁ ନେଇ ବୁଧବାର ଗ୍ରାମବାସୀମାନେ ସିଏଚସି ଅଧିକାରୀଙ୍କୁ ସାକ୍ଷାତ…

ହଟିବ ବେଆଇନ ନିର୍ମାଣ

କେନ୍ଦୁଝର,୫ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ତହସିଲ ମୋଚିଗାଁ ମୌଜା ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱ ନୟନଯୋରୀ ଜବରଦଖଲ ହୋଇ ବେଆଇନ ଭାବେ ଦୋକାନ ଘର…

ମନୋଜ ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ): ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଙ୍ଗଳ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରୁନଗାଁର ମନୋଜ କୁମାର ଦାନୀଙ୍କୁ ଶୁକ୍ରବାର…

ଚାକିରିଆଙ୍କ ପାଇଁ ଖୁସିଖବର: PF ଆକାଉଣ୍ଟ ଥିଲେ ମିଳିବ ୭ ଲକ୍ଷର… ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୫।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ର ମାଗଣା ଜୀବନ ବୀମା ଯୋଜନା (Free Life Insurance Policy) ବିଷୟରେ ଅଧିକାଂଶ ଭାରତୀୟ ଜାଣିନାହାନ୍ତି,…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

କ’ଣ CJP ମୁଖ୍ୟ ଅଭିଜିତ ଦିପକେ ୩ ପ୍ରବକ୍ତାଙ୍କୁ ଦେବେ ଦରମା, ସୋସଆଲ ମିଡିଆରେ ଜୋର ଧରିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୬: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ଭାରତ ଫେରିବା ଏବଂ ଜୁନ ୬ ତାରିଖରେ ଦିଲ୍ଲୀରେ ପ୍ରତିବାଦ କାର୍ଯ୍ୟକ୍ରମ ସ୍ଥିର ହେବାର କିଛି ଦିନ…

TMCକୁ ଆଉ ଏକ ଧକ୍କା, ମେୟର ପଦରୁ ଇସ୍ତଫା ଦେଲେ ମମତାଙ୍କ ନିକଟତମ

କୋଲକାତା,୫।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଦେଖାଦେଇଥିବା ଅନ୍ତର୍ଦ୍ୱନ୍ଦ୍ୱ ଏବଂ ବିଭାଜନ ମଧ୍ୟରେ, ଦଳର ବରିଷ୍ଠ ନେତା ଏବଂ ପୂର୍ବତନ…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri