ଭଞ୍ଜନଗରରେ ଜନ ଆକ୍ରୋଶ ମହିଳା ସମାବେଶ ପୁରୁଷ ପ୍ରଧାନ ସମାଜ ମହିଳାଙ୍କୁ ଆଗକୁ ଛାଡ଼ିବାକୁ ନାରାଜ: ଏମ୍‌ପି ଅନୀତା

ଭଞ୍ଜନଗର,୨୫ା୪(ବାବୁଲା ପ୍ରଧାନ): ଭଞ୍ଜନଗର ଭାଜପା ସାଂଗଠନିକ ଜିଲା ପକ୍ଷରୁ ଶନିବାର ସନ୍ଧ୍ୟାରେ ଭଞ୍ଜନଗର ମୁଖ୍ୟ ସଡ଼କରେ ଜନ ଆକ୍ରୋଶ ମହିଳା ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ସଭାପତି ନୀଳମାଧବ ପାତ୍ର ଅଧ୍ୟକ୍ଷତା କରିଥିଲେ। ଆସିକା ଏମ୍‌ପି ଅନିତା ଶୁଭଦର୍ଶିନୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ କଂଗ୍ରେସ ସମେତ ବିରୋଧୀ ଦଳଗୁଡିକ ବିରୋଧରେ ବର୍ଷିଥିଲେ। ସେ କହିଥିଲେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କ୍ଷମତାକୁ ଆସିବା ପରଠାରୁ ମହିଳା ମାନଙ୍କୁ ଆଗକୁ ଆଣିବା ପାଇଁ ଗୋଟିଏ ପରେ ଗୋଟିଏ ନୂଆ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଲୋକ ସଭାରେ ମହିଳା ସଂରକ୍ଷଣ ବିଧେୟକକୁ ବିରୋଧୀଦଳଗୁଡିକ ବିରୋଧ କରିବାରୁ ବିଲ୍‌ଟି କାଟ ଖାଇଯାଇଥିଲା। ଆଗାମୀ ଦିନରେ ଉକ୍ତ ବିଲ୍‌ ନିଶ୍ଚୟ ପାସ ହେବ। ପୁରୁଷ ପ୍ରଧାନ ସମାଜ ମାନସିକତା ଏବେବି ରହିଛି। କେହି ଆମକୁ ଆଗକୁ ଛାଡ଼ିବାକୁ ନାରାଜ। ଆମ ଅଧିକାର ମିଳିବା ପର୍ଯ୍ୟନ୍ତ ଲଢେଇ ହେବ। ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ହିଁ କେବଳ ଆମ ହକ ଆମକୁ ମିଳିପାରିବ ବୋଲି ଏମପି ଶୁଭଦର୍ଶିନୀ ତାଙ୍କ ଭାଷଣରେ କହିଥିଲେ। କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀ କହିଥିଲେ ନାରୀ ବନ୍ଦନା ଅଧିନିୟମ ବିଲ ଲୋକସଭାରେ କାଟ ଖାଇବା ପରେ ବିରୋଧି ଦଳ ଗୁଡିକ ର ଯେଉଁଭଳି ଆଚରଣ ଲୋକସଭାରେ ଦେଖିବାକୁ ମିଳିଲା ତାହା ଅତ୍ୟନ୍ତ ନିନ୍ଦନୀୟ। ଭଞ୍ଜନଗର ବିଧାୟକ ତଥା ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ପ୍ରଦ୍ୟୁମ୍ନ କୁମାର ନାୟକ କହିଥିଲେ ବିଜେଡି, କଂଗ୍ରେସ ସମେତ ଅନ୍ୟ ବିରୋଧି ଦଳଗୁଡ଼ିକ ମହିଳା ବିରୋଧି। ଆଗାମୀ ନିର୍ବାଚନରେ ତାହାର ଉଚିତ ଜବାବ ଦିଆଯିବ ବୋଲି ନାୟକ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସୋରଡ଼ା ବିଧାୟକ ନୀଳମଣୀ ବିଷୋୟୀ, ଭାଜପା ରାଜ୍ୟ ନେତ୍ରୀ ରଶ୍ମିତା ପଟ୍ଟନାୟକ ପ୍ରମୁଖ ଅତିଥି ଭାବେ ଯୋଗଦେଇ ବକ୍ତବ୍ୟ ରଖିଥିଲେ। ଭାଜପା ଉପ ସଭାପତି ସନ୍ତୋଷ ପାଳ ସଭାକୁ ସଂଯୋଜନା କରିଥିଲେ। ଏହାପୂର୍ବରୁ ହଜାର ହଜାର ମହିଳା ଏକ ରାଲିରେ ବାହାରି ନଗର ପରିକ୍ରମା କରିଥିଲେ। ବିରୋଧି ଦଳମାନଙ୍କର କୁଶ ପୁତ୍ତଳିକା ଦାହ କରାଯାଇଥିଲା। ଏମପି ପ୍ରତିନିଧି ସନ୍ତୋଷ ତିଆଡି,ଭାଜପା ନେତା ବିଷ୍ଠୁ ପ୍ରସାଦ ପ୍ରଧାନ, ଧବଳେଶ୍ୱର ମାଝୀ, ଭାଜପା ଭଞ୍ଜନଗର ସାଂଗଠନିକ ଜିଲ୍ଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ଭୋଳି ସାହୁ, ସମ୍ପାଦିକା ରେଶ୍ମା ନାୟକ, ଉପ ସଭାନେତ୍ରୀ ପ୍ରତିମା ମାହାପାତ୍ର, ବର୍ଷା ନାୟକ, ଉପ ସଭାନେତ୍ରୀ ପ୍ରତିମା ସାହୁ, ସମ୍ପାଦିକା ରେବତୀ ନାୟକ, ରୀତାରାଣୀ ମାହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ଜିଲ୍ଲା ସାଧାରଣ ସମ୍ପାଦକ ସୀମା ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?