ଧରିତ୍ରୀ ପ୍ରଭାବ: ଖବର ପ୍ରସାରଣ ପରେ ଜନସଚେତନ ଶପଥ କରାଇଲେ ଜିଲା ସମାଜ ମଙ୍ଗଳ ଅଧିକାରିଣୀ

ଦାରିଙ୍ଗବାଡ଼ି,୪ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୬ ଜଣ ଗୁରୁତର ହୋଇ ଏବେ ବି ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଏହା ପରେ ଜିଲା ପ୍ରଶାସନ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଆରମ୍ଭ ହୋଇଛି। ଘଟଣା ପରଠାରୁ ୨ ଦିନ ଧରି ଜନସଚେତନତାକୁ ବ୍ୟାପକ କରାଯାଇଛି। ଶନିବାର ଏହି ସଚେତନ କାର୍ଯ୍ୟକ୍ରମକୁ ଶିକରମାହା ଗ୍ରାମରୁ ଆରମ୍ଭ କରାଯାଇଥିବାବେଳେ ରବିବାର ମାଣ୍ଡିପଙ୍କା ଗ୍ରାମରେ ଏହି ସଚେତନ କରାଯାଇଥିଲା। ଘଟଣା ଘଟିବା ପରେ ମଧ୍ୟ ଲୋକ ଆମ୍ବଟାକୁଆ ଖାଇବା ନେଇ ଧରିତ୍ରୀ ପୋର୍ଟାଲରେ ଖବର ପ୍ରକାଶିତ ହୋଇଥିଲା। ଏହା ପରେ ପୁଣି କିଛି ଅଘଟଣ ଘଟିବା ଭୟରେ ପ୍ରଶାସନ ପକ୍ଷରୁ ଜିଲା ସମାଜ ମଙ୍ଗଳ ଅଧିକାରିଣୀ ବିଜୟଲକ୍ଷ୍ମୀ ବେହେରା ଏବଂ ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡା ଓ ଅଞ୍ଚଳର ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ରର କର୍ମୀମାନେ ଦଳଦଳ ଗାଁ ଗାଁ ବୁଲି ସଚେତନ କରାଇବା ସହ ଆମ୍ବଟାକୁଆକୁ ନା କହିବାକୁ ପରାମର୍ଶ ଦେବା ସହ ଶପଥ ପାଠ କରାଇଛନ୍ତି। ରବିବାର ସଚେତନ କରାଇବାବେଳେ ଏକାଧିକ ପରିବାର ଆମ୍ବଟାକୁଆ ପ୍ରସ୍ତୁତ କରି ଖାଇବା ପାଇଁ ରଖିଥିବାବେଳେ ଜିଲା ସମାଜ ମଙ୍ଗଳ ଅଧିକାରିଣୀ ଓ ସିଡିପିଓ ସେଗୁଡ଼ିକୁ ନଷ୍ଟ କରିଥିଲେ। ଏଗୁଡ଼ିକ ଖାଇବା ଦ୍ୱାରା ଲୋକଙ୍କ ପାଇଁ ବିପଦ ବୋଲି କୁହାଯାଇଥିଲା। ଏହାକୁ ନେଇ କିଛି ଲୋକ ରାଜି ହେଉଥିବାବେଳେ ଆଉ କିଛି ଲୋକ ସରକାର ସେମାନଙ୍କ ପାଇଁ ସୁଷମ ଖାଦ୍ୟ ଯୋଗାଇଦେବା ସହ ଅଧିକ ଚାଉଳ ଯୋଗାଇବାକୁ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri