ସ୍ବାୟତ୍ତ ଶାସନ ସପ୍ତାହ ଅବସରରେ ଜନ ସଚେତନତା, ଲୋକନୃତ୍ୟ ମାଧ୍ୟମରେ…

ଦିଗପହଣ୍ଡି,୨୯।୮(ଅଶେଷ ନାଥ ମିଶ୍ର): ପବିତ୍ର ସ୍ବାୟତ୍ତ ଶାସନ ସପ୍ତାହ ପାଳନ ଅବସରରେ ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଶୁକ୍ରବାର ଅପରାହ୍ନରେ ଦିଗପହଣ୍ଡି ସହରର ବଜାର ଗାନ୍ଧୀଛକ, ବସଷ୍ଟାଣ୍ଡ, ପୁଞ୍ଜିକୟାଁ ଛକ ଆଦି ଜନଗହଳି ସ୍ଥାନ ମାନଙ୍କରେ ଲୋକନୃତ୍ୟ ମାଧ୍ୟମରେ ଜନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ସ୍ବଚ୍ଛ ସର୍ବେକ୍ଷଣ – ୨୦୨୫ ପାଇଁ ସହରକୁ ଆବର୍ଜନା ମୁକ୍ତ ରଖିବା, ପଲିଥିନ ଓ ପ୍ଲାଷ୍ଟିକଠାରୁ ଦୂରେଇ ରହିବା, ଗାଈଗୋରୁ ମାନଙ୍କୁ ରାସ୍ତାରେ ନ ଛାଡିବା, ଏନ୍‌ଏସିର ଗାରିମା ପ୍ରଶିକ୍ଷିତ ସଫେଇ କର୍ମଚାରୀଙ୍କ ମାଧ୍ୟମରେ ପାଇଖାନା ଟାଙ୍କି ସଫା କରିବା ସହ ଜଳାଶୟ ଗୁଡିକରେ ମଇଳା କିମ୍ବା ବର୍ଜ୍ୟବସ୍ତୁ ନପକାଇବା ନେଇ ସଚେତନ କରାଯାଇଥିଲା।ବିଚିତ୍ର ବର୍ଣ୍ଣାଳୀ ନ୍ଯଯଯ ସଂସଦ ପକ୍ଷରୁ ଲୋକନୃତ୍ୟ ପରିବେଷଣ କରାଯାଇଥିବା ବେଳେ ଏନଏସି କାର୍ଯ୍ୟ ର୍ନିବାହୀ ଅଧିକାରୀ ଅବିନାଶ ମିଶ୍ରଙ୍କ ସମେତ ଅନ୍ୟ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri