Posted inଜାତୀୟ

କୁକୁରଙ୍କ ପାଇଁ ହେବ ଶ୍ମଶାନ: ପୂଜକ କରିବେ ଅନ୍ତିମ ସଂସ୍କାର

ନୂଆଦିଲ୍ଲୀ,୨୦।୧୨: ଦକ୍ଷିଣ ଦିଲ୍ଲୀ ନଗର ନିଗମ (ଏସ୍‌ଡିଏମ୍‌ସି) କୁକୁରଙ୍କ ପାଇଁ ଏକ ସର୍ବସାଧାରଣ ଶ୍ମଶାନ ନିର୍ମାଣ ପ୍ରକ୍ରିୟା ଆରମ୍ଭ କରିଛି। ଏହି ଶ୍ମଶାନରେ କୁକୁରଙ୍କ ଅନ୍ତିମ ସଂସ୍କାର ପରେ ୧୫ ଦିନ ପର୍ଯ୍ୟନ୍ତ ଅସ୍ଥି ରଖିବା ପାଇଁ ବ୍ୟବସ୍ଥା ହେବ। ନଗର ନିଗମ ଅଧିକାରୀମାନେ ରବିବାର ଏହି ସୂଚନା ଦେଇଛନ୍ତି। ଦ୍ୱାରକାଠାରେ ଶ୍ମଶାନ ନିର୍ମାଣ କରାଯିବ ଏବଂ ୭୦୦ ବର୍ଗ ମିଟର ଅଞ୍ଚଳରେ ବିସ୍ତାର ହେବ। କୁକୁରଙ୍କ ମାଲିକମାନେ ଏହି ପ୍ରକଳ୍ପକୁ ସ୍ବାଗତ କରିଛନ୍ତି। ଦିଲ୍ଲୀ ନଗର ନିଗମର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ, ନିକଟରେ ଏହି ପ୍ରକଳ୍ପକୁ ଚୂଡ଼ାନ୍ତ ସରକାରୀ ଅନୁମୋଦନ ମିଳିଛି। ଖୁବ୍‌ଶୀଘ୍ର ଟେଣ୍ଡର ଡକାଯିବ। ଏହା ଏକ ପବ୍ଲିକ ପ୍ରାଇଭେଟ ପାର୍ଟନରଶିପ (ପିପିପି) ପ୍ରକଳ୍ପ ହେବ। ମାନବ-ପଶୁ ସମ୍ପର୍କ ଅତ୍ୟନ୍ତ ସ୍ବତନ୍ତ୍ର। ଗୃହପାଳିତ ପଶୁ ପରିବାର ସଦସ୍ୟଙ୍କ ପରି। ତେଣୁ ସେମାନଙ୍କ ମୃତ୍ୟୁ ପରିବାରର ସଦସ୍ୟଙ୍କୁ ହରାଇବା ସହିତ ସମାନ। ସମ୍ମାନଜନକ ଭାବରେ ଏମାନଙ୍କ ଶବଦାହ କରାଯାଇପାରିବ। ତେଣୁ ପାରମ୍ପରିକ ଢଙ୍ଗରେ ଏକ ମୃତ ଗୃହପାଳିତ ପଶୁଙ୍କ ଶେଷ ରୀତିନୀତି କରିବା ପାଇଁ ଶବଦାହରେ ପୂଜକ ରହିବା ପାଇଁ ବ୍ୟବସ୍ଥା ମାଗିଛୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣିଷ ଶରୀରରେ ଆଜି ବି ଅଛି ତୃତୀୟ ଆଖି! ବୈଜ୍ଞାନିକ କଲେ ଚମକାଇଦେଲା ଭଳି ଖୁଲାସା

ଆପଣ ଭଗବାନ ଶିବଙ୍କର ତୃତୀୟ ନୟନ ବା ତ୍ରିନେତ୍ର ବିଷୟରେ ନିଶ୍ଚୟ ଶୁଣିଥିବେ, କିନ୍ତୁ ଆପଣ କେବେ ମଣିଷର ତୃତୀୟ ଆଖି ବିଷୟରେ ଶୁଣିଛନ୍ତି କି? ଆଜ୍ଞା…

IPL ପରେ MI ଛାଡି ଏହି ଟିମ୍‌କୁ ଯିବେ ପାଣ୍ଡ୍ୟା! ଏହି ଖେଳାଳିଙ୍କ ବଡ଼ ସଙ୍କେତ ପରେ କ୍ରିକେଟଜଗତରେ ହଇଚଇ

ନୂଆଦିଲ୍ଲୀ, ୨୬।୫: ଆଇପିଏଲ (IPL) ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ଭଲ ରହିନାହିଁ ଏବଂ ଏହା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେବାରେ…

ଏହି ବଡ଼ ସହରରେ ଆଜିଠୁ ୧୪ ଦିନିଆ ‘କର୍ଫ୍ୟୁ’: କଣ ଖୋଲା, କଣ ବନ୍ଦ? ଲାଗିଲା କଡ଼ା କଟକଣା

ନୂଆଦିଲ୍ଲୀ,୨୬।୫: ମହାରାଷ୍ଟ୍ରର ପୁଣେ ସହରରେ ୧୪ ଦିନ ପାଇଁ କର୍ଫ୍ୟୁ ଲାଗୁ କରାଯାଉଛି। ଏହି ସମୟ ମଧ୍ୟରେ ଅନେକ କଟକଣା ବଳବତ୍ତର ରହିବ। ମେ ୨୬ ତାରିଖ…

କ୍ୱାଲିଫାୟର-୧: ହୋଇପାରେ ହାଇସ୍କୋରିଂ ମ୍ୟାଚ୍‌

ଧର୍ମଶାଳା,୨୬ା୫; ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମ ଧର୍ମଶାଳାରେ ମଙ୍ଗଳବାର କ୍ୱାଲିଫାୟର-୧ ମ୍ୟାଚ୍‌ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ମାତ୍ର ୫ ଟଙ୍କାରେ ମିଳିବ ମାଛ-ଭାତ, ପଶ୍ଚିମବଙ୍ଗ ସରକାରଙ୍କ ବଡ଼ ଘୋଷଣା

କୋଲକାତା,୨୬।୫: ପଶ୍ଚିମବଙ୍ଗର ସାଧାରଣ ଜନତା ଏବଂ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଏକ ବଡ଼ ଖୁସି ଖବର। ରାଜ୍ୟ ସରକାର ଜନସାଧାରଣଙ୍କୁ ଶସ୍ତାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା…

ଗୋଟିଏ ଦିନରେ କେତେ ତେଲ ବିକ୍ରି କରିପାରିବ ପେଟ୍ରୋଲ ପମ୍ପ? ଜାଣନ୍ତୁ କଣ ରହିଛି କୋଟା ଓ ସରକାରୀ ନିୟମ

ନୂଆଦିଲ୍ଲୀ,୨୬।୫: ଦେଶରେ ପେଟ୍ରୋଲ ଓ ଡିଜେଲର ବଢୁଥିବା ଦର ମଧ୍ୟରେ ପେଟ୍ରୋଲ ପମ୍ପଗୁଡ଼ିକର ବିକ୍ରି କ୍ଷମତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆସନ୍ତୁ ଜାଣିବା ଜଣେ ପେଟ୍ରୋଲ…

ଖାଇବା ତେଲ ଉପରେ ସରକାରଙ୍କ ନଜର; ଜାଣନ୍ତୁ କ’ଣ ହେବ ନୂଆ ନିୟମ?

ନୂଆଦିଲ୍‌ଲୀ,୨୬।୫: ବଜାରରେ ବର୍ତ୍ତମାନ ଖାଦ୍ୟ ତେଲ ପ୍ୟାକେଟଗୁଡ଼ିକ ବିଭିନ୍ନ ଆକାରରେ ବିକ୍ରି ହେଉଛି ଯେପରିକି 650 ଗ୍ରାମ, 700 ଗ୍ରାମ, 810 ଗ୍ରାମ ଏବଂ 850 ଗ୍ରାମ।…

ଆରମ୍ଭ ହୋଇଗଲା ଦ୍ୱିତୀୟ ବିଶ୍ୱଯୁଦ୍ଧ ୨.୦! ଆମେରିକା ଆକ୍ରମଣର ଜବାବ ଦେଲା ଇରାନ, ସାରା ବିଶ୍ୱ ଥରହର

ନୂଆଦିଲ୍ଲୀ, ୨୬।୫: ଗଲ୍ଫ ଅଞ୍ଚଳରେ ଚାଲିଥିବା ବିବାଦ ଶେଷ ହେବାର ଆଶା ଦେଖାଯାଉଥିବା ବେଳେ ହଠାତ୍‌ ଆମେରିକା ପକ୍ଷରୁ ହୋଇଥିବା ଆକ୍ରମଣ ପୁଣି ଥରେ ସେଠାରେ ଗୋଳା-ବାରୁଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri