ବାହୁଡ଼ା ଯାତ୍ରା ପୂର୍ବରୁ ଆଜି ଶ୍ରୀଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ୬ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ,୪।୭: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ନିର୍ଦେଶ ଅନୁଯାୟୀ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ବାହୁଡ଼ା ଯାତ୍ରାର ପୂର୍ବ ପ୍ରସ୍ତୁତି ଏବଂ ନୀତିକାନ୍ତିର ବହୁଳତାକୁ ଦୃଷ୍ଟିରେ ରଖି ଶୁକ୍ରବାର, ଅର୍ଥାତ୍‌ “ସନ୍ଧ୍ୟା ଦର୍ଶନ” ଦିନ ସନ୍ଧ୍ୟା ୬ ଘଟିକା ଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାରରେ ସର୍ବସାଧାରଣଙ୍କ ପ୍ରବେଶ ବନ୍ଦ ରହିବ।

ଏହି ସମୟରେ ଶ୍ରୀଗୁଣ୍ଡିଚା ମନ୍ଦିରରେ ଶୋଧ ଅନୁଷ୍ଠାନ କରାଯିବ, ଯାହା ପରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କର ଗୁରୁତ୍ୱପୂର୍ଣ୍ଣ ନୀତିକାନ୍ତି ସମ୍ପାଦନ କରାଯିବ। ଏହି ନୀତିଗୁଡ଼ିକ ବାହୁଡ଼ା ଯାତ୍ରାର ପୂର୍ବପ୍ରସ୍ତୁତିର ଏକ ଅବିଚ୍ଛେଦ୍ୟର ଅଂଶବିଶେଷ ହୋଇଥାଏ।

ଶ୍ରୀମନ୍ଦିର ପ୍ରଶାସନ ସମସ୍ତ ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ଅନୁରୋଧ କରିଛି ଯେ, ବାହୁଡ଼ା ଯାତ୍ରା ଦିନ ରଥାରୂଢ଼ ଶ୍ରୀବିଗ୍ରହମାଙ୍କୁ ଦର୍ଶନ କରି ସୌଭାଗ୍ୟ ଲାଭ କରିପାରିବେ। ତେଣୁ ସନ୍ଧ୍ୟା ଦର୍ଶନ ସମୟରେ ଏହି ବ୍ୟବସ୍ଥାକୁ ମହାପ୍ରଭୁଙ୍କ ସେବାରେ ସମର୍ପଣ ମନେକରି ସମସ୍ତେ ସହଯୋଗ କରନ୍ତୁ। ଏହି ନିର୍ଦ୍ଦେଶ ଶ୍ରୀଜଗନ୍ନାଥଙ୍କ ପାରମ୍ପରିକ ନୀତି ଓ ବାହୁଡ଼ା ଯାତ୍ରାର ପବିତ୍ରତାକୁ ଅକ୍ଷୁର୍ଣ୍ଣ ରଖିବା ପାଇଁ ଗ୍ରହଣ କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନ ଏହି ବ୍ୟବସ୍ଥାରେ ସମସ୍ତଙ୍କ ସହଯୋଗ କାମନା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

ଜଣେ ଶିକ୍ଷକରେ ଚାଲିଛି ଶିକ୍ଷାଦାନ: ସମସ୍ୟା ସମାଧାନର ପ୍ରତିଶ୍ରୁତି ଦେଲେ ବିଇଓ

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ଗ୍ରାମ ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ମାତ୍ର ଜଣେ ଶିକ୍ଷକଙ୍କ ଭରସାରେ ପାଠପଢ଼ା ଚାଲିଥିବାରୁ…

ରେଭେନ୍ସା ୱାର୍ଡେନଙ୍କୁ ଦୁର୍ବ୍ୟବହାର କଲେ ବିଧାୟକ: ଇସ୍ତଫା ପରେ ରାଜରାସ୍ତାକୁ ଓହ୍ଲାଇଲେ ୱାର୍ଡେନ

କଟକ,୫।୮(ପ୍ରଭୁ କଲ୍ୟାଣ ପାଲ୍‌): ରେଭେନ୍ସା ବିଶ୍ୱବିଦ୍ୟାଳୟରେ ନ୍ୟାୟ ଦାବି ପାଇଁ ରାଜରାସ୍ତାକୁ ଓହ୍ଲାଇଛନ୍ତି ଶିକ୍ଷକ ଓ ୱାର୍ଡେନ। ପଦଯାତ୍ରା କରି କୁଳପତିଙ୍କୁ ଦାବି ଜଣାଇଛନ୍ତି ଆନ୍ଦୋଳନକାରୀ। ଗତକାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri