ଆଜି ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ୪ ଘଣ୍ଟା ପରେ ମହାପ୍ରଭୁ…

ପୁରୀ,୧୭ା୮(ଅଜିତ୍‌ କୁମାର ମହାନ୍ତି): ଶ୍ରାବଣ ଶୁକ୍ଳପକ୍ଷ ପଞ୍ଚମୀ ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପନ୍ନ କରିବେ। ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରେ ଏହି ନୀତି ଅନ୍ୟତମ। ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ହୋଇ ଦ୍ୱିତୀୟ ଭୋଗମଣ୍ଡପ ସମ୍ପନ୍ନ ହେବା ପରେ ମଇଲମ ନୀତି ଅନୁଷ୍ଠିତ ହେବ। ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ଏହାପରେ ଶ୍ରୀଦେବୀ, ଭୂଦେବୀ ଖଟଶେଯ ଘରେ ବିଜେ କରିବେ। ମହାପ୍ରଭୁଙ୍କ ଖସାପଡ଼ା ନୀତି ନିମନ୍ତେ ଦଇତାପତିମାନେ ଗର୍ଭଗୃହକୁ ପ୍ରବେଶ କରିବେ। ମହାପ୍ରଭୁଙ୍କ ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଖସାପଡ଼ା ନୀତି ସମ୍ପନ୍ନ ହୋଇ ଦଇତାପତି ଶ୍ରୀମନ୍ଦିରରୁ ବାହାରିବା ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ବଢ଼ିବ। ପରେ ମହାପ୍ରଭୁଙ୍କ ମଇଲମ ବେଶ ସନ୍ଧ୍ୟା ଆଳତୀ ବଢି ଅନ୍ୟାନ୍ୟ ନୀତିି ସମ୍ପନ୍ନ ହେବ। ଏହି ନୀତି ପାଇଁ ରବିବାର ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଛନ୍ତି। ଶୁଦ୍ଧସୁଆର ଖଳି, କଇଁଥ ଅଠା ଯୋଗାଇଥାନ୍ତି। ଦେଉଳକରଣ ଦେଇଥିବା ଧଳାକନା ସହ ଖଳି ଓ କଇଁଥ ଅଠାକୁ ବ୍ୟବହାର କରି ଦଇତାପତି ସେବକମାନେ ମହାପ୍ରଭୁଙ୍କ ଗୁପ୍ତନୀତି ସମ୍ପନ୍ନ କରିଥାନ୍ତି। ମହାପ୍ରଭୁଙ୍କ ଏହି ଗୁପ୍ତନୀତି ଦ୍ୱିତୀୟ ଭୋଗମଣ୍ଡପ ପରେ ଅନୁଷ୍ଠିତ ହେବ। ନୀତି ନିମନ୍ତେ ସୋମବାର ସନ୍ଧ୍ୟା ୬ଟା ଠାରୁ ରାତିି ୧୦ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଝିଅଙ୍କୁ ଭାତରେ ବିଷ ଦେଇ ନିଜେ ପିଇଦେଲେ ମା’, ଆଉ ତା’ ପରେ…

ପୁରୀ,୧୭ା୮(ଅଜିତ କୁମାର ମହାନ୍ତି): ପୁରୀ ମେରାଇନ ଥାନା ଅନ୍ତର୍ଗତ ସମଗରା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଦୁଇ କୁନି ଝିଅଙ୍କୁ ଖାଦ୍ୟରେ ପୋକମରା ବିଷ…

ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ; ୫ ମୃତ

କୋଲକାତା,୧୭।୮: ପଶ୍ଚିମବଙ୍ଗର ତାରାପୀଠର ଏକ ହୋଟେଲରେ ସୋମବାର ସକାଳେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଥିଲା। ରିପୋର୍ଟ ଅନୁଯାୟୀ, ନିଆଁରେ ପୋଡ଼ିଯିବାରୁ ଅତି କମରେ…

ଏଇ ଭାରତରେ

ଭାରତରେ ମଧ୍ୟାହ୍ନଭୋଜନର ପୌଷ୍ଟିକ ଦିଗକୁ ନେଇ ବହୁସମୟରେ ପ୍ରଶ୍ନ ଉଠୁଛି। ଏଥିପାଇଁ ପ୍ରାୟ ସବୁ ସ୍କୁଲରେ ଶିକ୍ଷକମାନେ ଚିନ୍ତାରେ ପଡ଼ୁଛନ୍ତି। ହେଲେ ନାଗାଲାଣ୍ଡ କୋହିମା ଜିଲାର ବିଶ୍ୱେମାର୍‌…

ସୁଖ ପରିଭାଷା

ଡାକ୍ତରୀ ପଢ଼ିବାକୁ ମନା କରିବା ଦ୍ବାରା ମା’ବାପାଙ୍କର ସ୍ବପ୍ନକୁ ଧୂଳିସାତ କରିଦେଇଥିଲେ ମଧ୍ୟ ନିଜ ପସନ୍ଦରେ ଫିଜିକ୍ସ ଅନର୍ସ ରଖି ପଢ଼ିବାର ସୁଯୋଗ ହାସଲ କରିପାରିଥିବାରୁ ବାପୁନ…

କଲରାରେ ଭରି ରହିଛି ଏସବୁ ଉପକାରୀ ଗୁଣ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗ ଦ୍ୱାରା ଆକ୍ରାନ୍ତ ହେବାର ଆଶଙ୍କା ଅଧିକ ରହିଛି। ତେବେ…

ଘରେ ଶୋଇଥିବାବେଳେ ଭୁଶୁଡ଼ିଲା କାନ୍ଥ, ଚାଲିଗଲା ଆଈ-ନାତିଙ୍କ ଜୀବନ, ଶବ୍ଦ ଶୁଣି…

ଜଳେଶ୍ୱର,୧୭ା୮(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ନେତୁଆ ପଞ୍ଚାୟତର କପାସଦା ଗ୍ରାମରେ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ଘଟିଚି। ଘରେ ଶୋଇଥିବା ଅବସ୍ଥାରେ ହଠାତ୍‌…

ତଳକୁ ଚାହିଁବା ହେଉ

ଭାରତରେ ଗଣତନ୍ତ୍ରର ଅର୍ଥ ଓ ବାସ୍ତବତା ମଧ୍ୟରେ ଥିବା ବ୍ୟବଧାନ ସାଧାରଣ ଜନତାଙ୍କୁ ବିସ୍ମିତ କରିଛି । ମୁଷ୍ଟିମେୟ ଶାସକ ଗୋଷ୍ଠୀ ପାଇଁ ଗଣତନ୍ତ୍ର ଆଜି ପାଲଟିଛି…

ସମ୍ବର ପରିବର୍ତ୍ତେ ଡାଲମା

ଅଗଷ୍ଟ ୧୫ରେ ଭାରତ ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରିଛି। ପାରମ୍ପରିକ ଭାବେ ନୂଆଦିଲ୍ଲୀର ଐତିହାସିକ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ସମ୍ବୋଧିତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri