ଲାଞ୍ଚ ନେଇ ଧରାପଡ଼ିଥିଲେ ଜନସ୍ବାସ୍ଥ୍ୟ ଅଧିକାରୀ: ଡାକ୍ତରଖାନାରୁ ବାହାରି ଜେଲ ହାଜତକୁ ଗଲେ

ବରଗଡ଼ ଅଫିସ,୨୪।୪- ଖାଦ୍ୟ ନିରାପତ୍ତା ଲାଇସେନ୍ସ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ବରଗଡ଼ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଚୂଳବତୀ ସାହୁଙ୍କୁ ଶନିବାର ସମ୍ବଲପୁର ଭିଜିଲାନ୍ସ କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବା ପରେ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି। ଆସନ୍ତା ମେ ମାସ ୫ତାରିଖ ପର୍ଯ୍ୟନ୍ତ ସେଠାରେ ସେ ରହିବେ ବୋଲି ରବିବାର ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରକାଶ ଥାଉକି, ଗତ ୧୯ ତାରିଖ ଡା. ସାହୁ ଖାଦ୍ୟ ନିରାପତ୍ତା ଲାଇସେନ୍ସ ପାଇଁ ଆବେଦନ କରିଥିବା ଜଣେ ଆବେଦନକାରୀଙ୍କଠାରୁ ୫ହଜାର ଟଙ୍କା ଲାଞ୍ଚ ନେଉଥିଲେ। ସେତେବେଳେ ଭିଜିଲାନ୍ସ ତାଙ୍କୁ ଧରି ଜେରା କରିଥିଲା। ମାତ୍ର ଧରାପଡିବା ପରେ ଗତ ୨୦ତାରିଖ ସେ ଅସୁସ୍ଥ ହୋଇ ପଡିଥିଲେ। ଭିଜିଲାନ୍ସ ତାଙ୍କୁ ସମ୍ବଲପୁର ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ଶନିବାର ଡାକ୍ତରଖାନାରୁ ଡିସଚାର୍ଜ ହେବା ପରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଡା. ସାହୁଙ୍କ ବିରୋଧରେ ଏକ ଭିଜିଲାନ୍ସ ମାମଲା (ନଂ-୧୭//୨୨) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର

ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ,୨୯।୮(ପ୍ରଭୁକଲ୍ୟାଣ ପାଲ): ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ। ପାର୍କର ବିଭିନ୍ନ କାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri