ଶ୍ରୀସେତୁ ପାଇଁ ଜନଶୁଣାଣି ଆରମ୍ଭ

ପୁରୀ ଅଫିସ,୧୪ା୧୦:ଶ୍ରୀସେତୁ ପ୍ରକଳ୍ପ ନିମନ୍ତେ ଜମି ଅଧିଗ୍ରହଣ ପାଇଁ ବୁଧବାର ଜନଶୁଣାଣି ଆରମ୍ଭ ହୋଇଛି। ଏହି ପ୍ରକଳ୍ପ ଯୋଗୁ ପ୍ରଭାବିତ ହେବାକୁ ଥିବା ୪ଟି ମୌଜା (ସମଙ୍ଗ, ମାଟିତୋଟା, ମାର୍କଣ୍ଡେଶ୍ୱର ସାହି ଓ ଦାଣ୍ଡିମାଳ ସାହି)ର ଲୋକେ ଜନଶୁଣାଣିରେ ଉପସ୍ଥିତ ରହି ଜମି ଅଧିଗ୍ରହଣ ଏବଂ ତଦ୍‌ଜନିତ ସାମାଜିକ ପ୍ରଭାବ ବିବରଣୀ ଉପରେ ନିଜର ମତ ରଖିବେ। ଏକ କ୍ରମରେ ସମଙ୍ଗ ମୌଜା ପାଇଁ ପୂର୍ବାହ୍ନ ସାଢେ ୧୦ଟାରେ ସମଙ୍ଗ ପଞ୍ଚାୟତ କାର୍ଯ୍ୟାଳୟରେ ଏବଂ ମାର୍କଣ୍ଡେଶ୍ୱର ସାହି ଲାଗି ମଧ୍ୟାହ୍ନ ୧୨ଟାରେ ମା’ ବିଶେଶ୍ୱରୀ ଠାକୁରାଣୀଙ୍କ ପୀଠରେ ଜନଶୁଣାଣି ଆରମ୍ଭ ହୋଇଛି। ସେହିପରି ମାଟିତୋଟା କୋଠଘରେ ଅପରାହ୍ନ ୨ଟାରେ ମାଟିତୋଟା ଏବଂ ଜଗନ୍ନାଥବଲ୍ଲଭ ମଠ ପରିସରରେ ଅପରାହ୍ନ ସାଢେ ୩ଟାରେ ଦାଣ୍ଡିମାଳ ସାହି ପାଇଁ ଜନଶୁଣାଣି କରାଯିବ ବୋଲି ପ୍ରଶାସନ ସ୍ଥିର କରିଛି।
ରାଜ୍ୟର ଏହି ପ୍ରଥମ ଟ୍ରମ୍ପେଟ ସେତୁ ପୁରୀ-ଭୁବନେଶ୍ୱର ୩୧୬ ନମ୍ବର ଜାତୀୟ ରାଜପଥର ବାଇପାସ୍‌ଠାରୁ ଜଗନ୍ନାଥ ବଲ୍ଲଭ ମଠ ପରିସରରେ ହେବାକୁ ଥିବା ପିଲିଗ୍ରିମ ସେଣ୍ଟରକୁ ସଂଯୋଗ କରାଯିବ। ଏଥିପାଇଁ ୧୯୦ କୋଟି ଟଙ୍କା ଖର୍ଚ୍ଚ ହେବ। ରାସ୍ତା ଓ ବ୍ରିଜ୍‌ର ଲମ୍ବ ପ୍ରାୟ ୨.୩ କିମି ହେବ। ଏଥିପାଇଁ ପୁରୀର ଉପରୋକ୍ତ ୪ଟି ମୌଜାର ବେସରକାରୀ ଓ ସରକାରୀ ଜମି ମିଶି ୩୭ ଏକର ୯୮୪ ଡେସିମିଲ ଅଧିଗ୍ରହଣ କରାଯିବ। ମୋଟ ଜମି ମଧ୍ୟରୁ ବେସରକାରୀ ଜମି ୩୪ ଏକର ୨୪୬ ଡେସିମିଲ ଥିବାବେଳେ ସରକାରୀ ଜମି ୩ ଏକର ୭୩୮ ଡେସିମିଲ ରହିଛି। ଇତିମଧ୍ୟରେ ରାଜ୍ୟ ସରକାର କିଛି ବେସରକାରୀ ଜମି କିଣିସାରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

କେଏସୟୁବି କଲେଜ ପରିଦର୍ଶନ କଲେ ଏନସିସି ସିଓ, କ୍ୟାଡେଟ ମାନଙ୍କ ସୁବିଧା…

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ)-ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନସିସି) ଆର୍ମି ୱିଂଙ୍ଗ ବ୍ରହ୍ମପୁର ବାଟାଲିୟନର କମାଣ୍ଡିଂଙ୍ଗ ଅଫିସର(ସିଓ) ସମିର କର ଗୁରୁବାର ଗଞ୍ଜାମ ଜିଲା ଭଞ୍ଜନଗର କବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri