ଜୁଲାଇରୁ ସେପ୍ଟେମ୍ବର ୧୩ ଦିନ ଜନଶୁଣାଣି

ଜଗତ୍‌ସିଂହପୁର ଅଫିସ, ୨।୭: ଜିଲା ପ୍ରଶାସନ ପକ୍ଷରୁ ଜୁଲାଇରୁ ସେପ୍ଟେମ୍ବର ପର୍ଯ୍ୟନ୍ତ ହେବାକୁ ଥିବା ମିଳିତ ଜନଅଭିଯୋଗ ଶୁଣାଣି ଶିବିରର କାର୍ଯ୍ୟସୂଚୀ ଶୁକ୍ରବାର ପ୍ରକାଶ ପାଇଛି। ଜୁଲାଇରେ ୪ ଦିନ ଏହି ଶିବିର ଆୟୋଜନ ହେବ। ୪ ତାରିଖରେ ଏରସମା ବ୍ଲକ, ୧୧ରେ ରଘୁନାଥପୁର, ୧୮ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଓ ୨୫ରେ ତିର୍ତ୍ତୋଲ ବ୍ଲକରେ ଶୁଣାଣି ଅନୁଷ୍ଠିତ ହେବ। ସେହିପରି ଅଗଷ୍ଟରେ ୫ଦିନ ଅର୍ଥାତ୍‌ ୧ରେ କୁଜଙ୍ଗ ବ୍ଲକ, ୮ରେ ବିରିଡ଼ି, ୧୬ରେ ଜିଲାପାଳଙ୍କ କାର୍ଯ୍ୟାଳୟ, ୨୨ରେ ନାଉଗାଁ ଓ ୨୯ରେ ବାଲିକୁଦା ବ୍ଲକରେ ଶିବିର ଆୟୋଜନ ହେବ। ସେପ୍ଟେମ୍ବରରେ ୪ ଦିନ ଅର୍ଥାତ୍‌ ୫ରେ ଏରସମା ବ୍ଲକ, ୧୨ରେ ରଘୁନାଥପୁର, ୧୯ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଓ ୨୬ରେ ତିର୍ତ୍ତୋଲ ବ୍ଲକରେ ଶିବିର କରାଯିବ। ଏସବୁ ଶିବିରରେ ଜିଲାପାଳ, ଏସ୍‌ପି, ଅତିରିକ୍ତ ଜିଲାପାଳ, ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ, ଉପଜିଲାପାଳ, ଜିଲାସ୍ତରୀୟ ଅଧିକାରୀ, ବିଡିଓ, ତହସିଲଦାର, କ୍ଷେତ୍ରୀୟ ଓ ବ୍ଲକସ୍ତରୀୟ ଅଧିକାରୀ, ଜନ ପ୍ରତିନିଧିମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଆପତ୍ତି ଅଭିଯୋଗର ଶୁଣାଣି କରିବେ । ଜିଲାର ଜନସାଧାରଣ ସେମାନଙ୍କ ସମସ୍ୟା ଓ ଅଭିଯୋଗର ସମାଧାନ ପାଇଁ ଉପରୋକ୍ତ କାର୍ଯ୍ୟସୂଚୀ ଅନୁଯାୟୀ ଉପସ୍ଥିତ ରହିବାକୁ ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମହାରାଷ୍ଟ୍ର,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ତୀର୍ଥଯାତ୍ରାରୁ ଫେରିବା ବାଟରେ ହୃଦ୍‌ଘାତ, ଚାଲିଗଲା ବିଭୂତିଙ୍କ ଜୀବନ

କୋକସରା,୧୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ କେନ୍ଦୁଗୁଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଗ୍ରାମର ବିଭୂତି ଭୂଷଣ ପଣ୍ଡା(୬୦) ବଦ୍ରୀନାଥ ତୀର୍ଥଯାତ୍ରା…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

କିଶନନଗର ତହସିଲରେ ନୂଆ ନିଯୁକ୍ତିକୁ ନେଇ ବିବାଦ, କାର୍ଯ୍ୟାନୁଷ୍ଠାନ ଦାବି କଲା କଂଗ୍ରେସ

କଟକ ସଦର,୧୧।୧୦(ସୁଶାନ୍ତ କୁମାର ଜେନା): କଟକ ଜିଲା କିଶନ ନଗର ତହସିଲ କାର୍ଯ୍ୟାଳୟ ରେ ଜଣେ ଅଧିକାରିଣୀ ତହସିଲଦାର ଭାବେ ଯୋଗ ଦେଉଥିବା ଖବର ରବିବାର ଗଣମାଧ୍ୟମରେ…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?