ରତ୍ନଭଣ୍ଡାରକୁ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ,୧ା୭ (କାର୍ତ୍ତିକ ସାହୁ): ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲା ପୁଣି ଚର୍ଚ୍ଚାକୁ ଆସିଛି। ରତ୍ନଭଣ୍ଡାରର ବିପଦସଙ୍କୁଳ ସ୍ଥିତି ସମେତ ବିବିଧ ସମସ୍ୟା ନେଇ ହାଇକୋର୍ଟରେ ଶୁକ୍ରବାର ଏକ ଜନସ୍ବାର୍ଥ ମାମଲା ଦାୟର ହୋଇଛି। ରାଜ୍ୟ ସରକାର ରତ୍ନଭଣ୍ଡାରର ସୁରକ୍ଷା ନେଇ ତ୍ୱରିତ ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ହାଇକୋର୍ଟ ତାଙ୍କୁ କାରଣ ଦର୍ଶାଇବା ନିମନ୍ତେ ନିର୍ଦ୍ଦେଶ ଦେବାକୁ ଆବେଦନକାରୀ ଭାଜପାର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ଏହି ଆବେଦନରେ ପ୍ରାର୍ଥନା କରିଛନ୍ତି। ଏଥିରେ ୧୧ ଜଣଙ୍କୁ ପ୍ରତିପକ୍ଷ ଭାବେ ସାମିଲ କରାଯାଇଛି।
ମାମଲାର ବିବରଣୀରୁ ପ୍ରକାଶ, ପ୍ରତିପକ୍ଷମାନେ ରତ୍ନଭଣ୍ଡାର ଖୋଲି ଅଳଙ୍କାରଗୁଡ଼ିକର ସବିଶେଷ ତାଲିକା ପ୍ରସ୍ତୁତ କରିବା ପାଇଁ ହାଇକୋର୍ଟରେ ଆବେଦନ କରାଯାଇଛି। ପୂର୍ବତନ ରାଜ୍ୟପାଳ ଭଗବତ ଦୟାଲ ଶର୍ମାଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଢାଞ୍ଚାରେ ରାଜ୍ୟପାଳ କିମ୍ବା ଜଣେ କାର୍ଯ୍ୟରତ ହାଇକୋର୍ଟ ବିଚାରପତିଙ୍କ ଅଧ୍ୟକ୍ଷତାରେ ଏକ ଯୁଗ୍ମ କମିଟି ଗଠନ କରାଯାଇ ଅଳଙ୍କାର ତାଲିକା ପ୍ରସ୍ତୁତ କରିବା ପାଇଁ ପ୍ରାର୍ଥନା କରାଯାଇଛି। ସେହିପରି ରତ୍ନଭଣ୍ଡାରର ବିପଦସଙ୍କୁଳ ଅଂଶ ମରାମତି କରିବା ନିମନ୍ତେ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା ଓ ରତ୍ନଭଣ୍ଡାରର ଚାବି ହଜେଇବା ମାମଲାରେ ଦାୟୀ ପୁରୀ ଜିଲାପାଳ କିମ୍ବା ସଂପୃକ୍ତ ଅଧିକାରୀଙ୍କ ବିରୋଧରେ ଫୌଜଦାରି ମାମଲା ଦାୟର କରି ସିବିଆଇ ଦ୍ବାରା ତଦନ୍ତ କରିବାକୁ ଆବେଦନକାରୀ ପ୍ରାର୍ଥନା କରିଛନ୍ତି। ହାଇକୋର୍ଟର ବୈଷୟିକ କମିଟି ଏବଂ ଏଏସ୍‌ଆଇ ଚିଠି ସତ୍ତ୍ୱେ ରତ୍ନଭଣ୍ଡାର ମରାମତି ନ କରି ଏହାକୁ ବିପଦସଙ୍କୁଳ ଅବସ୍ଥାରେ ରଖିବା କାରଣରୁ ଏଥିପାଇଁ ଦାୟୀ ଅଧିକାରୀଙ୍କ ବିରୋଧରେ ସିବିଆଇ ଦ୍ୱାରା ତଦନ୍ତ କରିବାକୁ ପିଟିଶନ୍‌ରେ ଦର୍ଶାଯାଇଛି। ଏଥିରେ ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ, ଆଇନ ସଚିବ, ଗୃହ ସଚିବ, ପୁରୀ ଜିଲାପାଳ, ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ଅଧ୍ୟକ୍ଷ ଓ ମୁଖ୍ୟ ପ୍ରଶାସକ, ପୁରୀ ଗଜପତି ମହାରାଜା, ଏଏସ୍‌ଆଇ ମହାନିର୍ଦ୍ଦେଶକ, ସିବିଆଇ ନିର୍ଦ୍ଦେଶକ ପ୍ରମୁଖଙ୍କୁ ପକ୍ଷଭୁକ୍ତ କରାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri