ଓଡ଼ିଶାରେ ଆୟୁଷ୍ମାନ ଯୋଜନା ଲାଗୁ କରିବାକୁ ଜନସ୍ବାର୍ଥ ମାମଲା: ହାଇକୋର୍ଟରେ ମାମଲା ଖାରଜ

କଟକ,୧୩।୨(କାର୍ତ୍ତିକ ସାହୁ): କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଯୋଜନା ଓଡ଼ିଶାରେ ଲାଗୁ କରିବାକୁ ନିବେଦନ କରି ଦାଖଲ ହୋଇଥିବା ଆବେଦନ ହାଇକୋର୍ଟରେ ଖାରଜ ହୋଇଛି। ଭାଜପାର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ପକ୍ଷରୁ ଦାଖଲ ଆବେଦନକୁ ମୁଖ୍ୟ ବିଚାରପତିଙ୍କ ଖଣ୍ଡପୀଠରେ ମଙ୍ଗଳବାର ଶୁଣାଣି ହେବା ପରେ ଏଥିରେ ଜନସ୍ବାର୍ଥ ସମ୍ବଳିତ ନିୟମ ପାଳନ କରାଯାଇନଥିବା ଦର୍ଶାଇ ଖଣ୍ଡପୀଠ ଏହାକୁ ଖାରଜ କରିଛନ୍ତି।

ଆବେଦନ ଅନୁଯାୟୀ, ରାଜ୍ୟର ଜନସାଧାରଣଙ୍କୁ ଭଲ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ନିମନ୍ତେ ଉକ୍ତ ଯୋଜନା ଲାଗୁ କରିବାକୁ ଆବେଦନକାରୀ ଉକ୍ତ ମାମଲା ଉଲ୍ଲେଖ କରିଥିଲେ ା ରାଜ୍ୟ ସରକାର ଜାଣିଶୁଣି ଓଡ଼ିଶାରେ ଏପରି ଯୋଜନାକୁ ଲାଗୁ କରାଇ ଦେଉନାହାଁନ୍ତି। ଫଳରେ ଓଡ଼ିଶାର ଲୋକମାନେ ଏହି ଯୋଜନାର ସୁଫଳ ପାଇପାରୁନାହଁନ୍ତି ା ଭାରତର ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେଥିବା ୨୮ହଜାରରୁ ଅଧିକ ଡାକ୍ତରଖାନା ଏହି ଯୋଜନା ସହିତ ଅନୁବନ୍ଧିତ ହୋଇଛନ୍ତି ା ତେବେ ଦିଲ୍ଲୀ ଓ ପଶ୍ଚିମବଙ୍ଗ ଭଳି ହାତ ଗଣତି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳକୁ ଛାଡ଼ି ଦେଲେ ପ୍ରାୟ ସମସ୍ତ ରାଜ୍ୟରେ ଏହି ଯୋଜନା ଲାଗୁ ହୋଇଛି। ହେଲେ ରାଜ୍ୟ ସରକାର ଓଡ଼ିଶାରେ ଏହି ଯୋଜନାକୁ ଲାଗୁ କରାଇବାକୁ ଉଦ୍ଦେଶ୍ୟମୂଳକ ଭାବେ ଆଗ୍ରହ ପ୍ରକାଶ କରୁନାହଁନ୍ତି ା ଅନ୍ୟପକ୍ଷରେ ରାଜ୍ୟ ସରକାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ବୀମା ଯୋଜନା ଲାଗୁ କରିଛନ୍ତି। ଏହି ଯୋଜନାରେ ପୁରୁଷ ହିତାଧିକାରୀଙ୍କ ପାଇଁ ୫ଲକ୍ଷ ଓ ମହିଳାଙ୍କ ନିମନ୍ତେ ୧୦ଲକ୍ଷ ଚିକିତ୍ସା ଖର୍ଚ୍ଚ ସରକାର ବହନ କରିବାର ବ୍ୟବସ୍ଥା ରହିଛି। ବେଳେବେଳେ ଅନେକ ଜଟିଳ ରୋଗ ପାଇଁ ବିଜୁ ସ୍ବାସ୍ଥ୍ୟ ବୀମା ଯୋଜନାରେ ଉପଲବ୍ଧ ଅର୍ଥ ପଯର୍‌ୟାପ୍ତ ହେଉନାହିଁ ଏବଂ ଅନେକ ଜଟିଳ ରୋଗର ଚିକିତ୍ସା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡରେ ବ୍ୟବସ୍ଥା ନାହିଁ ବୋଲି ଆବେଦନକାରୀ ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?