Odisha Elections 2024

ଓଡ଼ିଶାରେ ଆୟୁଷ୍ମାନ ଯୋଜନା ଲାଗୁ କରିବାକୁ ଜନସ୍ବାର୍ଥ ମାମଲା: ହାଇକୋର୍ଟରେ ମାମଲା ଖାରଜ

କଟକ,୧୩।୨(କାର୍ତ୍ତିକ ସାହୁ): କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଯୋଜନା ଓଡ଼ିଶାରେ ଲାଗୁ କରିବାକୁ ନିବେଦନ କରି ଦାଖଲ ହୋଇଥିବା ଆବେଦନ ହାଇକୋର୍ଟରେ ଖାରଜ ହୋଇଛି। ଭାଜପାର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ପକ୍ଷରୁ ଦାଖଲ ଆବେଦନକୁ ମୁଖ୍ୟ ବିଚାରପତିଙ୍କ ଖଣ୍ଡପୀଠରେ ମଙ୍ଗଳବାର ଶୁଣାଣି ହେବା ପରେ ଏଥିରେ ଜନସ୍ବାର୍ଥ ସମ୍ବଳିତ ନିୟମ ପାଳନ କରାଯାଇନଥିବା ଦର୍ଶାଇ ଖଣ୍ଡପୀଠ ଏହାକୁ ଖାରଜ କରିଛନ୍ତି।

ଆବେଦନ ଅନୁଯାୟୀ, ରାଜ୍ୟର ଜନସାଧାରଣଙ୍କୁ ଭଲ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ନିମନ୍ତେ ଉକ୍ତ ଯୋଜନା ଲାଗୁ କରିବାକୁ ଆବେଦନକାରୀ ଉକ୍ତ ମାମଲା ଉଲ୍ଲେଖ କରିଥିଲେ ା ରାଜ୍ୟ ସରକାର ଜାଣିଶୁଣି ଓଡ଼ିଶାରେ ଏପରି ଯୋଜନାକୁ ଲାଗୁ କରାଇ ଦେଉନାହାଁନ୍ତି। ଫଳରେ ଓଡ଼ିଶାର ଲୋକମାନେ ଏହି ଯୋଜନାର ସୁଫଳ ପାଇପାରୁନାହଁନ୍ତି ା ଭାରତର ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେଥିବା ୨୮ହଜାରରୁ ଅଧିକ ଡାକ୍ତରଖାନା ଏହି ଯୋଜନା ସହିତ ଅନୁବନ୍ଧିତ ହୋଇଛନ୍ତି ା ତେବେ ଦିଲ୍ଲୀ ଓ ପଶ୍ଚିମବଙ୍ଗ ଭଳି ହାତ ଗଣତି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳକୁ ଛାଡ଼ି ଦେଲେ ପ୍ରାୟ ସମସ୍ତ ରାଜ୍ୟରେ ଏହି ଯୋଜନା ଲାଗୁ ହୋଇଛି। ହେଲେ ରାଜ୍ୟ ସରକାର ଓଡ଼ିଶାରେ ଏହି ଯୋଜନାକୁ ଲାଗୁ କରାଇବାକୁ ଉଦ୍ଦେଶ୍ୟମୂଳକ ଭାବେ ଆଗ୍ରହ ପ୍ରକାଶ କରୁନାହଁନ୍ତି ା ଅନ୍ୟପକ୍ଷରେ ରାଜ୍ୟ ସରକାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ବୀମା ଯୋଜନା ଲାଗୁ କରିଛନ୍ତି। ଏହି ଯୋଜନାରେ ପୁରୁଷ ହିତାଧିକାରୀଙ୍କ ପାଇଁ ୫ଲକ୍ଷ ଓ ମହିଳାଙ୍କ ନିମନ୍ତେ ୧୦ଲକ୍ଷ ଚିକିତ୍ସା ଖର୍ଚ୍ଚ ସରକାର ବହନ କରିବାର ବ୍ୟବସ୍ଥା ରହିଛି। ବେଳେବେଳେ ଅନେକ ଜଟିଳ ରୋଗ ପାଇଁ ବିଜୁ ସ୍ବାସ୍ଥ୍ୟ ବୀମା ଯୋଜନାରେ ଉପଲବ୍ଧ ଅର୍ଥ ପଯର୍‌ୟାପ୍ତ ହେଉନାହିଁ ଏବଂ ଅନେକ ଜଟିଳ ରୋଗର ଚିକିତ୍ସା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡରେ ବ୍ୟବସ୍ଥା ନାହିଁ ବୋଲି ଆବେଦନକାରୀ ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ସହ ଜାଳେଣି କାଠ ପାଇଁ ଜଙ୍ଗଲକୁ ଯାଇଥିବା ବେଳେ ସ୍ତ୍ରୀ ମୃତ, ହତ୍ୟା ଅଭିଯୋଗ ଆଣିଲେ ମହିଳାଙ୍କ ଭାଇ

ଥୁଆମୂଳରାମପୁର,୧୮ା୫(ଦୁର୍ଗା କୀର୍ତ୍ତି): ଦିନକୁଦିନ ଯୌତୁକ ନିର୍ଯାତନା ଓ ହତ୍ୟା ଘଟଣା ବୃଦ୍ଧି ପାଉଥିବା ବେଳେ କିଛି ଅଞ୍ଚଳରୁ ହୃଦୟ ବିଦାରକ ଭଳି ଘଟଣା ସାମ୍ନାକୁ ଆସୁଛି...

ବିଜେଡି ନେତାଙ୍କ ବିରୋଧରେ ମାମଲା ରୁଜୁ

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପାରେ ଯୋଗଦେଇ ଥିବା ବିଜେଡି ନେତା ପୁଣି ବିଜେଡିକୁ ଫେରିବା ଘଟଣାକୁ ନେଇ ରାଜନୀତି ସରଗରମ ହୋଇଛି। ବାଂଶପାଳ ବ୍ଲକ ଶୁଆକାଟି...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍‌ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି।...

ଖୁଲମଖୁଲା ବୁଲୁଛନ୍ତି ଝିଅର ହତ୍ୟାକାରୀ, ଗିରଫ ଦାବିରେ ଅନଶନରେ ବସିଲେ ମା’

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ନିର୍ବାଚନ ସମୟରେ ସବୁ ଓ୍ବାରେଣ୍ଟ କାର୍ଯ୍ୟକାରୀ ହୁଏ ପୁରୁଣା କେସ୍‌ ଥିବା ଅପରାଧୀ ଧରା ହୁଅନ୍ତି। ତେବେ କେନ୍ଦୁଝରର ଲୋକପ୍ରିୟ ସମାଜସେବୀ...

ପାଣ୍ଡିଆନ୍‌ଙ୍କୁ ତାମିଲନାଡୁ ପଠାଇବାକୁ ଅପିଲ୍ କଲେ ହିମନ୍ତ ବିଶ୍ବଶର୍ମା, ଟିକେଟ୍ କାଟିଲା ଭାଜପା

ଭୁବନେଶ୍ୱର,୧୮।୫: ଓଡ଼ିଶାରେ ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ଜାରି ରହିଥିଲା ବେଳେ ରାଜନୈତିକ ବାତାବରଣ ଉଷ୍ମ ହେବାରେ ଲାଗିଛି। ଏହାରି ମଧ୍ୟରେ ବିଜେଡି ବରିଷ୍ଠ...

ଯୁବକଙ୍କ ଜୀବନ ନେଲା ଅନ୍‌ଲାଇନ୍‌ ଗେମ୍‌

ବାଲିମେଳା,୧୮ା୫(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ବାଲିମେଳା ସହରରେ ଥିବା ୧ ନଂ ଓ୍ବାର୍ଡ ନୂଆସାହିରେ ଜଣେ ଯୁବକ ଅନ୍‌ଲାଇନ ଗେମ୍‌ ଖେଳରୁ ରଶି ଦେଇ ଆତ୍ମହତ୍ୟା...

ଛତ୍ରପୁର ବଡ଼ ଷ୍ଟେଶନ୍‌ରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌

ଛତ୍ରପୁର,୧୮/୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବଡ଼ ଷ୍ଟେଶନ ଠାରେ ଏକମାଲବାହି ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନର ୩ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ରେଳବାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri