ଓଏଚ୍‌ଆର୍‌ସିରେ ଜନସ୍ବାର୍ଥ ମାମଲା

କଟକ ଅଫିସ,୧୮ା୪: ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରାବେଳେ ଘଟିଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ରାଜ୍ୟ ମାନବାଧିକାର କମିଶନ୍‌(ଓଏଚ୍‌ଆର୍‌ସି)ଙ୍କ ନିକଟରେ ଏକ ଜନସ୍ବାର୍ଥ ମାମଲା ସୋମବାର ଦାଏର ହୋଇଛି। ଆବେଦନକାରୀ ଶିବଶଙ୍କର ମହାନ୍ତି ଏହି ମାମଲା ଦାଏର କରିଛନ୍ତି। ମାମଲାର ବିବରଣୀରୁ ପ୍ରକାଶ, ହନୁମାନ ଜୟନ୍ତୀ ଉପଲକ୍ଷେ ଗତ ୧୨ ତାରିଖରେ ସମ୍ବଲପୁରରେ ଅନୁଷ୍ଠିତ ବାଇକ ଶୋଭାଯାତ୍ରାବେଳେ ପୋଲିସ କ’ଣ ପଦକ୍ଷେପ ନେଇଥିଲା, ଗୋଷ୍ଠୀ ସଂଘର୍ଷ ଆଶଙ୍କା ନେଇ ଗୋଇନ୍ଦା ପାଖରେ ପୂର୍ବରୁ ଖବର ଥିଲା କି ନାହିଁ, ହିଂସା ପଛରେ କ’ଣସବୁ କାରଣ ରହିଛି, ବାଇକ୍‌ ଶୋଭାଯାତ୍ରାବେଳେ ସଂଘଟିତ ହିଂସାକୁ ନିୟନ୍ତ୍ରଣ କରିବା ପାଇଁ ଯଥେଷ୍ଟ ପୋଲିସ ମୁତୟନ ହୋଇଥିଲେ କି ନାହିଁ, ହିଂସାକାଣ୍ଡ ଘଟିବା ପରେ ତାହାକୁ ନିୟନ୍ତ୍ରଣ କରିବା ପାଇଁ ଉପଯୁକ୍ତ ପଦକ୍ଷେପ ନିଆଯାଇଛି କି ନାହିଁ ତାହା ଅଦାଲତରେ ଦର୍ଶାଇବା ନିମନ୍ତେ ପୋଲିସକୁ ନିର୍ଦ୍ଦେଶ ଦେବାକୁ କମିଶନ୍‌ଙ୍କୁ ନିବେଦନ କରାଯାଇଛି। ସେହିପରି ସଂଘର୍ଷରେ ଆହତ ସାଧାରଣ ଲୋକ ଓ ପୋଲିସ କର୍ମଚାରୀଙ୍କ ପକ୍ଷରୁ କେତୋଟି ଅଭିଯୋଗ କରାଯାଇଛି ଏବଂ ଅଭିଯୋଗଗୁଡ଼ିକର ସବିଶେଷ ତଥ୍ୟ ସହ ପୋଲିସ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ କମିଶନ୍‌ଙ୍କୁ ଜଣାଇବାକୁ ଆବେଦନ କରାଯାଇଛି। ସେହିପରି ସଂଘର୍ଷରେ ମୃତକ ଚନ୍ଦ୍ରଶେଖର ମିର୍ଦ୍ଧାଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା, ଆହତ ଧନୁପାଲି ଥାନାର ଆଇଆଇସି ଅନିତା ପ୍ରଧାନ ଓ ଅନ୍ୟ ଜଣେ ବିଶ୍ୱନାଥ ଶିଖାଙ୍କୁ ୫ ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ ଦିଆଯିବା ନେଇ କମିଶନ୍‌ ନିର୍ଦ୍ଦେଶ ଦେବାକୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri