ସିବିଆଇ ତଦନ୍ତ ଦାବିରେ ଜନସ୍ବାର୍ଥ ମାମଲା

କଟକ ଅଫିସ/ଆସିକା, ୫ା୪:(ଡି.ଏନ୍‌.ଏ):ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଆଇଆଇସି ଦେବ କୁମାର ଗମାଙ୍ଗଙ୍କ ମୃତ୍ୟୁର ରହସ୍ୟ ଉପରୁ ଏପର୍ଯ୍ୟନ୍ତ ପରଦା ହଟିପାରିନାହିଁ। ଏପରି ସ୍ଥିତିରେ ସିବିଆଇ ତଦନ୍ତ ଦାବିରେ ସୋମବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର ହୋଇଛି। ଭାରତୀୟ ବିକାଶ ପରିଷଦର ସଭାପତି ସୁରେନ୍ଦ୍ର ପାଣିଗ୍ରାହୀଙ୍କ ପକ୍ଷରୁ ଏହି ଜନସ୍ବାର୍ଥ ମାମଲା ଦାଏର କରାଯାଇଛି। ଘଟଣାର ସିବିଆଇ ତଦନ୍ତ ସହ ମୃତ ଗମାଙ୍ଗଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ଏଥିରେ ଦାବି ହୋଇଛି। ଉକ୍ତ ମାମଲାରେ କେନ୍ଦ୍ର ସ୍ବରାଷ୍ଟ୍ର ସଚିବ, ରାଜ୍ୟ ମୁଖ୍ୟ ଶାସନ ସଚିବ, ରାଜ୍ୟ ଗୃହ ସଚିବ, ପୋଲିସ ମହାନିର୍ଦ୍ଦେଶକ, ଗଞ୍ଜାମ ଆରକ୍ଷୀ ଅଧୀକ୍ଷକ, ଭଞ୍ଜନଗର ଏସ୍‌ଡିପିଓ ଏବଂ ଭଞ୍ଜନଗର ଥାନା ଆଇଆଇସିଙ୍କୁ ପକ୍ଷଭୁକ୍ତ କରାଯାଇଛି।
ଆବେଦନକାରୀ ତାଙ୍କ ଆବେଦନରେ ଦର୍ଶାଇଛନ୍ତି ଯେ, ଗାଙ୍ଗପୁର ଥାନା ଆଇଆଇସି ଗମାଙ୍ଗଙ୍କ ମୃତ୍ୟୁ ସମୟରେ ସେ ସିଭିଲ ଡ୍ରେସରେ ଥାଇ ମଧ୍ୟାହ୍ନଭୋଜନ କରୁଥିଲେ। ତାଙ୍କ ନିକଟରେ ବନ୍ଧୁକ ନ ଥିଲା। ଏହି ସମୟରେ ଉଭୟ ଭଞ୍ଜନଗର ଏସ୍‌ଡିପିଓ ଶୁଭ୍ରାଂଶୁ ଶେଖର ମିଶ୍ର ଏବଂ ଭଞ୍ଜନଗର ଥାନା ଆଇଆଇସି ଦିନେଶ କୁମାର ଦାସ ସେଠାରେ ଉପସ୍ଥିତ ଥିଲେ। ଗମାଙ୍ଗ ଡାହାଣହାତି ଥିବାବେଳେ ତାଙ୍କ ବାମପାଖ ପିଚାରେ ଗୁଳି ବାଜିଛି। ତେଣୁ ସେ ବାମହାତରେ ସହଜେ ନିଜ ବନ୍ଧୁକ କାଢି କଦାପି ନିଜକୁ ଗୁଳି କରିପାରିବେ ନାହିଁ। ଅନ୍ୟ କେହି ତାଙ୍କୁ ନିଶ୍ଚୟ ଗୁଳି କରିଛନ୍ତି। ଏଣୁ ଭଞ୍ଜନଗର ଏସ୍‌ଡିପିଓ ମିଶ୍ର ଏବଂ ଆଇଆଇସି ଦାସଙ୍କୁ ତଦନ୍ତ ପରିସରଭୁକ୍ତ କରି ଉଭୟଙ୍କ ପଲିଗ୍ରାଫିକ ଟେଷ୍ଟ ସହ ମାମଲାର ସିବିଆଇ ତଦନ୍ତ କରାଗଲେ ସତ୍ୟାସତ୍ୟ ଲୋକଲୋଚନକୁ ଆସିପାରିବ।
ସୂଚନାଯୋଗ୍ୟ, ଗତ ମାର୍ଚ୍ଚ ୨୫ରେ ଦେବ କୁମାରଙ୍କ ମୃତ୍ୟୁ ଘଟିଥିଲା। ନିଜ ସର୍ଭିସ ପିସ୍ତଲରୁ ଗୁଳି ଫୁଟି ତାଙ୍କର ମୃତ୍ୟୁ ହୋଇଥିବା କୁହାଯାଇଥିଲା। ତେବେ ଘଟଣା ସମୟରେ ତାଙ୍କ ସରକାରୀ କ୍ୱାର୍ଟର୍ସରେ ଭଞ୍ଜନଗର ଏସ୍‌ଡିପିଓ ଶୁଭ୍ରାଂଶୁ ଶେଖର ମିଶ୍ର ଏବଂ ଭଞ୍ଜନଗର ଥାନା ଆଇଆଇସି ଦିନେଶ କୁମାର ଦାସ ଉପସ୍ଥିତ ଥିବା ଦେବ କୁମାରଙ୍କ ମା’ ଗଣମାଧ୍ୟମକୁ ସୂଚନା ଦେଇଥିଲେ। ଫଳରେ ଏହାକୁ ନେଇ ସନ୍ଦେହ ସୃଷ୍ଟି ହୋଇଥିଲା। ଅନ୍ୟପକ୍ଷରେ ଗୁଳି କିପରି ଫୁଟିଲା ସେ ନେଇ ଏପର୍ଯ୍ୟନ୍ତ କିଛି ସ୍ପଷ୍ଟ ହୋଇ ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri