ପୂଜା ଅନୁମତି ପାଇଁ ଜନସ୍ବାର୍ଥ ମାମଲା

କଟକ ଅଫିସ,୧୯ା୮: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭୁବନେଶ୍ୱର-କଟକ କମିଶନରେଟ୍‌ ପୋଲିସ ଦ୍ୱୈତନଗରୀରେ ଗଣେଶ ପୂଜା ଉପରେ କଟକଣା ଲଗାଇଛି। ପୋଲିସର ଏହି ପଦକ୍ଷେପକୁ ଚ୍ୟାଲେଞ୍ଜ କରି ମଙ୍ଗଳବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। କଟକ ନଗର ବୁଢ଼ା ଗଣେଶ କମିଟିର ସଭାପତି ଶିବାନନ୍ଦ କୁମାର ହାତୀ ଏହି ମାମଲା କରିଛନ୍ତି। ଏଥିରେ ମୁଖ୍ୟ ଶାସନ ସଚିବ, ସ୍ବତନ୍ତ୍ର ରିଲିଫ୍‌ କମିଶନର, ପୋଲିସ କମିଶନର, କଟକ ଜିଲାପାଳ, କଟକ ଡିସିପି, କଟକ ମହାନଗର ନିଗମ କମିଶନର, ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କୁ ପକ୍ଷଭୁକ୍ତ କରାଯାଇଛି।
ଆବେଦନରେ ଦର୍ଶାଯାଇଛି ଯେ, କଟକ ଓ ଭୁବନେଶ୍ୱରରେ ଗଣେଶ ପୂଜା ହେଉଛି ଅନ୍ୟତମ ବଡ଼ ଉତ୍ସବ। ବକ୍ସିବଜାର ବଣିଆ ସାହିରେ ପ୍ରାୟ ୬ ଶହ ବର୍ଷ ହେଲା ଗଣେଶ ପୂଜା ପାଳିତ ହୋଇଆସୁଛି। ସହରର ଅନ୍ୟ ସ୍ଥାନରେ ପ୍ରାୟ ୪ ଶହ ବର୍ଷ ହେଲା ପୂଜା ଆୟୋଜିତ ହେଉଛି। ସଂକ୍ରମଣ ରୋକିବା ପାଇଁ ସରକାର ଯାହା ପଦକ୍ଷେପ ଠିକ୍‌ ଭାବୁଛନ୍ତି, ତାହା କାର୍ଯ୍ୟକାରୀ କରିପାରିବେ। କିନ୍ତୁ ସମ୍ବିଧାନରେ ନାଗରିକଙ୍କୁ ଧାର୍ମିକ ସ୍ବାଧୀନତା ଦିଆଯାଇଛି। ତେଣୁ ପୂଜାକୁ ସମ୍ପୂର୍ଣ୍ଣ ବନ୍ଦ କରିବା ଅସାମ୍ବିଧାନିକ ନିଷ୍ପତ୍ତି। ପୂଜା କମିଟିଗୁଡ଼ିକ ଜାକଜମକ ବିନା କେବଳ ମୂର୍ତ୍ତି ପୂଜା ପାଇଁ ଆଗ୍ରହୀ ଅଛନ୍ତି। ୧୦ରୁ ୨୦ ଜଣ ଭକ୍ତଙ୍କୁ ନେଇ କେବଳ ପୂଜା ବିଧି ହୋଇପାରିବ। ଏହି ସମୟରେ ସାମାଜିକ ଦୂରତ୍ୱ ରକ୍ଷା ଓ ମାସ୍କ ପିନ୍ଧାଯିବ। ବିନା ଜନଗହଳିରେ ବିସର୍ଜନ ମଧ୍ୟ କରାଯିବ। ତେଣୁ ଗଣେଶ ପୂଜା ବନ୍ଦ କରିବା ନେଇ ପକ୍ଷଭୁକ୍ତଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିବା ଓ ପୂଜା ପାଇଁ ଅନୁମତି ଦେବାକୁ କୋର୍ଟଙ୍କ ପାଖରେ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri