ବିଦ୍ୟୁତ୍‌ ଦର ବୃଦ୍ଧି ପ୍ରତିବାଦରେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ,୬।୪: ରାଜ୍ୟରେ ବିଦ୍ୟୁତ୍‌ ଦର ବୃଦ୍ଧିର ପ୍ରତିବାଦ କରି ସୋମବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। ଏଥିରେ ରାଜ୍ୟ ସରକାର, ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇଆର୍‌ସି)ଙ୍କ ସମେତ ୧୧ଜଣଙ୍କୁ ପକ୍ଷଭୁକ୍ତ କରାଯାଇଛି। ସୁରେନ୍ଦ୍ର କୁମାର ପାଣିଗ୍ରାହୀ ଏହି ମାମଲା ରୁଜୁ କରିଛନ୍ତି।
ଗତ ୨୭ତାରିଖରେ ଓଇଆର୍‌ସି ୟୁନିଟ ପିଛା ୩୦ପଇସା ବୃଦ୍ଧି କରିଥିଲେ। ଫଳରେ ପ୍ରଥମ ୫୦ ୟୁନିଟ ପିଛା ୩ଟଙ୍କା, ସେହିପରି ୫୧ରୁ ୨୦୦ ୟୁନିଟ ଦର ୟୁନିଟ ପିଛା ୪ଟଙ୍କା ୮୦ ପଇସା, ୨୦୦ରୁ ୪୦୦ ୟୁନିଟ ବ୍ୟବହାର କରୁଥିବା ଉପଭୋକ୍ତଙ୍କୁ ୟୁନିଟ ପିଛା ୫ଟଙ୍କା ୮୦ ପଇସା ଏବଂ ୪୦୦ ୟୁନିଟରୁ ଅଧିକ ବ୍ୟବହାର କରୁଥିବା ଉପଭୋକ୍ତାଙ୍କୁ ୬ ଟଙ୍କା ୨୦ ପଇସା ଦେବାକୁ ପଡ଼ୁଛି। ଏହି ବର୍ଦ୍ଧିତ ଦର ଗତ ୪ତାରିଖ ଠାରୁ ଲାଗୁ ହୋଇଛି। ବିଦ୍ୟୁତ୍‌ ଦର ବୃଦ୍ଧି ଫଳରେ ସାଧାରଣ ଉପଭୋକ୍ତା ଅତିଷ୍ଠ ହୋଇପଡ଼ିଛନ୍ତି ବୋଲି ଆବେଦନରେ ଦର୍ଶାଯାଇଛି। ପ୍ରକାଶ ଯେ, ଓଇଆର୍‌ସି ଗତ ୬ମାସ ମଧ୍ୟରେ ୨ଟି ପର୍ଯ୍ୟାୟରେ ୟୁନିଟ ପିଛା ୫୦ପଇସା ବୃଦ୍ଧି କଲେଣି। ଏହାକୁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ବିରୋଧ କରାଯାଇଛି। ଏପରି କି ବିରୋଧୀ ଗତ ବିଧାନସଭା ଅଧିବେଶନରେ ବିଦ୍ୟୁତ୍‌ ଦର ବୃଦ୍ଧି ପ୍ରତ୍ୟାହାର ପାଇଁ ସରକାରଙ୍କ ଉପରେ ଚାପ ପକାଇଥିଲେ। ପରେ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଏନେଇ ପୁନର୍ବିଚାର କରିବାକୁ ଓଇଆର୍‌ସିକୁ ଚିଠି ଲେଖିଥିଲେ। ମାତ୍ର ଇତିମଧ୍ୟରେ ଓଇଆର୍‌ସି ବିଦ୍ୟୁତ୍‌ ଶୁଳ୍କ ହ୍ରାସ କରିନଥିବା ଆବେଦନକାରୀ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

ନବରାତ୍ରୀର ପ୍ରଥମ ଦିନରେ ସୂର୍ଯ୍ୟଙ୍କ ଗୋଚର, ୫ ରାଶିଙ୍କର ହୁ ହୁ ହୋଇ ବଢିବ ଟଙ୍କା!

ସୂର୍ଯ୍ୟ ଗ୍ରହ ୧୧ ଅକ୍ଟୋବର ୨୦୨୬ ରବିବାର ରାତି ୨ଟା ୨୫ ମିନିଟରେ ହସ୍ତା ନକ୍ଷତ୍ରରୁ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟ ଗ୍ରହ ମଙ୍ଗଳଙ୍କ ନକ୍ଷତ୍ରରେ…

ଚଳଚଞ୍ଚଳ କ୍ୟାମ୍ପସ  ସରିଲା ନାମାଙ୍କନ, ବୈଧ ପ୍ରାର୍ଥୀ ତାଲିକାକୁ ଅପେକ୍ଷା

ଖୋର୍ଦ୍ଧା,୯।୧୦(ପ୍ରଭାତ ପାଣିଗ୍ରାହୀ): ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଉଠିଛି। ଦୀର୍ଘ ୮ ବର୍ଷ ପରେ କ୍ୟାମ୍ପସ୍‌ରେ ଛାତ୍ର ସଂସଦନିବାଚନ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ…

ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ

ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?