ଜନତା ମୋର ଷ୍ଟାର ପ୍ରଚାରକ: ରାଜେନ୍ଦ୍ର

ଭଦ୍ରକ ଅଫିସ, ୧୮।୧୦:ଧାମନଗର ଉପନିର୍ବାଚନ ପାଇଁ ବିଜେଡି ବିଦ୍ରୋହୀ ତଥା ସ୍ବାଧୀନ ପ୍ରାର୍ଥୀ ଭାବେ ମଇଦାନକୁ ଓହ୍ଲାଇଥିବା ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ପ୍ରତିଦ୍ୱନ୍ଦ୍ୱିତା ନିଷ୍ପତ୍ତିରେ ଦୃଢ଼ ରହିବେ ନା ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଥିଲା।
ଦଳୀୟ ଟିକେଟ ନ ମିଳିବା ପରେ ଅସନ୍ତୋଷ ଜାହିର କରି ସ୍ବାଧୀନ ଭାବେ ନାମାଙ୍କନ ଦାଖଲ କରିଥିଲେ ରାଜେନ୍ଦ୍ର। ସୋମବାର ନାମାଙ୍କନ ପ୍ରତ୍ୟାହାରର ଶେଷ ଦିବସ ଥିବାବେଳେ ଶନିବାର ଓ ରବିବାର ତାଙ୍କୁ ମନାଇବା ପାଇଁ ବିଜେଡି ପକ୍ଷରୁ ବହୁ ଉଦ୍ୟମ କରାଯାଇଥିଲା। ରାଜେନ୍ଦ୍ର ତାଙ୍କର ନାମାଙ୍କନ ପତ୍ର ପ୍ରତ୍ୟାହାର କରିନେବେ ବୋଲି ଚର୍ଚ୍ଚା ମଧ୍ୟ ଜୋର୍‌ ଧରିଥିଲା। କିନ୍ତୁ ବିଜେଡିର ସମସ୍ତ ପ୍ରଚେଷ୍ଟା ଶେଷରେ ରାଜେନ୍ଦ୍ରଙ୍କ ଜିଦ୍‌ ଆଗରେ ଫେଲ୍‌ ମାରିଛି। ରାଜେନ୍ଦ୍ରଙ୍କୁ ନେଇ ଏବେ ଧାମନଗର ରାଜନୀତି ରୋଚକ ମୋଡ଼ରେ ପହଞ୍ଚିଛି।
ପୂର୍ବରୁ ଭାଜପା ୪୦, ବିଜେଡି ୪୦ ଓ କଂଗ୍ରେସ ୩୦ ଜଣିଆ ଷ୍ଟାର ପ୍ରଚାରକଙ୍କ ନାମ ତାଲିକା ଘୋଷଣା କରିସାରିଛନ୍ତି। ଏଭଳି ସ୍ଥିତିରେ ସୋମବାର ରାଜେନ୍ଦ୍ର ତାଙ୍କର ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛନ୍ତି। ତାଲିକାରେ କୌଣସି ବଡ଼ ନେତାଙ୍କ ନଁା ନ ଥିଲେ ମଧ୍ୟ ମା’ ବାପା, ଗୁରୁଜନ, ଚାଷୀ, ଚାଚା, ଚାଚୀ, ଶିକ୍ଷିତ ଓ ସାଧାରଣ ଜନତା ମୋର ଷ୍ଟାର ପ୍ରଚାରକ ବୋଲି ରାଜେନ୍ଦ୍ର ଗଣମାଧ୍ୟମ ଆଗରେ କହିଛନ୍ତି। ଏହି ଷ୍ଟାର ପ୍ରଚାରକମାନଙ୍କୁ ସାଥିରେ ନେଇ ଉପନିର୍ବାଚନରେ ବିଜୟୀ ହେବେ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।
ଉପନିର୍ବାଚନରେ ବିଜେଡିର ବିଦ୍ରୋହୀ ପ୍ରାର୍ଥୀ ହେବା ଯୋଗୁ ଏହା ଦଳ ଉପରେ ପ୍ରଭାବ ପକାଇବ ବୋଲି ଚର୍ଚ୍ଚା ହେଉଛି। ଅନ୍ୟପଟେ ବିଦ୍ରୋହୀ ପ୍ରାର୍ଥୀ ହେବା ପରେ ମଧ୍ୟ ବିଜେଡି ରାଜେନ୍ଦ୍ରଙ୍କୁ ନିଲମ୍ବନ ନ କରିବା ପଛରେ କ’ଣ ରହସ୍ୟ ରହିଛି, ସେନେଇ ମଧ୍ୟ ଚର୍ଚ୍ଚା ଜୋର୍‌ ଧରିଛି। ବିଜେଡି ବୈଠକରେ ରାଜେନ୍ଦ୍ରଙ୍କ ସମର୍ଥକମାନେ ଦଳ ତାଙ୍କୁ ଟିକେଟ ନ ଦେବା ନେଇ ଅସନ୍ତୋଷ ପ୍ରକାଶ କରି ହୋହଲ୍ଲା କରୁଥିବାର ଏକ ଭିଡିଓ ଭାଇରାଲ ହେଉଛି। ଏଭଳି ସ୍ଥିତିରେ ଧାମନଗରରେ ବିଜେଡି ଦୁଇଫାଳ ହୋଇଥିବା ବେଳେ ଭାଜପା କେତେଦୂର ଫାଇଦା ଉଠାଇ ପାରିବ ତାହା ନିର୍ବାଚନ ଫଳାଫଳ ପରେ ଜଣାପଡ଼ିବ ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟୋକନ ଅବଧି ନେଇ ମୁହଁ ଖୋଲିଲେ ଶାରଦା: କହିଲେ ଦୁଇ ଦିନରେ…

ଭୁବନେଶ୍ୱର,୩୦।୩: ଟୋକନ ଅବଧି ନେଇ ମୁହଁ ଖୋଲିଲେ ବିଜେଡି ବିଧାୟକ ଶାରଦା ଜେନା। ସେ କହିଛନ୍ତି, ୭ ଦିନ ବୃଦ୍ଧି କରିବାକୁ ଦାବି କରିଥିଲୁ। ଧନ୍ୟବାଦ ସେ…

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ଆତ୍ମସମର୍ପଣ କଲେ ଝାଡ଼ଖଣ୍ଡର ଗ୍ରୁପ ବି ମହିଳା ମାଓବାଦୀ

ରାଉରକେଲା,୩୦।୩(ସଂଗୀତା ଜେନା): ସୀମାନ୍ତ ଅଞ୍ଚଳକୁ ମାଓବାଦୀ ମୁକ୍ତ କରିବାରେ ରାଉରକେଲା ପୋଲିସର ଜାରି ରହିଥିବା ଉଦ୍ୟମକୁ ପୁଣି ଏକ ସଫଳତା ମିଳିଛି। ସରଣ୍ଡା ଜଙ୍ଗଲରେ ସକ୍ରିୟ ଥିବା…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଧାନ କିଣା ନେଇ କାଲି ଥିଲା ଶେଷ ତାରିଖ, ଏପଟେ ଯୋଗାଣ ମନ୍ତ୍ରୀ କହିଦେଲେ…

ଭୁବନେଶ୍ୱର,୩୦।୩:ଚାଷୀଙ୍କ ପାଇଁ ବଡ଼ ଅପ୍‌ଡେଟ୍‌। ଧାନ ସଂଗ୍ରହ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ବଡ଼ ସୂଚନା। କାଲି ସୁଦ୍ଧା ଧାନ କିଣା ନେଇ…

ଷ୍ଟାଡିୟମରେ ପ୍ରେମିକାଙ୍କୁ ପ୍ରପୋଜ କରୁଥିଲେ ପ୍ରେମିକ: ରିଙ୍ଗ୍‌ ପିନ୍ଧାଇବା ସମୟରେ ଘଟିଗଲା ଏମିତି କିଛି…ଦେଖନ୍ତୁ Video

ମୁମ୍ବାଇ,୩୦।୩: ଆଇପିଏଲ୍‌ ୨୦୨୬ ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌କୁ ମୁମ୍ବାଇ ଇଣ୍ଡିଆନ୍ସ ଜିତିଥିଲା। ମୁମ୍ବାଇ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri