ଜନତା ମୋର ଷ୍ଟାର ପ୍ରଚାରକ: ରାଜେନ୍ଦ୍ର

ଭଦ୍ରକ ଅଫିସ, ୧୮।୧୦:ଧାମନଗର ଉପନିର୍ବାଚନ ପାଇଁ ବିଜେଡି ବିଦ୍ରୋହୀ ତଥା ସ୍ବାଧୀନ ପ୍ରାର୍ଥୀ ଭାବେ ମଇଦାନକୁ ଓହ୍ଲାଇଥିବା ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ପ୍ରତିଦ୍ୱନ୍ଦ୍ୱିତା ନିଷ୍ପତ୍ତିରେ ଦୃଢ଼ ରହିବେ ନା ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଥିଲା।
ଦଳୀୟ ଟିକେଟ ନ ମିଳିବା ପରେ ଅସନ୍ତୋଷ ଜାହିର କରି ସ୍ବାଧୀନ ଭାବେ ନାମାଙ୍କନ ଦାଖଲ କରିଥିଲେ ରାଜେନ୍ଦ୍ର। ସୋମବାର ନାମାଙ୍କନ ପ୍ରତ୍ୟାହାରର ଶେଷ ଦିବସ ଥିବାବେଳେ ଶନିବାର ଓ ରବିବାର ତାଙ୍କୁ ମନାଇବା ପାଇଁ ବିଜେଡି ପକ୍ଷରୁ ବହୁ ଉଦ୍ୟମ କରାଯାଇଥିଲା। ରାଜେନ୍ଦ୍ର ତାଙ୍କର ନାମାଙ୍କନ ପତ୍ର ପ୍ରତ୍ୟାହାର କରିନେବେ ବୋଲି ଚର୍ଚ୍ଚା ମଧ୍ୟ ଜୋର୍‌ ଧରିଥିଲା। କିନ୍ତୁ ବିଜେଡିର ସମସ୍ତ ପ୍ରଚେଷ୍ଟା ଶେଷରେ ରାଜେନ୍ଦ୍ରଙ୍କ ଜିଦ୍‌ ଆଗରେ ଫେଲ୍‌ ମାରିଛି। ରାଜେନ୍ଦ୍ରଙ୍କୁ ନେଇ ଏବେ ଧାମନଗର ରାଜନୀତି ରୋଚକ ମୋଡ଼ରେ ପହଞ୍ଚିଛି।
ପୂର୍ବରୁ ଭାଜପା ୪୦, ବିଜେଡି ୪୦ ଓ କଂଗ୍ରେସ ୩୦ ଜଣିଆ ଷ୍ଟାର ପ୍ରଚାରକଙ୍କ ନାମ ତାଲିକା ଘୋଷଣା କରିସାରିଛନ୍ତି। ଏଭଳି ସ୍ଥିତିରେ ସୋମବାର ରାଜେନ୍ଦ୍ର ତାଙ୍କର ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛନ୍ତି। ତାଲିକାରେ କୌଣସି ବଡ଼ ନେତାଙ୍କ ନଁା ନ ଥିଲେ ମଧ୍ୟ ମା’ ବାପା, ଗୁରୁଜନ, ଚାଷୀ, ଚାଚା, ଚାଚୀ, ଶିକ୍ଷିତ ଓ ସାଧାରଣ ଜନତା ମୋର ଷ୍ଟାର ପ୍ରଚାରକ ବୋଲି ରାଜେନ୍ଦ୍ର ଗଣମାଧ୍ୟମ ଆଗରେ କହିଛନ୍ତି। ଏହି ଷ୍ଟାର ପ୍ରଚାରକମାନଙ୍କୁ ସାଥିରେ ନେଇ ଉପନିର୍ବାଚନରେ ବିଜୟୀ ହେବେ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।
ଉପନିର୍ବାଚନରେ ବିଜେଡିର ବିଦ୍ରୋହୀ ପ୍ରାର୍ଥୀ ହେବା ଯୋଗୁ ଏହା ଦଳ ଉପରେ ପ୍ରଭାବ ପକାଇବ ବୋଲି ଚର୍ଚ୍ଚା ହେଉଛି। ଅନ୍ୟପଟେ ବିଦ୍ରୋହୀ ପ୍ରାର୍ଥୀ ହେବା ପରେ ମଧ୍ୟ ବିଜେଡି ରାଜେନ୍ଦ୍ରଙ୍କୁ ନିଲମ୍ବନ ନ କରିବା ପଛରେ କ’ଣ ରହସ୍ୟ ରହିଛି, ସେନେଇ ମଧ୍ୟ ଚର୍ଚ୍ଚା ଜୋର୍‌ ଧରିଛି। ବିଜେଡି ବୈଠକରେ ରାଜେନ୍ଦ୍ରଙ୍କ ସମର୍ଥକମାନେ ଦଳ ତାଙ୍କୁ ଟିକେଟ ନ ଦେବା ନେଇ ଅସନ୍ତୋଷ ପ୍ରକାଶ କରି ହୋହଲ୍ଲା କରୁଥିବାର ଏକ ଭିଡିଓ ଭାଇରାଲ ହେଉଛି। ଏଭଳି ସ୍ଥିତିରେ ଧାମନଗରରେ ବିଜେଡି ଦୁଇଫାଳ ହୋଇଥିବା ବେଳେ ଭାଜପା କେତେଦୂର ଫାଇଦା ଉଠାଇ ପାରିବ ତାହା ନିର୍ବାଚନ ଫଳାଫଳ ପରେ ଜଣାପଡ଼ିବ ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri