ଲଘୁଚାପ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ

କେନ୍ଦ୍ରାପଡ଼ା ଅଫିସ, ୨୧।୮: ବୁଧବାର ସକାଳ ୮ଟା ସୁଦ୍ଧା ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ବ୍ଲକରେ ମୋଟ ୫୭୧ ମିଲିମିଟର ବର୍ଷା ହୋଇଛି। ମହାନଦୀ ଓ ବ୍ରାହ୍ମଣୀ ସିଷ୍ଟମ, ଖରସ୍ରୋତାରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଜିଲାର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଉପାନ୍ତ ଅଞ୍ଚଳରେ ନଦୀବନ୍ଧ ନ ଥିବାରୁ ୫୫ ପଞ୍ଚାୟତରେ ବର୍ଷା ଓ ବନ୍ୟାଜଳ ପଶିବାକୁ ଆରମ୍ଭ କରିଛି। ସେହିପର ନିଷ୍କାସନ ପଥ ପରିଷ୍କାର ନ ଥିବାରୁ ଚାଷ କ୍ଷେତରେ ପାଣି ଜମିରହିଛି। ଆଳି ଗୋବିନ୍ଦପୁର ଗ୍ରାମର ନବ କିଶୋର ମିଶ୍ର କହନ୍ତି, ଖରସ୍ରୋତାରେ ବନ୍ୟା ଜଳ ଆସିବା ପରେ ଧୋୟାଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ବ୍ରାହ୍ମଣୀ ବନ୍ୟା ଜଳ ଏଥିରେ ମିଶିବା ପରେ ସିଂହଗଁା, କୃଷ୍ଣଦାସପୁର, ବଡ ରାଉଳିଆ, ପେଣ୍ଠପାଳ ତରଡିପାଳ, ବଲୁରିଆ, ଅମୃତମଣୋହୀ, ଅଣ୍ଡରା, ବାଲିପାଟଣା, ବଛରା, ତାରପୁର, ଶ୍ରୀରାମପୁର ଆଦି ଗ୍ରାମଗୁଡିକରେ ବର୍ଷା ଓ ବନ୍ୟା ଜଳ ପଶିଛି। ଏହି ଗ୍ରାମରୁ ବାହାରକୁ ଆସିବା ପାଇଁ ଏବେ ଡଙ୍ଗାର ଆବଶ୍ୟକତା ପଡୁଛି। ସେହିପରି ମାନପୁରରୁ ଗୋବିନ୍ଦପୁର ମୁଖ୍ୟ ରାସ୍ତାର କେତେକ ସ୍ଥାନରେ ୨ରୁ ୩ ଫୁଟ ପର୍ଯ୍ୟନ୍ତ ବନ୍ୟା ଜଳ ପ୍ରବାହିତ ହେଉଛି। ପେତପଡା, ଠାକୁରପାଟଣା, ମଦନଗିରି, ଖରଖରି, ବାରମାଣିଆ ଆଦି ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛି। କୃଷକ ନେତା ଗୟାଧର ଧଳ କହନ୍ତି, ହୀରାକୁଦରେ ଗେଟ ଖୋଲା ପରେ ମହାନଦୀ ସିଷ୍ଟମରେ ଥିବା ଚିତ୍ରୋତ୍ପଳା, ପାଇକା, ଗୋବରୀ, ଲୁଣା ଆଦି ନଦୀର ଜଳସ୍ତର ବଢ଼ୁଛି। ଫଳରେ ଜିଲାର ଉପାନ୍ତ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବର୍ଷାକୁ ଲକ୍ଷ୍ୟ ରଖି ଚଳିତବର୍ଷ ୧ ଲକ୍ଷ ୨୪ ହଜାର ହେକ୍ଟର ଜମିରେ ଖରିଫ ଚାଷ ଆରମ୍ଭ ହୋଇଥିଲା। ଏଥିମଧ୍ୟରୁ ପ୍ରାୟ ୯୦ ହଜାର ହେକ୍ଟର କ୍ଷେତରେ ପାଣି ଜମି ରହିଛି। ଜଳ ନିଷ୍କାସନ ପଥ ନ ଥିବାରୁ ଫସଲ ପଚିବା ଆରମ୍ଭ ହୋଇଛି। ତୁରନ୍ତ ଜିଲା ପ୍ରଶାସନ ପକ୍ଷରୁ କ୍ଷୟକ୍ଷତି ତଦନ୍ତ କରାଯାଇ କ୍ଷତିପୂରଣ ଦେବା ପାଇଁ ସେ ଦାବି କରିଛନ୍ତି। ଏ ସମ୍ପର୍କରେ ଜିଲାପାଳ ସମର୍ଥ ବର୍ମା କହିଛନ୍ତି, ବନ୍ୟା ପରିସ୍ଥିତିର ସମ୍ମୁଖୀନ ପାଇଁ ଜିଲା ପ୍ରଶାସନ ପକ୍ଷରୁ ସତର୍କତା ଅବଲମ୍ବନ କରାଯାଇଛି। ପ୍ରତି ବ୍ଲକରେ ଶୁଖିଲା ଖାଦ୍ୟ ଓ ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ହୋଇଛି। ଜିଲା କୃଷି ଅଧିକାରୀଙ୍କୁ କ୍ଷତିଗ୍ରସ୍ତ ଚାଷ ସମ୍ପର୍କରେ ରିପୋର୍ଟ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ପାକିସ୍ତାନୀ ମତ୍ସ୍ୟଜୀବୀଙ୍କୁ ଗିରଫ କଲା ବିଏସ୍‌ଏଫ୍‌

ନୂଆଦିଲ୍ଲୀ,୨୫ା୧୦: ଗୁଜରାଟର କଚ୍ଛ ଜିଲାର ସମ୍ବେଦନଶୀଳ ସିର୍‌ କ୍ରିକ ଅଞ୍ଚଳରେ ବେଆଇନ ଭାବେ ଭାରତୀୟ ଜଳସୀମାରେ ପ୍ରବେଶ କରିଥିବା ଅଭିଯୋଗରେ ସୀମା ସୁରକ୍ଷା ବଳ(ବିଏସ୍‌ଏଫ୍‌) ୪ଜଣ ପାକିସ୍ତାନୀ…

ଉପାନ୍ତ ଗ୍ରାମରେ ପହଞ୍ଚିଲେ କଳାହାଣ୍ଡି ଜିଲାପାଳ, କନ୍ଦାଗୁଡା-କେନ୍ଦୁଗୁଡାର ହେବ ବିକାଶ

ଥୁଆମୂଳ ରାମପୁର, ୨୫।୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ଗ୍ରାମପଞ୍ଚାୟତ ଅଧୀନସ୍ଥ ପାହାଡ଼ ପର୍ବତ ଘେରା ଦୁର୍ଗମ ଅଞ୍ଚଳ କନ୍ଦାଗୁଡା,…

ନିର୍ବାଚନ ପୂର୍ବରୁ ଇରାନକୁ ନେଇ ନେତାନ୍ୟାହୁଙ୍କ ଚେତାବନୀ,’ପରମାଣୁ ବିପଦ…’

ନୂଆଦିଲ୍ଲୀ, ୨୫।୧୦: ଇରାନର ପରମାଣୁ ଅସ୍ତ୍ର ହାସଲ ଉଦ୍ୟମକୁ ଇସ୍ରାଏଲର ଅସ୍ତିତ୍ୱ ପ୍ରତି ବଡ଼ ବିପଦ ବୋଲି ଦର୍ଶାଇଛନ୍ତି ଲେଖକ ୟୁଭାଲ ବ୍ଲୁମବର୍ଗ । ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଦିଗପହଣ୍ଡିରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହୋତ୍ସବ, ଚଳଚଞ୍ଚଳ ଅଞ୍ଚଳ କଲୋନୀ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ନିଳାଦ୍ରୀ ବିହାର ପ୍ରଥମ ଲେନରେ ପ୍ରତିବର୍ଷ ଭଳି ଚଳିତବର୍ଷ ଧର୍ମୀୟ ଭାବନା, ଭକ୍ତି ଓ ଆଧ୍ୟାତ୍ମିକ…

ଦିଗପହଣ୍ଡିରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ, ୧୦ରୁ ଅଧିକ ଯୁବକ….

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମର କାଳୁ ଗୌଡ଼ ନାମକ ଜଣେ ଯୁବକଙ୍କୁ ମରଣାନ୍ତର ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି ।…

ବଂଶଧାରାରେ ବିଦାୟ ନେଲେ ମା’ ଦୁର୍ଗା, ଆରବର୍ଷକୁ ଅପେକ୍ଷା…

ଗୁଡାରି,୨୫।୧୦(ପ୍ରମୋଦ କୁମାର ପତି): ଗୁଡାରି ଟାଉନ ଦୁର୍ଗା ପୂଜା କମିଟି ପକ୍ଷରୁ ଆୟୋଜିତ ଦୁର୍ଗା ପୂଜାର ରବିବାର ରାତିରେ ଭଷାଣି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଭସାଣି ଉତ୍ସବ…

ଖାର୍ଗେଙ୍କ ବିବାଦୀୟ ବୟାନକୁ ନେଇ ବର୍ଷିଲେ ଅମିତ ଶାହା, ସବୁ ମର୍ଯ୍ୟାଦା….

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଏକ ବିବାଦୀୟ ମନ୍ତବ୍ୟକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି । ଏହାକୁ…

ଗଜଲକ୍ଷ୍ମୀ ପୂଜା ପାଇଁ ଭଞ୍ଜନଗର ଉତ୍ସବ ମୁଖର

ଭଞ୍ଜନଗର,୨୫।୧୦(ବାବୁଲା ପ୍ରଧାନ): ଗଜଲକ୍ଷ୍ମୀ ପୂଜା ପାଇଁ ଗଞ୍ଜାମ ଜିଲା ଭଞ୍ଜନଗର ସହର ଉତ୍ସବ ମୁଖର ହୋଇଉଠିଛି। ରବିବାର ଭଞ୍ଜନଗର ସହରର ବିଭିନ୍ନ ସ୍ଥାନ ସମେତ ସହରତଳି ଅଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?