ଜରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଗଣଧାରଣା

ବିଞ୍ଝାରପୁର,୯।୧୨(ଡି.ଏନ.ଏ.): ଜରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ମାନ୍ୟତା ସହ ସ୍ଥାୟୀ ଡାକ୍ତର, ଫାର୍ମାସିଷ୍ଟ ଓ ଷ୍ଟାଫନର୍ସ ନିଯୁକ୍ତି ଦାବିରେ ବୁଧବାର ଆଞ୍ଚଳିକ ବୁଦ୍ଧିଜୀବୀ ମଞ୍ଚ ପକ୍ଷରୁ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଗଣଧାରଣା ଦିଆଯାଇଛି। ମଞ୍ଚ ସମ୍ପାଦକ ବ୍ରହ୍ମାନନ୍ଦ ମଲ୍ଲିକଙ୍କ ନେତୃତ୍ୱରେ ଜରି, ଛନ୍ଦାମୁଣ୍ଡ, ବାଙ୍ଗରା ଅଞ୍ଚଳର ଶତାଧିକ ମହିଳା, ପୁରୁଷ, ଛାତ୍ର ଓ ଯୁବକ ଏକଜୁଟ ହୋଇ ଆନ୍ଦୋଳନ ଚଳାଇଛନ୍ତି।
ଆନ୍ଦୋଳନକାରୀଙ୍କ ଅଭିଯୋଗ ଅନୁଯାୟୀ, ବିଞ୍ଝାରପୁର ବ୍ଲକର ଶେଷ ସୀମାରେ ଜରି ଓ ବାଙ୍ଗରା ପଞ୍ଚାୟତ। ଏହି ୨ ପଞ୍ଚାୟତକୁ କେନ୍ଦ୍ରାପଡ଼ା ଜିଲାର ରାଜକନିକା ବ୍ଲକ ଲାଗିଛି। ଜରିଠାରୁ ବିଞ୍ଝାରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଦୂରତା ୨୦ କିଲୋମିଟର ହୋଇଥିବାବେଳେ ଆଖପାଖରେ କୌଣସି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନାହିଁ। ୧୯୮୭ରେ ଜରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଅବସ୍ଥାପିତ ହୋଇଥିଲା। ହେଲେ ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ଥାୟୀ ଡାକ୍ତର, ଫାର୍ମାସିଷ୍ଟ ଓ ଷ୍ଟାଫନର୍ସ ନାହାନ୍ତି। ଫଳରେ ରାତିଅଧିଆ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସୁଥିବା ପ୍ରସୂତି ୩୫ କିଲୋମିଟର ଦୂର ଯାଜପୁର ମୁଖ୍ୟ ଡାକ୍ତରଖାନାକୁ ଯିବାକୁ ପଡୁଛି। ଅଧିକାଂଶ ସମୟରେ ପ୍ରସୂତି, ଝାଡ଼ାବାନ୍ତି ଓ ସାପକାମୁଡ଼ା ରୋଗୀ ଯାଜପୁର ଯାଉଯାଉ ବାଟରେ ପ୍ରାଣ ହରାଇଥାନ୍ତି। ଅଖପାଖ ଅଞ୍ଚଳର ପ୍ରାୟ ୨୦ ପଞ୍ଚାୟତର ଦଳିତ, ଅବହେଳିତ ଲୋକ ଜରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରୁଛନ୍ତି। ତେଣୁ ଉପରୋକ୍ତ ଦାବିଗୁଡ଼ିକ ପୂରଣ କରିବାକୁ ମଞ୍ଚ ସଭାପତି ଜଗନ୍ନାଥ ସାମଲ, ସମ୍ପାଦକ ବୀରେନ୍ଦ୍ରନାଥ ସାମଲ, କିଶୋର ସାମଲ, ସୁବାସଚନ୍ଦ୍ର ଘଡ଼ାଇ, ହରେକୃଷ୍ଣ ବାରିକ, ସନାତନ ମଲ୍ଲିକ, ଗଣନାଥ ବିଶ୍ୱାଳ ଓ ନିତ୍ୟାନନ୍ଦ ପରିଡ଼ା ପ୍ରମୁଖ ଦାବି କରିଛନ୍ତି। ସରକାର ଯଦି ଦାବିପୂରଣ ନ କରନ୍ତି ତେବେ ସେମାନେ ଆନ୍ଦୋଳନକୁ ଜୋରଦାର କରିବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri