ବଜେଟ୍‌ ପ୍ରସ୍ତୁତି ପାଇଁ ଜନସାଧାରଣଙ୍କଠାରୁ ସଂଗ୍ରହ କରାଯିବ ମତାମତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୬: ଅର୍ଥ ବିଭାଗ ସମାଜର ବିଭିନ୍ନ ବର୍ଗର ପ୍ରତିନିଧିମାନଙ୍କର ମତାମତ ନେଇ ବଜେଟ୍‌ରେ ପୂର୍ବ ପ୍ରସ୍ତୁତି କରିଆସୁଛି। ମୁଖ୍ୟମନ୍ତ୍ରୀ କହିଛନ୍ତି, ମୁଁ ସୂଚାଇ ଦେବାକୁ ଚାହେଁ ଯେ,ବର୍ତ୍ତମାନର ସରକାର ଲୋକଙ୍କ ସରକାର। ତେଣୁ ବଜେଟ୍‌ ପ୍ରସ୍ତୁତିରେ ସାଧାରଣ ଲୋକଙ୍କ ମତାମତ ତଥା ପ୍ରସ୍ତାବ ଗ୍ରହଣ କରିବା ଆବଶ୍ୟକ ଅଟେ। ବଜେଟ୍‌ ପ୍ରସ୍ତୁତିକୁ ସୂଚନା ଓ ପ୍ରସାରଣ ପ୍ରଯୁକ୍ତି ବିଦ୍ୟା ମାଧ୍ୟମରେ ଅଧିକ ଉନ୍ମୁକ୍ତ ଓ ସହଭାଗିତା ଭିତ୍ତିରେ କରାଯିବାର ଆବଶ୍ୟକତା ରହିଛି।

ଏଥିପାଇଁ ଅର୍ଥ ବିଭାଗ ଏକ ସ୍ବତନ୍ତ୍ର ଓ୍ବେବ୍‌ ପୋର୍ଟାଲ ଜରିଆରେ, ଇ-ମେଲ୍‌, ହ୍ବାଟ୍ସଆପ୍‌, ଏବଂ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ମତାମତ ସଂଗଗହ କରିବାକୁ ଯୋଜନା କରୁଛନ୍ତି। ବର୍ତ୍ତମାନ, ୨୦୨୪-୨୫ବର୍ଷର ପୂର୍ଣାଙ୍ଗ ବଜେଟ୍‌ ପ୍ରସ୍ତୁତି ପାଇଁ ଅର୍ଥ ବିଭାଗ ଜନସାଧାରଣଙ୍କଠାରୁ ମତାମତ ସଂଗ୍ରହ କରିବା ନିମନ୍ତେ ଏକ ନିର୍ଦ୍ଦିଷ୍ଟ ଢାଞ୍ଚାରେ ପରାମର୍ଶ ଆହ୍ବାନ କରିଛନ୍ତି, ଯାହାକି ଓ୍ବେବ୍‌-ପୋର୍ଟାଲ https://budget.odisha.gov.in/ରେ ଉପଲବ୍ଧ।

ଏହି ପରାମର୍ଶଗୁଡ଼ିକ ଇ-ମେଲ୍‌ ଦ୍ୱାରା odisha.budget@gov.in ଠିକଣାରେ ପଠାଇ ପାରିବେ।
ସେହିପରି, ବଜେଟ୍‌ ସମ୍ବନ୍ଧୀୟ ମତାମତ ହ୍ବାଟ୍ସଆପ୍‌ ମାଧ୍ୟମରେ (+୯୧)୯୪୩୮୧୬୧୧୧୧ ମୋବାଇଲ ନମ୍ବରକୁ ଏବଂ ସାମାଜିକ ଗଣମାଧ୍ୟମ X (@FdOdisha), Facebook (@FinanceOdisha) ଓ Instagram (@fdodisha) ଦ୍ୱାରା ମଧ୍ୟ ପଠାଇ ପାରିବେ। ଏହି ସୁବିଧା ୨୦ ଜୁନ୍‌ରୁ ୫ ଜୁଲାଇ ପର୍ଯ୍ୟନ୍ତ ଉପଲବ୍ଧ ରହିବ।

ଜନସାଧାରଣ, ନାଗରିକ ସମାଜ, ବିଭିନ୍ନ ଅଧିବାଚକ ସଂଘ ଓ ଅନ୍ୟାନ୍ୟ ହିତାଧିକାରୀଙ୍କୁ ଅନୁରୋଧ କରାଯାଉଛି ଯେ, ଏହି ସ୍ବତନ୍ତ୍ର ବ୍ୟବସ୍ଥାକୁ ବ୍ୟବହାର କରି ରାଜ୍ୟ ସରକାରଙ୍କର ବଜେଟ୍‌ ପ୍ରସ୍ତୁତି କାର୍ଯ୍ୟକ୍ରମରେ ସକ୍ରିୟ ଯୋଗଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri