ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ଆନୁକୂଲ୍ୟରେ ଆୟୋଜିତ ସଚେତନତା କାର୍ଯ୍ୟକ୍ରମକୁ ଏନଏସି କାର୍ଯ୍ୟନିର୍ବାହୀ  ଅଧିକାରୀ ଅବିନାଶ ମିଶ୍ର  ସଂଯୋଜନା କରିଥିଲେ ।

ଉପାଧ୍ୟକ୍ଷା କେ . ପୂଜା, କାଉନସିଲର ଦୀପକ ମିଶ୍ର, ନୀଳମାଧବ ଗୌଡ଼, ସୁଶାନ୍ତ ପାତ୍ର, ସୁନୀଲ ପଣ୍ଡା, ସନ୍ତୋଷିନୀ ବେହେରା, ଇ . ଗାୟତ୍ରୀ , ଜ୍ୟୋତ୍ସ୍ନା ଜେନା, କାଉନସିଲର ପ୍ରତିନିଧି ରମେଶ ଜେନା , ଅବସରପ୍ରାପ୍ତ କର୍ମଚାରୀ ସଂଘର ସଭାପତି ଡ଼. ଯୁଧିଷ୍ଠିର ସ୍ବାଇଁ,ସମ୍ପାଦକ କେ. ନାଗେଶ୍ଵର ରାଓ,କାର୍ଯ୍ୟକର୍ତ୍ତା ସୁଷମା ପାଠୀ, ସୁବାସ ପାଢ଼ୀଙ୍କ ସମେତ  ୧୧ ଟି ୱାର୍ଡ ଅଧିନ ବିଭିନ୍ନ ସାହି, ବସ୍ତିର ବହୁ ସଂଖ୍ୟକ ବୁଦ୍ଧିଜୀବୀ ଏବଂ ବରିଷ୍ଠ ନାଗରିକ ସଭାରେ ଉପସ୍ଥିତ ଥିଲେ।

ସହରାଞ୍ଚଳ ବିକାଶ ପ୍ରକ୍ରିୟାରେ ନାଗରିକଙ୍କ ସକ୍ରିୟ ଅଂଶଗ୍ରହଣକୁ ସୁନିଶ୍ଚିତ କରିବା। ବିଭିନ୍ନ ସରକାରୀ ଯୋଜନାରେ ସଚେତନତା ବୃଦ୍ଧି କରିବା ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ବୋଲି ପୁରୀରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଭିଡ଼ିଓ କନଫେରେନ୍ସ୍ ମାଧ୍ୟମରେ ରାଜ୍ୟ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ତାଙ୍କ ଉଦବୋଧନରେ କହିଥିଲେ। ଜନସାଧାରଣଙ୍କ ସହ ସିଧାସଳଖ ଆଲୋଚନା କରାଯାଇ ସେମାନଙ୍କ ସମସ୍ୟା, ଅଭିଯୋଗ, ମତାମତ ଓ ବିକାଶ ସମ୍ପର୍କିତ ପ୍ରସ୍ତାବ ଗୁଡ଼ିକ ରେକର୍ଡ କରାଯିବ ବୋଲି ବିଭାଗୀୟ ସଚିବ ଉଷା ପାଢ଼ୀ ଭିଡ଼ିଓ କନଫେରେନ୍ସ୍ ମାଧ୍ୟମରେ ଉଦବୋଧନ ଦେଇଥିଲେ। ଏହି ଅବସରରେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବିକଶିତ ଓଡ଼ିଶାର ପଟ୍ଟଚିତ୍ର ଡିଜିଟାଲ ଭିଡ଼ିଓ ମାଧ୍ୟମରେ ପ୍ରଦର୍ଶିତ କରାଯାଇଥିଲା ।  ଅଳିଆା ଆବର୍ଜନାରୁ ସୌନ୍ଦର୍ଯ୍ୟୀକରଣ ସାମଗ୍ରୀ ,ବର୍ଜ୍ୟବସ୍ତୁ ଦ୍ଵାରା କଳା କୃତି ନିର୍ମାଣ, ପ୍ରସ୍ତାବିତ ଚାରିଧାମ ପାର୍କ, ମାର୍କେଟ କମ୍ପ୍ଲେକ୍ସ, ବଡବନ୍ଧ, ନେଳିଆବନ୍ଧ, ମଣିମା ବନ୍ଧ, ବିଶ୍ବାସରାୟ ବନ୍ଧ ପୋଖରୀ ପୁନରୁଦ୍ଧାର ପୁଞ୍ଜିକୟାଁ ବନ୍ଧ ପୋଖରୀ , ଫୁଡପାର୍କ,ମୁକୁଳା ଡ୍ରେନର କଭର ପ୍ଲେଟ,ଶ୍ମଶାନ ଗୁଡ଼ିକରର ବିକାଶ, , ବହୁମୁଖୀ କୋଠା ଉଠାଦୋକାନୀମାନଙ୍କ ଥଇଥାନ ପାଇଁ ଯୋଜନା, ବିଭିନ୍ନ ରାସ୍ତାର ଆଲୋକୀକରଣ ,ଆକାଂକ୍ଷୀ ଶୌଚାଳୟ,ଥଣ୍ଡା ପାନୀୟଜଳ ପ୍ରକଳ୍ପ , ମଧୁବାବୁ ପେନସନ,ସୁଭଦ୍ରା ଯୋଜନା, ମୁଖ୍ଯମନ୍ତ୍ରୀ ଆବାସ ଯୋଜନା ଇତ୍ୟାଦିର ଉନ୍ନତିକରଣ ଗୁଡିକ ଡିଜିଟାଲ ମାଧ୍ୟମରେ ପ୍ରଦର୍ଶନ କରାଯାଇଥିଲା ।

କାର୍ଯ୍ୟକ୍ରମରେ ଉପସ୍ଥିତ ବରିଷ୍ଠ ନାଗରିକ ଏବଂ ସମସ୍ତ ଅବସରପ୍ରାପ୍ତ କର୍ମଚାରୀଙ୍କୁ ଫୁଲତୋଡା ଦେଇ ସମ୍ମାନିତ କରାଯାଇଥିଲା। ପରେ  କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା। ସହରାଞ୍ଚଳ ବିକାଶ କାର୍ଯ୍ୟକ୍ରମ।ସ୍ବଚ୍ଛତା ଓ ପରିମଳ ବ୍ୟବସ୍ଥା, ପରିବେଶ ସୁରକ୍ଷା, ନାଗରିକ ସୁରକ୍ଷା ଓ ସରକାରଙ୍କ ଫ୍ଲାଗସିପ୍ ଯୋଜନା ସମ୍ପର୍କରେ ଲୋକଙ୍କୁ ସଚେତନ କରାଯାଇଥିଲା। ସେହିପରି ନାଗରିକଙ୍କ ଅଭିଯୋଗ ଶୁଣାଣି, ଜନ ସଚେତନତା ଅଭିଯାନ, ସମୁଦାୟ ଭିତ୍ତିକ କାର୍ଯ୍ୟକଳାପ ଓ ନଗର ବିକାଶରେ ଜନ ଭାଗିଦାରୀ ବୃଦ୍ଧି ସମ୍ପର୍କରେ ସବିଶେଷ ଆଲୋଚନା କରାଯାଇଥିଲା। ଏହି ସଭାରେ  ସହରର  ଶତାଧିକ ନାଗରିକ ଉପସ୍ଥିତ ଥିବା ବେଳେ ଏନଏସି କର୍ମଚାରୀ ବୃନ୍ଦ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟିରେ ବ୍ରହ୍ମପୁର ଷ୍ଟେଶନ୍ ଚାଲାଣ ହେଉଥିଲା ଗଞ୍ଜେଇ! ପାଟ୍ରୋଲିଂ ବେଳେ ମାଡ଼ିବସିଲା ଅବକାରୀ ଟିମ୍

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଚୋରାରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଅବକାରୀ…

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଗାତରେ ରାସ୍ତା ନା ରାସ୍ତାରେ ଗାତ? ଲଗାଣ ବର୍ଷାରେ ମରଣଯନ୍ତା ପାଲଟିଛି ଗୁଡ଼ାରି-ବିର୍ସା ନାଳ ରାସ୍ତା; ଅଭିଯୋଗ ପରେ ବି…

ଗୁଡ଼ାରି, ୨୩।୯(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ନିକଟସ୍ଥ ବିର୍ସା ନାଳ ବ୍ରିଜ୍‌ରୁ ସହରକୁ ସଂଯୋଗ କରୁଥିବା ପ୍ରାୟ ୨ କିଲୋମିଟର ଦୀର୍ଘ ପ୍ରମୁଖ ରାସ୍ତାର…

ଲଗାଣ ବର୍ଷାରେ ବେହାଲ ଦିଗପହଣ୍ଡି: ମୁଖ୍ୟ ରାସ୍ତାରେ ୨ ଫୁଟର ପାଣି, ଦୋକାନ-ବ୍ୟାଙ୍କରେ ନର୍ଦ୍ଦମା ଜଳ, ଜଳବନ୍ଦୀ ବସଷ୍ଟାଣ୍ଡ ବାସିନ୍ଦା

ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘନୀଭୂତ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି।…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?