ସରକାରୀ ସମ୍ପତ୍ତିର ହେବ ଘରୋଇ କରଣ: ୧୦୦ର ତାଲିକା ପ୍ରସ୍ତୁତ

ନୂଆଦିଲ୍ଲୀ,୧୧।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଖୁବ୍‌ ଶୀଘ୍ର ୧୦୦ଟି ସରକାରୀ ସମ୍ପତ୍ତିକୁ ଘରୋଇ କରଣ କରିବାକୁ ଯାଉଛନ୍ତି। ଏହାଦ୍ୱାରା ୨୦୨୫ ସୁଦ୍ଧା ଭାରତ ୫ ଟ୍ରିଲିୟନ ଅର୍ଥବ୍ୟବସ୍ଥାରେ ପରିଣତ ହେବା ଲକ୍ଷ୍ୟ ପୂରଣ ସହଜ ହୋଇପାରିବ। ଏସବୁ ସମ୍ପତ୍ତି ବିକ୍ରି କରି ସରକାର ୫ ଲକ୍ଷ କୋଟି ଟଙ୍କା ସଂଗ୍ରହ କରିବେ। ନୀତି ଆୟୋଗ ପକ୍ଷରୁ ଘରୋଇ କରଣ କରିହେଉଥିବା ୧୦୦ଟି ସରକାରୀ ସମ୍ପତ୍ତିର ତାଲିକା ମଧ୍ୟ ପ୍ରସ୍ତୁତ କରାଯାଇଛି। କରୋନା ମହାମାରୀ ଯୋଗୁ ଦେଶର ଅର୍ଥବ୍ୟବସ୍ଥା ପଛୁଆ ରହିଛି। ଆବଶ୍ୟକ ରାଜସ୍ବ ସଂଗ୍ରହ ଲକ୍ଷ୍ୟ ପୂରଣ କରି ହେଉନାହିଁ। ଏପରିସ୍ଥଳେ ସରକାର ୫ ଟ୍ରିଲିୟନ୍‌ ଅର୍ଥବ୍ୟବସ୍ଥା ଲକ୍ଷ୍ୟ ପୂରଣ ପାଇଁ ଘରୋଇ କରଣ ଉପରେ ଗୁରୁତ୍ୱାରୋପ କରୁଛନ୍ତି। ବିଭିନ୍ନ ମନ୍ତ୍ରଣାଳୟକୁ ଘରୋଇ କରଣ କରିହେଉଥିବା ସରକାରୀ ସମ୍ପତ୍ତିର ରିପୋର୍ଟ ଦେବାକୁ ନୀତି ଆୟୋଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। ଇତିମଧ୍ୟରେ ୧୦ ଭିନ୍ନ ଭିନ୍ନ ମନ୍ତ୍ରଣାଳୟ ଏବଂ ପବ୍ଲିକ୍‌ ସେକ୍ଟର ଏଣ୍ଟ୍ରପ୍ରାଇଜର ୩୧ଟି ଗୁରୁତ୍ୱପୂର୍ଣ୍ଣ ସମ୍ପତ୍ତିକୁ ଘରୋଇ କରଣ କରିବା ଲାଗି ଚିହ୍ନଟ କରାଯାଇଛି। ସେସବୁ ସରକାରୀ ସମ୍ପତ୍ତି ମଧ୍ୟରେ ଟୋଲ ରୋଡ୍‌, ବନ୍ଦର, କ୍ରୁଏଜ୍‌ ଟର୍ମିନାଲ, ଟେଲିକମ୍‌ ଭିତ୍ତିଭୂମି, ତୈଳ ଏବଂ ପ୍ରାକୃତିକ ଗ୍ୟାସ୍‌, ବିଦ୍ୟୁତ୍‌ ସଂଚରଣ ଟାଓ୍ବାର, ରେଳ ଷ୍ଟେଶନ, ସ୍ପୋର୍ଟସ୍‌ ଷ୍ଟାଡ଼ିୟମ୍‌, ମାଉଣ୍ଟେନ୍‌ ରେଲଓ୍ବେ, ଅପରେଶନାଲ ମେଟ୍ରୋ ସେକଶନ୍‌, ଓ୍ବେରହାଉସ୍‌, କମର୍ସିଆଲ୍‌ କମ୍ପ୍ଲେକ୍ସ୍‌ ଆଦି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…

ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ…

ହଠାତ୍‌ ଥାନାରେ ପହଞ୍ଚିଲେ ରାହୁଲ ଗାନ୍ଧୀ , ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୧। ୮: ଦିଲ୍ଲୀରେ ଛାତ୍ରମାନଙ୍କ ପ୍ରଦର୍ଶନ ସମୟରେ ପେଲେଟ ଗନ ବ୍ୟବହାରକୁ ନେଇ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପାର୍ଲାମେଣ୍ଟ ଷ୍ଟ୍ରିଟ ଥାନାରେ ପହଞ୍ଚିଛନ୍ତି।…

ଆଉ ଶସ୍ତା ନୁହେଁ, ମହଙ୍ଗା ହୋଇପାରେ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଦାମ୍‌ ବଢ଼ିବାର ବଡ଼ କାରଣ

ନୂଆଦିଲ୍ଲୀ,୨୧। ୮: ପେଟ୍ରୋଲ-ଡିଜେଲ ଦାମକୁ ନେଇ ପୁଣି ବଢ଼ିପାରେ ସାଧାରଣ ଲୋକଙ୍କ ଚିନ୍ତା। ଅନ୍ତର୍ଜାତୀୟ ବଜାରରେ କ୍ରୁଡ ଅଏଲ ମୂଲ୍ୟରେ ହଠାତ୍‌ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି।…

Amarpali Nodal UP School: ୭ ଦିନରେ ଜଣେ ଶିକ୍ଷକଙ୍କ ଅବସର, ୨ ବଦଳି, ନିଯୁକ୍ତି ଦାବିରେ ଆନ୍ଦୋଳନ ଚେତାବନୀ

ଅମରପାଲି,୨୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଅନ୍ତର୍ଗତ ବୀରମହାରାଜପୁର ବ୍ଲକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ଅମରପାଲି ନୋଡାଲ ୟୁପି ସ୍କୁଲ। ଏହି ସ୍କୁଲ ଏବେ ଶିକ୍ଷକ ଅଭାବରେ ଘାଣ୍ଟି…

୨ ଜାହାଜ ହାଇଜ୍ୟାକ୍‌: ଥିଲେ ୨୨ ଭାରତୀୟ ନାଗରିକ

ନୂଆଦିଲ୍ଲୀ,୨୧।୮: ୟେମେନ ଏବଂ ସୋମାଲିଆ ଉପକୂଳ ନିକଟରେ ଦୁଇଟି ପୃଥକ ଘଟଣାରେ ଜଳଦସ୍ୟୁମାନେ ମୋଟ ୨୨ ଜଣ ଭାରତୀୟ ନାଗରିକଙ୍କୁ ନେଇ ଦୁଇଟି ବାଣିଜି୍ୟକ ଜାହାଜକୁ ଅପହରଣ…

‘ଆଶୁତୋଷ ରାଙ୍କାଙ୍କ ଜୀବନ ପଛରେ ପଡିଛନ୍ତି ଭାଜପାର ଗୁଣ୍ଡା’, ଅଭିଜିତ ଦୀପକେଙ୍କ ଏଭଳି ଅଭିଯୋଗକୁ ନେଇ ପଡିଗଲା ଚହଳ

ନୂଆଦିଲ୍ଲୀ, ୨୧।୮: ରାଜସ୍ଥାନର ରାଜଧାନୀ ଜୟପୁରରେ ‘କକରୋଚ ଜନତା ପାର୍ଟି’ (CJP) ନେତା ଆଶୁତୋଷ ରାଙ୍କାଙ୍କ ସହ ଘଟିଥିବା ଘଟଣାକୁ ନେଇ CJP ପ୍ରତିଷ୍ଠାତା ଅଭିଜିତ ଦୀପକେ…

ଆଶୁତୋଷ ରାଙ୍କାଙ୍କୁ ଘଉଡ଼ାଇଲେ ଗ୍ରାମବାସୀ: CJP କର୍ମୀ – ଲୋକଙ୍କ ମଧ୍ୟରେ ତୁମୁଳ ବିବାଦ

ନୂଆଦିଲ୍ଲୀ, ୨୧।୮: ଜୟପୁରରେ କଥିତ ଭାବେ ‘କକରୋଚ ଜନତା ପାର୍ଟି’ (CJP)ର ପ୍ରବକ୍ତା ଆଶୁତୋଷ ରାଙ୍କାଙ୍କୁ ଗ୍ରାମବାସୀ ଘଉଡ଼ାଇ ଦେଇଥିବା ଦାବି କରାଯାଇଛି। CJP କର୍ମୀ ଓ…

ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri