ବେଆଇନ ମଦ କାରବାର ବିରୋଧରେ ଜନ ଆନ୍ଦୋଳନ: ୪ ମଦ ଦୋକାନ ସିଲ କଲା ପୋଲିସ

ଦିଗପହଣ୍ଡି/ସାନଖେମୁଣ୍ଡି,୨।୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମର ମେଡ଼ିକାଲ ଛକ, ବଜାର ଛକ ସମେତ ଗାଁ’ର ଗଳିକନ୍ଦିରେ ବେଆଇନ ଭାବେ ମଦ ବିକ୍ରି ପ୍ରତିବାଦରେ ଜନ ଆନ୍ଦୋଳନ ମୁଣ୍ଡ ଟେକିଛି। ଏନେଇ ଗାଁ’ରେ ଚାପା ଉତ୍ତେଜନା ଲାଗି ରହିଛି। ମଦ ମାଫିଆ ମାନେ ସରକାରୀ ଜମିକୁ ଜବରଦଖଲ କରି ଫାଷ୍ଟଫୁଡ୍ ଦୋକାନ ନାଁରେ ବେଆଇନ ଭାବେ ନିର୍ଭୟରେ ମଦ ବିକ୍ରି କରୁଥିବା ଅଭିଯୋଗ ହୋଇଛି। ଫଳରେ ସ୍ଥାନୀୟ ଅଞ୍ଚଳବାସୀ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ମେଡ଼ିକାଲ ନିକଟରେ ଖୁଲମ୍ ଖୁଲା ଦେଶୀବିଦେଶୀ ମଦ ବିକ୍ରି ହେଉଥିବା ଫଳରେ ରୋଗୀମାନେ ମେଡିକାଲ ଯିବା ପାଇଁ ଭୟ କରୁଛନ୍ତି। କଲେଜ ଛାତ୍ରୀଛାତ୍ରମାନେ ବିଭିନ୍ନ ସମୟରେ ଅସାମାଜିକ ବ୍ୟକ୍ତିଙ୍କ ଦୋରାତ୍ମ୍ୟରେ ଅତିଷ୍ଠ ହେଉଛନ୍ତି। ପ୍ରତିବାଦରେ ବୁଧବାର କଙ୍କୋରଡ଼ା ଏବଂ ଗମ୍ଭାରିଗୁଡ଼ା ଗ୍ରାମର ୩ ଶହରୁ ଉର୍ଦ୍ଧ୍ବ ମହିଳା ପୁରୁଷ ପାଟପୁର ଥାନା ଓ ତହସିଲ କାର୍ଯ୍ୟାଳୟରେ ପହଞ୍ଚି ସରକାରୀ ଜମିରୁ ଜବରଦଖଲ ଉଚ୍ଛେଦ ସହ ଗାଁ’ରେ ବେଆଇନ ମଦ କାରବାର ବନ୍ଦ କରିବା ପାଇଁ ସ୍ମାରକପତ୍ର ପ୍ରଦାନ କରିଥିବା ଜଣାପଡିଛି।

ଗତ ରବିବାର ଗମ୍ଭାରୀଗୁଡ଼ା ଗ୍ରାମର ଜଣେ ଯୁବକଙ୍କୁ ମଦ ବ୍ୟବସାୟୀଙ୍କ ଦ୍ଵାରା ନିୟୋଜିତ କିଛି ଯୁବକ ନିସ୍ତୁକ ମାଡ଼ ମାରିଥିଲେ। ଯୁବକଙ୍କ ବାପା ମା’ ପ୍ରତିବାଦ କରିବାରୁ ସେମାନଙ୍କୁ ମଧ୍ୟ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଏନେଇ ରବିବାର ରାତିରେ ପାଟପୁର ଥାନାରେ ଏତଲା ଦିଆଯାଇଥିଲା। ଘଟଣାର ୩ ଦିନ ବିତି ଯାଇଥିଲେ ଅଭିଯୁକ୍ତ ମାନଙ୍କୁ ପୋଲିସ ଗିରଫ କରୁନଥିବା ପ୍ରତିବାଦରେ ଗ୍ରାମବାସୀ ମେଳି ବାନ୍ଧିଛନ୍ତି।

ଗ୍ରାମର ବହୁ ସଂଖ୍ୟକ ମହିଳା ପୁରୁଷ ଏକତ୍ରିତ ହୋଇ ପାଟପୁର ଥାନାରେ ପହଞ୍ଚି ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଙ୍କ ସହ ସବିଶେଷ ଆଲୋଚନା କରିବା ପରେ ସ୍ମାରକପତ୍ର ପ୍ରଦାନ କରିଥିଲେ। ସମସ୍ତ ଅଭିଯୁକ୍ତ ମାନଙ୍କ ବିରୋଧରେ ଖୁବ୍ ଶୀଘ୍ର କାର୍ଯ୍ୟାନୁଷ୍ଠାନ ପାଇଁ ଆଇଆଇସି ପ୍ରତିଶ୍ରୁତି ଦେବା ପରେ ଉତ୍ତେଜିତ ଗ୍ରାମବାସୀ ତହସିଲ କାର୍ଯ୍ୟାଳୟରେ ପହଞ୍ଚି ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକଙ୍କୁ ସାକ୍ଷାତ କରି ଗ୍ରାମରେ ସରକାରୀ ଜମିରୁ ଜବରଦଖଲ ଉଚ୍ଛେଦ କରିବା ସହ ବେଆଇନ ମଦ ଦୋକାନ ବନ୍ଦ ପାଇଁ ଦାବୀ ପତ୍ର ପ୍ରଦାନ କରିଥିଲେ।

ଘଟଣାକୁ ଗୁରୁତ୍ୱର ସହ ବିଚାର କରି ପାଟପୁର ଥାନା ଆଇଆଇସି ,ତହସିଲଦାର  ଓ ଅବକାରୀ ବିଭାଗ ପକ୍ଷରୁ ସଦଳବଳେ ମିଳିତ ଚଢ଼ାଉ କରି କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ରୁ ଦିଗପହଣ୍ଡି ଅବକାରୀ ଏସ ଆଇ ଅନୀତା ପ୍ରଧାନ  ବିଦେଶୀ ମଦ ଜବତ କରିଥିଲେ।ପୋଲିସ ପ୍ରଶାସନ ପକ୍ଷରୁ ସମ୍ପୃକ୍ତ ଇଲାକାର ୪  ଟି ମଦ ଦୋକାନକୁ ସିଲ୍ କରାଯାଇଥିବା ବେଳେ ସମ୍ପୃକ୍ତ ଦୋକାନ ମାଲିକ ଙ୍କୁ ନୋଟିସ୍ କରାଯାଇଥିବା ନେଇ ଥାନା ଆଇଆଇସି,ଅବକାରୀ ଏସ.ଆଇ ଏବଂ ତହସିଲଦାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri