ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ ନିଷ୍ପତ୍ତି, ଦିଗପହଣ୍ଡିକୁ ରେଳ ଲାଇନ ଓ ଛେଳିଗଡ ସେଚ ପ୍ରକଳ୍ପ କାର୍ଯ୍ୟକ୍ଷମ ଦାବିରେ ଗଣ ଆନ୍ଦୋଳନ

ଦିଗପହଣ୍ଡି,୩।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରି ଗାଁ ଶ୍ରୀ ଉଜ୍ଜଳେଶ୍ୱର ଶୈବପୀଠ ସଭା ମଣ୍ଡପରେ ଦକ୍ଷିଣ ଓଡ଼ିଶା ବିକାଶ ସମିତି ଆନୁକୁଲ୍ୟରେ ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ ବୁଧବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ସାମାଜିକ କର୍ମୀ ବୃନ୍ଦାବନ ପଣ୍ଡାଙ୍କ ସଂଯୋଜନାରେ ଆୟୋଜିତ ସଭାରେ ଅବସରପ୍ରାପ୍ତ ପୋଲିସ ଅଧିକାରୀ ପଞ୍ଚାନନ ପାଇକ ଅଧ୍ୟକ୍ଷତା କରିଥିବା ବେଳେ ଦକ୍ଷିଣ ଓଡିଶା ବିକାଶ ସମିତିର ସଭାପତି ତଥା ଅବସର ପ୍ରାପ୍ତ ସର୍ବଭାରତୀୟ ପ୍ରଶାସନିକ ଅଧିକାରୀ ଡ଼. ବାଳକୃଷ୍ଣ ପଣ୍ଡା ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ ।

ସମଗ୍ର ଦକ୍ଷିଣ ଓଡ଼ିଶାର ବହୁ ପ୍ରତିକ୍ଷୀତ ଗୋପାଳପୁର- ରାୟଗଡ଼ା ନୂତନ ରେଳପଥ ପ୍ରକଳ୍ପ ନିମନ୍ତେ ପୂର୍ବରୁ ସର୍ଭେ ସରିଛି । ଏହି ନୂତନ ରେଳ ଲାଇନ୍ ଗୋପାଳପୁର ଠାରୁ ଜଗନ୍ନାଥପୁର, ଗୁରୁଣ୍ଠୀ, ବାଲିପଡ଼ା, ଅନଙ୍ଗପୁର, ଦିଗପହଣ୍ଡି, ଗୁମା,ଫାସିଗୁଡ଼ା, ଭୀଷ୍ମଗିରି, ଚାକୁଣ୍ଡାପଲ୍ଲୀ ଦେଇ ଗଜପତି ଜିଲା ଚାନ୍ଦିପୁଟ, ଅନ୍ତର୍ବା ଠାରୁ ରାୟଗଡ଼ାକୁ ମାତ୍ର ଏହି ରେଳ ଲାଇନ ସଂଯୋଗ କରିବ। କିନ୍ତୁ ଫାଇନାଲ ସର୍ଭେ ରିପୋର୍ଟ ଦାଖଲ ପାଇଁ  ଦାୟିତ୍ୱରେ ଥିବା କିଛି ଆନ୍ଧ୍ର ରେଲୱେ ଅଧିକାରୀ ଉକ୍ତ ସର୍ଭେ ରିପୋର୍ଟକୁ ବଦଳାଇ ଗୋପାଳପୁର ଠାରୁ ଭାୟା କନ୍ଧମାଳ ଦେଇ ରାୟଗଡ଼ା ଯାଏ ନୂତନ ରେଳ ଲାଇନ ନିର୍ମାଣ ପାଇଁ ଯୋଜନାବଦ୍ଧ ଭାବେ ଉଦ୍ୟମ ଚଳାଇଛନ୍ତି ବୋଲି କହିଥିଲେ। ସେହିପରି ଛେଳିଗଡ଼ ମଧ୍ୟମ ଜଳସେଚନ ପ୍ରକଳ୍ପର ଆବଶ୍ୟକତା ସାଙ୍ଗକୁ ତାହାର ସର୍ବେକ୍ଷଣ ଓ ଅନ୍ୟାନ୍ୟ ଆନୁସଙ୍ଗିକ ନିର୍ମାଣ କାର୍ଯ୍ୟ ପ୍ରାୟତଃ ଶେଷ ହୋଇଥିବାରୁ ତାହାକୁ ଶୀଘ୍ର କାର୍ଯ୍ୟକ୍ଷମ କରାଯାଇ କେନାଲ ଜରିଆରେ ଜମିକୁ ଜଳ ଯୋଗାଣ ଏବଂ ପାଇପ ଲାଇନ୍ ମାଧ୍ୟମରେ ପାନୀୟ ଜଳ ଯୋଗାଣ ଖୁବ୍ ଶୀଘ୍ର ଆରମ୍ଭ କରିବା ଦାବିରେ ଜନ ଆନ୍ଦୋଳନର ଆବଶ୍ୟକତା ଥିବା କହିଥିଲେ।

ସଭାରେ ଅନ୍ୟମାନଙ୍କ ମଧ୍ୟରେ ବିକାଶ ସମିତି ର ପ୍ରମୁଖ କାର୍ଯ୍ୟକର୍ତ୍ତା ସୁଜିତ କୁମାର ତ୍ରିପାଠୀ, ପ୍ରତାପ ଚନ୍ଦ୍ର ଦାଶ, ଦିଗପହଣ୍ଡି ଏନଏସିର ପ୍ରାକ୍ତନ ଅଧ୍ୟକ୍ଷ ଭି. ରବିନାରାୟଣ ରାଜୁ, ଜିଲା ପରିଷଦ ସଦସ୍ୟ ରାଧାକାନ୍ତ ମହାଙ୍କୁଡ଼, ସୁନୀଲ କୁମାର ବିଷୋୟୀ, ପୂର୍ବତନ ସରପଞ୍ଚ ରାଜେନ୍ଦ୍ର ପ୍ରସାଦ ପାଠୀ, ପିତାମ୍ବର ଗୌଡ଼, ସରପଞ୍ଚ ପ୍ରତିନିଧି ଚିତ୍ରସେନ ଗୌଡ଼, ସିମାଞ୍ଚଳ ଗୌଡ଼, ଅବସରପ୍ରାପ୍ତ ଶିକ୍ଷକ ମାଗତା ପ୍ରଧାନ, ପ୍ରତାପ ଚନ୍ଦ୍ର ଦୀକ୍ଷିତ, ସନ୍ତୋଷ କୁମାର ସାହୁ, ଶିବାନନ୍ଦ ପାଣିଗ୍ରାହୀ, ସିମାଞ୍ଚଳ କର, ନିରଞ୍ଜନ ଗୌଡ଼, ଏ. ନାରସୁ ପ୍ରମୁଖ ମଞ୍ଚାସିନ ଥିଲେ । ସଭାରେ ଖମାରିଗାଁ, ନିମଖଣ୍ଡିପେଣ୍ଠ, ଚଷାନିମଖଣ୍ଡି, ଭୀଷ୍ମଗିରି ଓ ସହଦେବ ଟିକରପଡା ପଞ୍ଚାୟତ ଅଧିନ ବିଭିନ୍ନ ଗ୍ରାମରୁ ୩ ଶହରୁ ଉର୍ଦ୍ଧ୍ବ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ରହି ବିଭିନ୍ନ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

ତେଣୁ ଗୋପାଳପୁର – ରାୟଗଡା ରେଳପଥ ନିର୍ମାଣ ଓ ଛେଳିଗଡ଼ ଜଳସେଚନ ପ୍ରକଳ୍ପ  କାର୍ଯ୍ୟକ୍ଷମ  ଦାବୀରେ ସ୍ଥାନୀୟ ଅଞ୍ଚଳବାସୀଙ୍କ ପକ୍ଷରୁ ଗଣ ଆନ୍ଦୋଳନ ପାଇଁ ସଭାରେ ସର୍ବ ସମ୍ମତ ନିଷ୍ପତ୍ତି ଗୃହୀତ କରାଯାଇଥିଲା।  ଆଗାମୀ ଦିନରେ ଦକ୍ଷିଣ ଓଡିଶା ବିକାଶ ପରିଷଦ ପକ୍ଷରୁ ଏଥିପାଇଁ ଆବଶ୍ୟକ ଯେକୌଣସି ଆନ୍ଦୋଳନ ଡାକରାରେ ସାମିଲ ହେବାପାଇଁ ଉପସ୍ଥିତ ଜନସାଧାରଣ, ଖେମୁଣ୍ଡି ଉନ୍ନୟନ ମଞ୍ଚର କାର୍ଯ୍ୟକର୍ତ୍ତା ଓ ସଭ୍ୟ ବୃନ୍ଦ  ଶପଥ ନେଇଥିଲେ । ପରିଶେଷରେ ଖମାରିଗାଁ ପଞ୍ଚାୟତ ସରପଞ୍ଚ ପ୍ରତିନିଧି ଚିତ୍ରସେନ ଗୌଡ଼ ଧନ୍ୟବାଦ ଅର୍ପଣ କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri