ପାଣିଡଙ୍ଗର ଜଳ ପ୍ରକଳ୍ପ ଦାବିରେ ଗଣ ପ୍ରତିବାଦ

ଗୁଣପୁର,୨୮ା୮(ସୁଜାତା ପାଢ଼ୀ): ସିପିଆଇ (ଏମ୍‌ଏଲ) ଲିବରେଶନ ପକ୍ଷରୁ ବଂଶଧାରା ନଦୀ ଗୁଡ଼ାରୀର ପାଣି ଡଙ୍ଗରଠାରେ ଜଳ ପ୍ରକଳ୍ପ ନିର୍ମାଣ ଦାବିରେ ଶୁକ୍ରବାର ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରେ ଏକ ଗଣ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଛି। ଗତ ସରକାରଙ୍କ ବଂଶଧାରା ଓ ଋଷିକୁଲ୍ୟା ସଂଯୋଗୀକରଣ ଯୋଜନାରେ ଗୁଡ଼ାରୀର ପାଣି ଠାରେ ଜଳ ପ୍ରକଳ୍ପ ନିର୍ମାଣ ପ୍ରସ୍ତାବକୁ ଭୋଟ୍‌ ରାଜନୀତି ମନେକରି ଦୀର୍ଘ ୧୫ ବର୍ଷ ହେଲା ଦାବି ଅଣଦେଖା କରାଯାଇଛି। କୈଣସି ସରକାର କର୍ଣ୍ଣପାତ କରୁନାହାନ୍ତି। ବଂଶଧାରା ପାଣିକୁ ନେଇ ବହୁ ଦିନର ବିବାଦ ଅନ୍ତ ଘଟିଛି। ଶେଷରେ ଆନ୍ଧ୍ରର କାଟ୍ରାଗାଡ଼ାଠାରେ ୨ ପର୍ଯ୍ୟାୟ ପ୍ରକଳ୍ପକୁ ମାନ୍ୟବର ସୁପ୍ରିମକୋର୍ଟ ଟ୍ରିବ୍ୟୁନାଲ ଟିମ୍‌ ସବୁଜ ସଂକେତ ଦେଇଛନ୍ତି। ବିବାଦ ଭିତରେ ଆନ୍ଧ୍ର ସରକାର ବଂଶଧାରା ନଦୀର ପାଣିକୁ ସଦ ବିନିଯୋଗ କରିବା ପାଇଁ ତାର ସମସ୍ତ କାର୍ଯ୍ୟ ଶେଷ କରିଛି। ଆମେ ଆନ୍ଧ୍ରର ପ୍ରକଳ୍ପକୁ ବିରୋଧ କରୁନାହୁଁ। ସରକାରଙ୍କ ପ୍ରତାବିତ ଯୋଜନା ଉପରେ ଦାବି କରୁଛୁ। ବଂଶଧାରା ନଦୀ ଉପର ମୁଣ୍ଡ ଗୁଡ଼ାରୀ ପାଣିଠାରେ ପ୍ରକଳ୍ପ କରାଗଲେ ରାୟଗଡା ଜିଲା ସମେତ ଗଞ୍ଜାମ, ଗଜପତି ଚାଷୀକୁଳ ଉପକୃତ ହେବା ସାଙ୍ଗକୁ ଅଞ୍ଚଳରେ ବିଦ୍ୟୁତ ଉତ୍ପନ୍ନ ହୋଇପାରିବ। ଅଟଳ ବିହାରୀ ବାଜପେୟୀଙ୍କ ସମୟରେ ଋଷିକୁଲ୍ୟା – ହରଭଙ୍ଗି – ବାଂଶଧାରା ନଦୀ ସଂଯୋଗୀ କରଣ ପାଇଁ ଘୋଷଣା କରିବା ପରେ ରାଜ୍ୟ ସରକାର ମଧ୍ୟ ପାଣି ଡଙ୍ଗର ପ୍ରକଳ୍ପ ନିର୍ମାଣ କରିବା ନିମନ୍ତେ ଗୁଡାରୀ ଠାରେ କାର୍ଯ୍ୟାଳୟ ନିର୍ମାଣ ସହ ଉଦ୍‌ଘାଟନ କରି ତିନି ତିନି ଥର ସର୍ଭେ କରାଯାଇ ସରକାର ତହବିଲରୁ ପ୍ରାୟ ୪ରୁ ୫ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ୨୦୦୭ରୁ ପ୍ରକଳ୍ପର ଭାଗ୍ୟ ଅନିଶ୍ଚିତତା ଆଡ଼କୁ ଠେଲି ହୋଇଯାଉଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମନମୁଖୀ କାମ ଓ ନିର୍ବାଚିତ ପ୍ରତିନିଧିମାନଙ୍କ ଅଣଦେଖା ସହିତ ବିଭାଗୀୟ ଅଧିକାରୀଙ୍କ ଉଦାସୀନତା ଯୋଗୁ ପ୍ରକଳ୍ପ ଆଉ ଆଗେଇ ପାରିଲା ନାହିଁ । କେନ୍ଦ୍ର ଓ ରାଜ୍ୟ ସରକାର ପାଣି ଡଙ୍ଗର ପ୍ରକଳ୍ପ ନିର୍ମାଣ କରିବା ପାଇଁ ଅତିଶୀଘ୍ର ଘୋଷଣା କରନ୍ତୁ ନଚେତ ସେପ୍ଟେମ୍ବର ମାସରେ ଗୁଣପୁର ବନ୍ଦ ପାଳନ କରିବାକୁ ବାଧ୍ୟ ହେବୁ ବୋଲି ସିପିଆଇ (ଏମ୍‌ଏଲ) ଲିବରେଶନର ଜିଲା ସମ୍ପାଦକ ତ୍ରୀପତି ଗମାଙ୍ଗ ଆଜିର ପ୍ରତିବାଦ ସଭାରେ ଚେତାବନୀ ଦେଇଛନ୍ତି। ଏହି ପ୍ରତିବାଦ ସଭାରେ ସଂଜୀବ ଶବର, ସିଦ୍ଧାର୍ଥ ଗମାଙ୍ଗ, ମନୋଜ ନିମାଲା, ମୋଜେସ ବିଡିକା, ରାଜୁ ପାତିକା, ଜଗନ୍ନାଥ ଶବର,ଗିରିଧର ଶବର, ଓସମା ବିନ୍‌ ଶବର ପ୍ରମୁଖ ଯୋଗଦେଇ ପ୍ରତିବାଦ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?