ଜନସମ୍ପର୍କ ଶିବିର: ପୋଲିସ-ଜନସାଧାରଣଙ୍କ ମଧ୍ୟରେ ସୁସମ୍ପର୍କ ସୃଷ୍ଟି କରିବାକୁ ପ୍ରୟାସ

ଥୁଆମୂଳ ରାମପୁର,୨୫।୪(ଦୁର୍ଗା କୀର୍ତ୍ତି): ପୋଲିସ ଓ ସାଧାରଣ ଜନତାଙ୍କ ମଧ୍ୟରେ ସୁସମ୍ପର୍କ ସ୍ଥାପନ କରିବା ପାଇଁ ବିଭିନ୍ନ ଦୁର୍ଗମ ଅଞ୍ଚଳରେ ପୋଲିସର ଜନସମ୍ପର୍କ ଶିବିରମାନ ଆୟୋଜନ କରି ପୋଲିସ ଓ ଜନସାଧାରଣଙ୍କ ମଧ୍ୟରେ ବିଶ୍ବାସ ଭାବଜାଗ୍ରତ କରିବା ଉଦ୍ଦେଶ୍ୟରେ ପ୍ରୟାସ କରି ଶିବିର ମାଧ୍ୟମରେ ସଚେତନତା ସୃଷ୍ଟି କରାଯାଉଛି। ସେହିଭଳି କଳାହାଣ୍ଡି ଜିଲ୍ଲା ଥୁଆମୁଳ ରାମପୁର ବ୍ଳକ କାଣିଗୁମା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ତରାଗାଁଠାରେ ମଧ୍ୟ ଦିନିକିଆ ପୋଲିସ ଜନସମ୍ପର୍କ ଶିବିର ଥୁଆମୁଳ ରାମପୁର ଥାନା ଅଧିକାରୀ କୈବଲ୍ୟ ସେଠଙ୍କ ତତ୍ତ୍ୱାବଧାନ ଆୟୋଜିତ ହୋଇଯାଇଛି। ଏହି ଶିବିରରେ ଜିଲା ରିଜର୍ଭ ପୋଲିସ ଇନ୍ସପେକ୍ଟର ସୁରେଶ କୁମାର ବଳିୟାର ସିଂ, ଜିଲା ପୋଲିସ ଇନ୍ସପେକ୍ଟର ଶତୃଘ୍ନ ବାଜପେୟୀ, ଏସଆଇ ପ୍ରହଲ୍ଲାଦ ପାଣିଗ୍ରାହୀ, କାଣିଗୁମା ସରପଞ୍ଚ ଧ୍ରୃବଚରଣ ମାଝୀ ଓ ତରାଗାଁ ଓ୍ବାର୍ଡମେମ୍ବର ପ୍ରମୁଖ ଯୋଗଦେଇ ଥିବାବେଳେ ଅନ୍ୟାନ୍ୟ ପୋଲିସ କର୍ମଚାରୀଙ୍କ ମଧ୍ୟରେ ଥୁଆମୁଳ ରାମପୁର ପୋଲିସ କନଷ୍ଟେବଳ ଶିବଶଙ୍କର ମାଝୀଙ୍କ ସମେତ ଜିଲା ରିଜର୍ଭ ପୋଲିସର ହୋମ ଗାର୍ଡ, କନେଷ୍ଟବଳ ଅଧିକାରୀ ରବିନ୍ଦ୍ର ନାଏକ ଯୋଗଦେଇଥିଲେ। ଶିବିରରେ ଆଖପାଖ ଅଞ୍ଚଳରୁ ୫୦୦ ଉଦ୍ଧର୍‌ବ ଜନସାଧାରଣ ଉପସ୍ଥିତ ରହିଥିଲେ। ଏହି ଶିବିରରେ ପୋଲିସ ପକ୍ଷରୁ ବୃଦ୍ଧ, ବୃଦ୍ଧା ଓ ମହିଳା ମାନଙ୍କୁ କମ୍ବଳ, ଶାଲ, ଶାଢୀ, ଟର୍ଚ୍ଚ ପ୍ରଭୃତି ବଣ୍ଟନ କରିଥିବା ବେଳେ ଗ୍ରାମ ପାଇଁ ମାଇକସେଟ ଓ ଛାତ୍ରଛାତ୍ରୀ ମାନଙ୍କୁ ଖାତା, ପେନ, ପେନସିଲ, ପାଣି ବୋତଲ, କମ୍ପାସ, କପ, ଭଲିବଲ, ନେଟ, ଟି ଶର୍ଟ ପ୍ରଭୃତି ବଣ୍ଟନ କରି ଜନସାଧାରଣଙ୍କୁ ଉତ୍ସାହିତ କରିଥିଲେ। ଶିବିରରେ ଉପସ୍ଥିତ ପୋଲିସ ଅଧିକାରୀ ମାନେ ଜନସାଧାରଣ ଓ ପୋଲିସ ମଧ୍ୟରେ କେଉଁ ଭଳି ଭାବରେ ସୁସମ୍ପର୍କ ରଖାଯାଇ ପାରିବ ସେଇନେଇ ଉପସ୍ଥିତ ଜନସାଧାରଣଙ୍କୁ ତାଙ୍କ ବକ୍୍ଯଯଯରେ ପୁଙ୍ଖାନୁପୁଙ୍ଖ ଭାବରେ ଅବଗତ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri