ବିକାଶଧାରା ଓଡ଼ିଶା ସାରା ମହାସମାବେଶ: ସରକାରଙ୍କ ୨ ବର୍ଷର ଶାସନ ପୂର୍ତ୍ତି ଅବସରରେ ଜନସମ୍ପର୍କ କାର୍ଯ୍ୟକ୍ରମ

ଦାରିଙ୍ଗବାଡ଼ି, ୨୦।୬ (ଅରୁଣ ସାହୁ): ଓଡ଼ିଶାରେ ଭାଜପା ସରକାରଙ୍କ ଦୁଇ ବର୍ଷର ଶାସନ ପୂର୍ତ୍ତି ଅବସରରେ ବ୍ୟାପକ ଜନସମ୍ପର୍କ ଓ ସଚେତନତା କାର୍ଯ୍ୟକ୍ରମ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ଶନିବାର ଅନୁଷ୍ଠିତ ହୋଇଯାଇଛି।

ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିକାଶ, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିବା ବେଳେ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲି ଏହାକୁ ପରିଚାଳନା କରିଥିଲେ।

କାର୍ଯ୍ୟକ୍ରମରେ ଅତିଥିଭାବେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, କନ୍ଧମାଳ ସାଂସଦଙ୍କ ପ୍ରତିନିଧି ବିଷ୍ଣୁଚରଣ ପ୍ରଧାନ, ତହସିଲଦାର ଧୀରଜ ପାତ୍ର, ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡା, ଦାରିଙ୍ଗବାଡ଼ି ସରପଞ୍ଚ ଚନ୍ଦ୍ରିକା ମଲିକ, ବିଧାୟକ ପ୍ରତିନିଧି ପ୍ରମୋଦ ଦିଗାଲ ପ୍ରମୁଖ ମଞ୍ଚାସୀନ ରହି ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଓ ଗତ ଦୁଇ ବର୍ଷରେ ବିକାଶଧାରାର ସଫଳ ରୂପାୟନ ସମ୍ପର୍କରେ ଉପସ୍ଥିତ ଲୋକଙ୍କୁ ସଚେତନ କରାଇଥିଲେ।

ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଅଧୀନରେ ହିତାଧିକାରୀମାନଙ୍କୁ ସ୍ୱତନ୍ତ୍ର ଭାବେ ୫ କେଜି ଚାଉଳ ବଣ୍ଟନ କରାଯାଇଥିବା ବେଳେ ଅଙ୍ଗନୱାଡ଼ି କର୍ମୀମାନଙ୍କୁ ମୋବାଇଲ ଫୋନ୍, ଜମି ପଟ୍ଟା ଏବଂ ଅନ୍ତ୍ୟୋଦୟ ଆବାସ ଯୋଜନାର କାର୍ଯ୍ୟାଦେଶ ମଧ୍ୟ ବଣ୍ଟନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ବିପିସି ଜଗନ୍ନାଥ ରଥ, ଯୋଗାଣ ନିରୀକ୍ଷକ ନିହାର ରଞ୍ଜନ ବେହେରା, ବିପିଏମ ପିଣ୍ଟୁ ନାୟକ ପ୍ରମୁଖ ସହଯୋଗ କରିଥିଲେ।

ଏହି ଅବସରରେ ସରକାରଙ୍କ ବିଭିନ୍ନ ବିଭାଗ ପକ୍ଷରୁ ସୂଚନାମୂଳକ ଷ୍ଟଲ ଖୋଲାଯାଇଥିଲା। ଉପସ୍ଥିତ ଲୋକମାନେ ଷ୍ଟଲଗୁଡ଼ିକ ବୁଲି ଦେଖିବା ସହ ବିଭିନ୍ନ ଯୋଜନା ସମ୍ପର୍କରେ ଅବଗତ ହୋଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍‌ କଫ୍‌ସିରପ୍‌ ଚାଲାଣକାରୀଙ୍କୁ….

ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା…

ଏହି ୭ ପ୍ରକାରର UPI ପେମେଣ୍ଟ୍‌ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?