ବ୍ଲକ କାର୍ଯ୍ୟାଳୟରେ ସରପଞ୍ଚ, ସମିତିସଭ୍ୟଙ୍କୁ ଅଣଦେଖା ଅଭିଯୋଗ

ଛତ୍ରପୁର,୩।୩(ସନ୍ତୋଷ ପାଢୀ): ଗଞ୍ଜାମ ଜିଲା ଛତ୍ରପୁର ବ୍ଳକର ସରପଞ୍ଚ, ସମିତିସଭ୍ୟ ଏପରିକି ବ୍ଲକ ଅଧ୍ୟକ୍ଷାଙ୍କୁ ଅଣଦେଖା କରାଯାଉଥିବା ଅଭିଯୋଗ ହୋଇଛି। ଏନେଇ ସୋମବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା କିରଣ କୁମାରୀ ଦାସଙ୍କ ନେତୃତ୍ୱରେ ସରପଞ୍ଚ ଏବଂ ସମିତି ସଭ୍ୟ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲାପାଳଙ୍କୁ ଭେଟି ଲିଖିତ ଭାବେ ଅଭିଯୋଗ କରି ନ୍ୟାୟ ଦାବି କରିଛନ୍ତି ।

ଜନପ୍ରତିନିଧିଙ୍କ ଅଭିଯୋଗ ମୁତାବକ, ରାଜନୈତିକ ହସ୍ତକ୍ଷେପ କରି କନିଷ୍ଠ ଯନ୍ତ୍ରୀଙ୍କ ସହ ଓ କାର୍ଯ୍ୟରତ ବିଭିନ୍ନ ଅଧିକାରୀଙ୍କୁ ପରିବର୍ତ୍ତନ କରାଯାଉଛି । ଛତ୍ରପୁର ବ୍ଲକ ଜାତୀୟସ୍ତରରେ ସମ୍ମାନିତ ହେବା ସହ କେନ୍ଦ୍ର ସରକାରଙ୍କଠାରୁ ୨ କୋଟି ଟଙ୍କା ପୁରସ୍କାର ପାଇଥିଲା। ଏହି ଅର୍ଥରେ ବିଭିନ୍ନ ପ୍ରକଳ୍ପ ତ୍ୱରାନ୍ବିତ ପାଇଁ ଏକ ଚିଠା ବ୍ଲକ ଅଧ୍ୟକ୍ଷାଙ୍କ ପକ୍ଷରୁ ମାସ ତଳେ ବିଡିଓଙ୍କୁ ପ୍ରଦାନ କରାଯାଇଥିଲା। ହେଲେ ଏହାର କୌଣସି ପଦକ୍ଷେପ ନିଆଯାଇ ନ ଥିବା ଜନପ୍ରତିନିଧି ଅଭିଯୋଗ କରିଛନ୍ତି।ଏଣୁ ଉକ୍ତ ସମସ୍ୟାର ସମାଧାନ ପାଇଁ ନିବେଦନ କରାଯାଇଛି। ସମସ୍ୟାର ସମାଧାନ ନ ହେଲେ ଆଗାମୀ ଦିନରେ ଆଇନର ଆଶ୍ରୟ ନେବୁ ବୋଲି ସରପଞ୍ଚ, ସମିତିସଭ୍ୟ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?