ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର ତୀବ୍ର ହୋଇଛି। ବିଗତ ଦୁଇ ବର୍ଷ ଧରି ବ୍ଲକ ଓ ଏନ୍‌ଏସି ପ୍ରଶାସନ ସେମାନଙ୍କୁ ଗୁରୁତ୍ୱ ଦେଉ ନ ଥିବା ଅଭିଯୋଗ କରି ଆଜି ଚିକିଟି ବ୍ଲକ ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ଏନ୍‌ଏସି ଅଧ୍ୟକ୍ଷାଙ୍କ ସମେତ ବହୁ ସଂଖ୍ୟକ ସରପଞ୍ଚ ଓ କାଉନସିଲର ଗଞ୍ଜାମ ଜିଲ୍ଲାପାଳଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି।

ଜନପ୍ରତିନିଧିମାନଙ୍କ ଅଭିଯୋଗ ଅନୁଯାୟୀ, ବ୍ଲକର ବିଡିଓଙ୍କ ଠାରୁ ଆରମ୍ଭ କରି ଯନ୍ତ୍ରୀ ଓ ଅନ୍ୟାନ୍ୟ ଅଧିକାରୀମାନେ ପଞ୍ଚାୟତର ଜନସାଧାରଣଙ୍କ ସମସ୍ୟା ପ୍ରତି କର୍ଣ୍ଣପାତ କରୁନାହାନ୍ତି। ଏପରିକି ସରକାରୀ ଯୋଜନାର କାର୍ଯ୍ୟାନ୍ୱୟନରେ ସେମାନଙ୍କୁ ଅନ୍ଧାରରେ ରଖାଯାଉଛି। ସେମାନଙ୍କର ମୁଖ୍ୟ ଦାବିଗୁଡ଼ିକ ମଧ୍ୟରେ ଭତ୍ତା ବଣ୍ଟନ, ରାସନ କାର୍ଡ ପ୍ରଦାନ ଏବଂ ଆବାସ ଗୃହ ହିତାଧିକାରୀ ଚୟନ ପାଇଁ ଗ୍ରାମସଭା ମାଧ୍ୟମରେ ପ୍ରକ୍ରିୟା କରାଯାଉ। ଦୀର୍ଘ ଦିନରୁ ସ୍ଥଗିତ ଥିବା ମଞ୍ଜୁରୀପ୍ରାପ୍ତ ପ୍ରକଳ୍ପଗୁଡ଼ିକର କାର୍ଯ୍ୟ ତୁରନ୍ତ ଆରମ୍ଭ ହେଉ ମନରେଗା କାର୍ଯ୍ୟରେ ଦଳୀୟ ମନୋଭାବ ବନ୍ଦ କରାଯାଇ ସାଧାରଣ ଶ୍ରମିକଙ୍କୁ ନିୟୋଜିତ କରାଯାଉ। ବିକଶିତ ଗାଁ ବିକଶିତ ଓଡ଼ିଶା’ ଯୋଜନାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଦିଆଯାଇଥିବା ଭୁଲ କାର୍ଯ୍ୟ ଖସଡ଼ାକୁ ବାତିଲ କରି ପଞ୍ଚାୟତ ସମିତିର ସୁପାରିଶକୁ ମଞ୍ଜୁର କରାଯାଉ ଆଦି ରହିଛି।

ସେହିଭଳି ଚିକିଟି ଏନ୍‌ଏସି ପ୍ରଶାସନ ବିରୋଧରେ ମଧ୍ୟ ଅନୁରୂପ ଅଭିଯୋଗ ଆସିଛି। ଏନ୍‌ଏସି ଅଧ୍ୟକ୍ଷା ଦିପା କୁମାରୀ ସାହୁ ଏବଂ ଉପାଧ୍ୟକ୍ଷ ହରପ୍ରସାଦ ଚୌଧୂରୀଙ୍କ ସମେତ କାଉନସିଲରମାନେ ଅଭିଯୋଗ କରିଛନ୍ତି ଯେ, ସରକାରୀ ନିୟମ ଅନୁଯାୟୀ କାଉନସିଲ ବୈଠକ ଆହୂତ ହେଉନାହିଁ। ସହରର ଟ୍ରାଫିକ୍ ସମସ୍ୟା ଦୂର ପାଇଁ ପାର୍କିଂ ଜୋନ୍, ବସଷ୍ଟାଣ୍ଡ ନିକଟରେ ଆହାର କେନ୍ଦ୍ର ଏବଂ ନାଳ ନର୍ଦ୍ଦମା ସଫେଇ ଭଳି ଜନହିତକର କାର୍ଯ୍ୟ ପ୍ରତି ପ୍ରଶାସନ ଅବହେଳା କରୁଛି।

ଏହି ଦାବିପତ୍ର ପ୍ରଦାନ ସମୟରେ ବ୍ଲକ ଅଧ୍ୟକ୍ଷ ଆପନ୍ନା ସେଠୀ, ଉପାଧ୍ୟକ୍ଷା ବି.ରେଣୁକାମ୍ମା, ସରପଞ୍ଚ ସଂଘ ସଭାପତି ଏ. ରାଙ୍ଗା ରାଓ ଏବଂ ବହୁ ସରପଞ୍ଚ, ସମିତି ସଭ୍ୟ ଓ କାଉନସିଲର ଉପସ୍ଥିତ ଥିଲେ। ଜିଲାପାଳ ଏହି ସମସ୍ୟାର ସମାଧାନ ପାଇଁ ଉଚିତ ପଦକ୍ଷେପ ନେବେ ବୋଲି ସେମାନେ ଆଶା ପ୍ରକଟ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri