ଗୋଷ୍ଠୀ ଶୌଚାଳୟରୁ ଫିଟୁନି ତାଲା

କୋରୁକୋଣ୍ଡା, ୫।୫(ଡି.ଏନ୍‌.ଏ.) : ନିର୍ମାଣ ପରଠାରୁ ମାତ୍ର ୧୫ ଦିନ ଲୋକଙ୍କ ସେବାରେ ଲାଗିଛି। ତା’ପରଠାରୁ ତାଲା ପଡ଼ି ରହିଛି ଗୋଷ୍ଠୀ ଶୌଚାଳୟ। ଜନକଲ୍ୟାଣ ଉଦ୍ଦେଶ୍ୟରେ ବିଭିନ୍ନ ପ୍ରକଳ୍ପରେ କେନ୍ଦ୍ର ଓ ରାଜ୍ୟ ସରକାର ଖର୍ଚ୍ଚ କରୁଥିବା ଅର୍ଥ ଏପରି ଅପବ୍ୟୟ ହେଉଥିବା ନଜିର ସାମ୍‌ନାକୁ ଆସିଛି। ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ପୋଟ୍ରୋଲ ପଞ୍ଚାୟତରେ ନିର୍ମିତ ଗୋଷ୍ଠୀ ଶୌଚାଳୟ ଏହାର ଉଦାହରଣ।
ପୋଟ୍ରେଲ ଛକଠାରେ ୨୦୨୦-୨୧ ଆର୍ଥିକ ବର୍ଷରେ ସ୍ବଚ୍ଛ ଭାରତ ମିଶନ ପକ୍ଷରୁ ୩ ଲକ୍ଷ ଟଙ୍କା ବ୍ୟୟରେ ଏହି ଗୋଷ୍ଠୀ ଶୌଚଳୟ ନିର୍ମାଣ କରାଯାଇଥିଲା। ମାତ୍ର ଦୀର୍ଘଦିନ ଧରି ବିଦ୍ୟୁତ୍‌ ସଂଯୋଗ ନ ହେବାରୁ ଶୌଚାଳୟ ଲୋକଙ୍କ କାମରେ ଲାଗି ନ ଥିଲା। ଏନେଇ ବିଭିନ୍ନ ସମୟରେ ଅସନ୍ତୋଷ ପ୍ରକାଶ ପାଇବାରୁ ପ୍ରଶାସନ ସେଠାରେ ପାଣି ପାଇଁ ମୋଟର ଲଗାଇ ବିଦ୍ୟୁତ୍‌ ସଂଯୋଗ କରିଥିଲା। ଫଳରେ ଜନସାଧାରଣ ଏବଂ ବିଭିନ୍ନ କାର୍ଯ୍ୟରେ ଯାତାୟାତ ଲାଗି ସେଠାରେ ବସ୍‌କୁ ଅପେକ୍ଷା କରୁଥିବା ଯାତ୍ରୀଙ୍କ ମଧ୍ୟରେ ଖୁସି ପ୍ରକାଶ ପାଇଥିଲା। ମାତ୍ର ସେମାନଙ୍କ ଏହି ଖୁସି ୧୫ଦିନ ନ ପୁରୂଣୁ ମିଳେଇଯାଇଥିଲା। ଲଗାଯାଇଥିବା ମୋଟରଟି ଅଚଳ ହୋଇପଡିଥିଲା। ଫଳରେ ଏବେ ଏହି ଗୋଷ୍ଠୀ ଶୌଚାଳୟରେ ଦୀର୍ଘଦିନ ହେଲା ତାଲା ପଡିଛି। ମୋଟର ସଜାଡ଼ି ଏହାକୁ କାର୍ଯ୍ୟକ୍ଷମ କରିବା ଲାଗି ପଞ୍ଚାୟତ କିମ୍ବା ବ୍ଲକ ପ୍ରଶାସନ କେହି ଆଗ୍ରହ ପ୍ରକାଶ କରୁନାହାନ୍ତି। ଏନେଇ ପୋଟ୍ରେଲ ସରପଞ୍ଚ ଦାଇମତି ପଡ଼ିଆମିଙ୍କୁ ପଚାରିବାରୁ ସେ କହିଲେ, ଏ ସମ୍ପର୍କରେ ସେ ଗ୍ରାମପଞ୍ଚାୟତ ଅଧିକାରୀଙ୍କୁ ଜଣାଇଛନ୍ତି। ସେ କାମ ଠିକାଦାର ବୁଝିବେ ବୋଲି କହି ନୀରବ ରହିଛନ୍ତି। ଗ୍ରାମପଞ୍ଚାୟତ ଅଧିକାରୀଙ୍କୁ ପଚାରିବା ଲାଗି ତାଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ତାହା ସମ୍ଭବ ହୋଇ ନ ଥିଲା। ଗୋଷ୍ଠୀ ଶୌଚାଳୟକୁ ଜଳଯୋଗାଣ ଦାୟିତ୍ୱରେ ଥିବା କନିଷ୍ଠଯନ୍ତ୍ରୀ ସୁଗଡ଼ ହେମ୍ବ୍ରମଙ୍କୁ ପଚାରିବାରୁ ସେ କହିଲେ, ସେଠାକାର ସମସ୍ତ ଦାୟିତ୍ୱ ପାଣି ପଞ୍ଚାୟତ କମିଟିକୁ ହସ୍ତାନ୍ତର କରାଯାଇଛି। ସେ କାମ କମିଟି କରିବ। ତେବେ ପାଣି ପଞ୍ଚାୟତ କମିଟି ସଦସ୍ୟଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ସେ କହିଲେ, ଜଳ ଯୋଗାଣ ଦାୟିତ୍ୱ ଆମକୁ ମିଳିଛି ସତ, ହେଲେ ଗୋଷ୍ଠୀ ଶୌଚାଳୟ ଦାୟିତ୍ୱ ଆମର ନୁହେଁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri