ଗୋଷ୍ଠୀ ଶୌଚାଳୟରୁ ଫିଟୁନି ତାଲା

କୋରୁକୋଣ୍ଡା, ୫।୫(ଡି.ଏନ୍‌.ଏ.) : ନିର୍ମାଣ ପରଠାରୁ ମାତ୍ର ୧୫ ଦିନ ଲୋକଙ୍କ ସେବାରେ ଲାଗିଛି। ତା’ପରଠାରୁ ତାଲା ପଡ଼ି ରହିଛି ଗୋଷ୍ଠୀ ଶୌଚାଳୟ। ଜନକଲ୍ୟାଣ ଉଦ୍ଦେଶ୍ୟରେ ବିଭିନ୍ନ ପ୍ରକଳ୍ପରେ କେନ୍ଦ୍ର ଓ ରାଜ୍ୟ ସରକାର ଖର୍ଚ୍ଚ କରୁଥିବା ଅର୍ଥ ଏପରି ଅପବ୍ୟୟ ହେଉଥିବା ନଜିର ସାମ୍‌ନାକୁ ଆସିଛି। ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ପୋଟ୍ରୋଲ ପଞ୍ଚାୟତରେ ନିର୍ମିତ ଗୋଷ୍ଠୀ ଶୌଚାଳୟ ଏହାର ଉଦାହରଣ।
ପୋଟ୍ରେଲ ଛକଠାରେ ୨୦୨୦-୨୧ ଆର୍ଥିକ ବର୍ଷରେ ସ୍ବଚ୍ଛ ଭାରତ ମିଶନ ପକ୍ଷରୁ ୩ ଲକ୍ଷ ଟଙ୍କା ବ୍ୟୟରେ ଏହି ଗୋଷ୍ଠୀ ଶୌଚଳୟ ନିର୍ମାଣ କରାଯାଇଥିଲା। ମାତ୍ର ଦୀର୍ଘଦିନ ଧରି ବିଦ୍ୟୁତ୍‌ ସଂଯୋଗ ନ ହେବାରୁ ଶୌଚାଳୟ ଲୋକଙ୍କ କାମରେ ଲାଗି ନ ଥିଲା। ଏନେଇ ବିଭିନ୍ନ ସମୟରେ ଅସନ୍ତୋଷ ପ୍ରକାଶ ପାଇବାରୁ ପ୍ରଶାସନ ସେଠାରେ ପାଣି ପାଇଁ ମୋଟର ଲଗାଇ ବିଦ୍ୟୁତ୍‌ ସଂଯୋଗ କରିଥିଲା। ଫଳରେ ଜନସାଧାରଣ ଏବଂ ବିଭିନ୍ନ କାର୍ଯ୍ୟରେ ଯାତାୟାତ ଲାଗି ସେଠାରେ ବସ୍‌କୁ ଅପେକ୍ଷା କରୁଥିବା ଯାତ୍ରୀଙ୍କ ମଧ୍ୟରେ ଖୁସି ପ୍ରକାଶ ପାଇଥିଲା। ମାତ୍ର ସେମାନଙ୍କ ଏହି ଖୁସି ୧୫ଦିନ ନ ପୁରୂଣୁ ମିଳେଇଯାଇଥିଲା। ଲଗାଯାଇଥିବା ମୋଟରଟି ଅଚଳ ହୋଇପଡିଥିଲା। ଫଳରେ ଏବେ ଏହି ଗୋଷ୍ଠୀ ଶୌଚାଳୟରେ ଦୀର୍ଘଦିନ ହେଲା ତାଲା ପଡିଛି। ମୋଟର ସଜାଡ଼ି ଏହାକୁ କାର୍ଯ୍ୟକ୍ଷମ କରିବା ଲାଗି ପଞ୍ଚାୟତ କିମ୍ବା ବ୍ଲକ ପ୍ରଶାସନ କେହି ଆଗ୍ରହ ପ୍ରକାଶ କରୁନାହାନ୍ତି। ଏନେଇ ପୋଟ୍ରେଲ ସରପଞ୍ଚ ଦାଇମତି ପଡ଼ିଆମିଙ୍କୁ ପଚାରିବାରୁ ସେ କହିଲେ, ଏ ସମ୍ପର୍କରେ ସେ ଗ୍ରାମପଞ୍ଚାୟତ ଅଧିକାରୀଙ୍କୁ ଜଣାଇଛନ୍ତି। ସେ କାମ ଠିକାଦାର ବୁଝିବେ ବୋଲି କହି ନୀରବ ରହିଛନ୍ତି। ଗ୍ରାମପଞ୍ଚାୟତ ଅଧିକାରୀଙ୍କୁ ପଚାରିବା ଲାଗି ତାଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ତାହା ସମ୍ଭବ ହୋଇ ନ ଥିଲା। ଗୋଷ୍ଠୀ ଶୌଚାଳୟକୁ ଜଳଯୋଗାଣ ଦାୟିତ୍ୱରେ ଥିବା କନିଷ୍ଠଯନ୍ତ୍ରୀ ସୁଗଡ଼ ହେମ୍ବ୍ରମଙ୍କୁ ପଚାରିବାରୁ ସେ କହିଲେ, ସେଠାକାର ସମସ୍ତ ଦାୟିତ୍ୱ ପାଣି ପଞ୍ଚାୟତ କମିଟିକୁ ହସ୍ତାନ୍ତର କରାଯାଇଛି। ସେ କାମ କମିଟି କରିବ। ତେବେ ପାଣି ପଞ୍ଚାୟତ କମିଟି ସଦସ୍ୟଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ସେ କହିଲେ, ଜଳ ଯୋଗାଣ ଦାୟିତ୍ୱ ଆମକୁ ମିଳିଛି ସତ, ହେଲେ ଗୋଷ୍ଠୀ ଶୌଚାଳୟ ଦାୟିତ୍ୱ ଆମର ନୁହେଁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

୨୧ ବର୍ଷ ପରେ ଖୋଲିଲା ରାମ ମନ୍ଦିର

ମାଲକାନଗିରି, ୧୫ା୪(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀଙ୍କ ଭୟରେ ଦୀର୍ଘ ୨୧ ବର୍ଷ ଧରି ବନ୍ଦଥିବା ଶ୍ରୀରାମ ମନ୍ଦିର ପୁନଃ ଖୋଲିବା ସହ ପୂଜା କରିଛନ୍ତି ସିଆରପିଏଫ ଯବାନ।...

ମା’ଙ୍କ ଗୋଇଠା ମାଡ଼ରେ ଚାଲିଗଲା ପୁଅର ଜୀବନ

କାଲିମେଳା,୧୪ା୪(ଜୀବନ କୃଷ୍ଣ ଦାସ): ପୁଅକୁ ଆକଟ କରିବାକୁ ଯାଇ ମା’ଙ୍କ ଗୋଇଠା ମାଡ଼ରେ ନିଜ ଜନ୍ମ କଲା ୮ ବର୍ଷ ପୁଅର ମୃତ୍ୟୁ ହେବା ପରି...

୬ ମାଓବାଦୀ ଗିରଫ

ମାଲକାନଗିରି,୮ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଛତିଶଗଡ଼ ସୀମାନ୍ତ ସୁକ୍‌ମା ପୋଲିସକୁ ମିଳିଛି ବଡ଼ ସଫଳତା ସୀମାନ୍ତ ଛତିଶଗଡ଼ ସୁକ୍‌ମା ଜିଲାରୁ ୬ ମାଓବାଦୀଙ୍କୁ ଗିରଫ କରାଯାଇଛି। ସେମାନଙ୍କ...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ୩ ମାଓବାଦୀ

ମାଲକାନଗିରି,୬।୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସିମାନ୍ତ ଛତିଶଗଡ଼ କାଙ୍କେର ଜିଲାରେ ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୩ଜଣ ମାଓବାଦୀଙ୍କ ମୃତ୍ୟୁ...

ଟିକେଟ୍‌ ପାଇଁ ରାଜ୍ୟ ପ୍ରଭାରୀଙ୍କ ଅର୍ଥ ଦାବି: ଶରତଙ୍କ ଅଭିଯୋଗକୁ ଜିଲା କଂଗ୍ରେସ କମିଟିର ଖଣ୍ଡନ

ମାଲକାନଗିରି,୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀ କଂଗ୍ରେସ ବିଧାୟକ ପ୍ରାର୍ଥୀ ଟିକେଟ୍‌ ପାଇଁ ଶରତ ବୁରୁଦା ଆଶାୟୀ ଥିଲା ବେଳେ ଭୁବନେଶ୍ୱରଠାରେ ଏକ...

ଯବାନଙ୍କୁ ଟାର୍ଗେଟ କରି ଟିଫିନ ବୋମା ଖଞ୍ଜିଥିଲେ ମାଓବାଦୀ, ବିଗାଡ଼ିଲେ ଯବାନ

ମାଲକାନଗିରି,୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ଆନ୍ଧ୍ର-ଓଡ଼ିଶା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଡିଭିଏଫ୍‌ ଯବାନମାନଙ୍କୁ ମିଳିଛି ଏକ ବଡ଼ ସଫଳତା। ଉକ୍ତ ଅଞ୍ଚଳରୁ ବିପୁଳ...

ପୋଲିସ ଗୁଳିରେ ଟଳିଲେ ୯ରୁ ଊର୍ଦ୍ଧ୍ୱ ମାଓବାଦୀ

ମାଲକାନଗିରି,୨ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡରେ ପୋଲିସ ଗୁଳିରେ ମଙ୍ଗଳବାର ୯ରୁ ଊର୍ଦ୍ଧ୍ୱ ମାଓବାଦୀ ନିହତ ହୋଇଥିବା ବେଳେ ବହୁ ସଂଖ୍ୟାରେ ମାଓବାଦୀ ଆହତ ହୋଇଥିବା ଜଣାପଡିଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri