ମାଗଣାରେ ବ୍ୟବହାର କରିହେବ ସରକାରୀ ଶୌଚାଳୟ

ଭୁବନେଶ୍ବର, ୧୪ା୨(ବ୍ୟୁରୋ):ରାଜ୍ୟର ସବୁ ସହରରେ ସର୍ବସାଧାରଣଙ୍କ ନିମନ୍ତେ ଉଦ୍ଦିଷ୍ଟ ଥିବା ସରକାରୀ ଶୌଚାଳୟଗୁଡ଼ିକୁ ଲୋକମାନେ ଏଣିକି ମାଗଣାରେ ଉପଯୋଗ କରିପାରିବେ। ଏଥିପାଇଁ ଲୋକଙ୍କୁ ଆଉ କୌଣସି ଅର୍ଥ ଦେବାକୁ ପଡ଼ିବ ନାହିଁ। ରାଜ୍ୟର ସମସ୍ତ ପବ୍ଲିକ ଓ କମ୍ୟୁନିଟି ଟଏଲେଟଗୁଡ଼ିକ ସମ୍ମୁଖରେ ସ୍ପଷ୍ଟ ଦୃଶ୍ୟମାନ ହେଉଥିବା ଡିସପ୍ଲେ ବୋର୍ଡ ଅବା କାନ୍ଥଲେଖା ରହିବ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଫଟୋଚିତ୍ର ସହ ‘ମାଗଣା ଶୌଚାଳୟ ଉପଯୋଗ’ ଲେଖିବା ନିମନ୍ତେ ରାଜ୍ୟ ଉନ୍ନୟନ ବିଭାଗ ନିର୍ଦ୍ଦେଶ ଦେଇଛି। ଆଉ ଶୌଚାଳୟ ପରିଚାଳନା ଓ ଡିସପ୍ଲେ ବୋର୍ଡ ବାବଦ ଅର୍ଥ ସ୍ବଚ୍ଛ ଭାରତ ମିଶନ(ସହରାଞ୍ଚଳ) ପାଣ୍ଠିରୁ ଭରଣା କରାଯିବ। ରାଜ୍ୟର ସହରାଞ୍ଚଳ ଗୁଡ଼ିକରେ ଥିବା ଶୌଚାଳୟ ଉପଯୋଗ ନିମନ୍ତେ କୌଣସି ଅର୍ଥ ବା ଫି’ ଦେବାକୁ ପଡ଼ିବ ନାହିଁ ବୋଲି ନଗର ଉନ୍ନୟନ ବିଭାଗ ପକ୍ଷରୁ ସବୁ ମ୍ୟୁନିସିପାଲ କର୍ପୋରେସନର କମିଶନର, ମ୍ୟୁନିସିପାଲିଟି ଏବଂ ଏନ୍‌ଏସିର ଏକଜିକ୍ୟୁଟିଭ ଅଫିସରଙ୍କୁ ଚିଠି କରାଯାଇଛି। ଏଥିରେ ଉଲ୍ଲେଖ ରହିଛି ଯେ, ଯଦି କେହି ଶୌଚାଳୟ ଉପଯୋଗ ପାଇଁ ୟୁଜର୍ସ ଫି ଦାବି କରୁଛନ୍ତି, ତା’ହେଲେ ନଗର ଉନ୍ନୟନ ବିଭାଗର ‘ମୋ ସହର ସରକାର’ ହେଲପଲାଇନ ନମ୍ବର-୦୬୭୪ ୨୩୯୧୩୯୫ରେ ଅଭିଯୋଗ କରିପାରିବେ। ୟୁଜର୍ସ ଫି’ ନ ନେବା ପାଇଁ ନଗର ଉନ୍ନୟନ ବିଭାଗ ପକ୍ଷରୁ ସମସ୍ତ ଜିଲାପାଳ, ବିଡିଏ କର୍ତ୍ତୃପକ୍ଷ ଓ ସୁଲଭ ଇଣ୍ଟରନ୍ୟାସନାଲ କର୍ତ୍ତୃପକ୍ଷଙ୍କୁ ଚିଠି ମାଧ୍ୟମରେ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri