ଟ୍ରେନ୍‌ର କେଉଁ ସିଟରେ ବସିଲେ କରୋନା ସଂକ୍ରମଣ ଆଶଙ୍କା ଅଧିକ ଥାଏ

ନ୍ୟୁୟର୍କ,୮।୮: କରୋନା ଭାଇରସ ସଂକ୍ରମଣକୁ ନେଇ ସାରା ବିଶ୍ୱରେ ଆତଙ୍କ ଖେଳି ଯାଇଛି। ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଏହି ଭାଇରସ ଦ୍ୱାରା ସଂକ୍ରମିତ ହେଉଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ପ୍ରାୟ ସାରା ବିଶ୍ୱରେ ପବ୍ଲିକ ଟ୍ରାନ୍ସପୋର୍ଟକୁ ବନ୍ଦ କରି ଦିଆଯାଇଥିଲା। ଏବେ କିନ୍ତୁ ଧୀରେ ଧୀରେ ଏହା ଚାଲିବା ଆରମ୍ଭ କଲାଣି। ଦୂରଗାମୀ ଟ୍ରେନ୍‌ ସେବା ଆରମ୍ଭ ହୋଇ ନ ଥିଲେ ମଧ୍ୟ କିଛି ଟ୍ରେନ୍‌ ଚଳାଚଳ ଆରମ୍ଭ କରିଛି। ନ୍ୟୁୟର୍କରେ ପାଖାପାଖି ୫ ମାସ ପରେ ଟ୍ରେନ୍‌ ସେବା ପୁଣିଥରେ ଆରମ୍ଭ କରାଯାଇଛି। ହେଲେ ଏଥିରେ ଯାତ୍ରୀଙ୍କ ସଂଖ୍ୟା ଖୁବ୍‌ କମ୍‌ ରହିଛି। ଏପଟେ ନ୍ୟୁୟର୍କ ଟାଇମ୍ସର ସହାୟତାରେ କରାଯାଇଥିବା ଏକ ସର୍ଭେରୁ ଜଣାପଡିଛି ଯେ କରୋନା ସଂକ୍ରମଣ ସମୟରେ ପବ୍ଲିକ ଟ୍ରାନ୍ସପୋର୍ଟ ଏତେ ବିପଜ୍ଜନକ ନୁହେଁ। ଟ୍ରେନ୍‌ ବା ବସ୍‌ରେ ଯାତ୍ରା କରିବା ସମୟରେ ଯଦି ଯାତ୍ରୀମାନେ ମାସ୍କ ପିନ୍ଧୁଛନ୍ତି ଓ ସମାଜିକ ଦୂରତା ରଖୁଛନ୍ତି ତେବେ କରୋନା ସଂକ୍ରମଣ ହେବାର ଆଶଙ୍କା କମ୍‌ ରହିଛି। ଯଦି କେହି ସଂକ୍ରମିତ ପବ୍ଲିକ ଟ୍ରାନ୍ସପୋର୍ଟରେ ଯାତ୍ରା କରୁଛନ୍ତି ତେବେ ତାଙ୍କଠାରୁ ୩ଟି ସିଟ୍‌ ବ୍ୟବଧାନରେ ବସିଥିବା ଯାତ୍ରୀଙ୍କୁ ସଂକ୍ରମଣ ଆଶଙ୍କା ୦.୩୨ ପ୍ରତିଶତ ରହିବ ବୋଲି କୁହାଯାଉଛି। କିନ୍ତୁ ତାଙ୍କ ପାଖରେ ବସିଥିବା ଯାତ୍ରୀଙ୍କୁ ସଂକ୍ରମଣର ଆଶଙ୍କା ୩.୫ ପ୍ରତିଶତ ରହିଥାଏ ବୋଲି ସର୍ଭେରୁ ଜଣାପଡିଛି। ଯଦି ସଂକ୍ରମିତ ଝିଙ୍କି ଦେଉଛନ୍ତି ବା କାଶି ଦେଉଛନ୍ତି ତେବେ ତାଙ୍କ ପାଖରେ ବସିଥିବା ଲୋକପାଇଁ ବେଶ୍‌ କ୍ଷତିକାରକ ହୋଇପାରେ। କିନ୍ତୁ ବିମାନ ଯାତ୍ରା ସମୟରେ ଏଭଳି ଅସୁବିଧା ସାଧାରଣତଃ ଦେଖାଯାଇ ନ ଥିବା ଜଣାପଡିଛି। ବିଶେଷଜ୍ଞଙ୍କ କହିବା କଥା ହେଲା ପବ୍ଲିକ ଟ୍ରାନ୍ସପୋର୍ଟରେ ଯାତ୍ରା କରିବା ସମୟରେ ଯଦି ସମସ୍ତ ଯାତ୍ରୀ ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ଓ ପରିଷ୍କାର ପରିଚ୍ଛନ ରହିବେ ତେବେ କରୋନା ସଂକ୍ରମଣକୁ ସହଜରେ ଦୂରେଇ ଦେଇ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri