ଆଜି ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ,୧୯।୪: ବୈଶାଖ ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକ ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀବିଗ୍ରହମାନଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରେ ଏହି ନୀତି ଅନ୍ୟତମ। ତେବେ ଏହି ଗୁପ୍ତନୀତି ଅପରାହ୍ନ ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ତେଣୁ ଏହି ନୀତି ସମୟରେ ଉକ୍ତ ୪ଘଣ୍ଟା ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ସୂଚନା ଓ ଲୋକ ସର୍ମ୍ପକ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଦତ୍ତମହାପାତ୍ର ସେବକମାନେ ଏହି ଗୁପ୍ତ ବନକ ଲାଗି ନୀତିକୁ ସମ୍ପାଦନ କରିଥାନ୍ତି। ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ, ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଦ୍ୱିତୀୟ ଭୋଗ ମଣ୍ଡପ ସମ୍ପନ୍ନ ହୋଇ ପାଣି ପଡିବା ଉତ୍ତାରେ ଏହି ନୀତି ଅନୁଷ୍ଠିତ ହୁଏ। ସେବକମାନେ ରତ୍ନ ସିଂହାସନ ଉପରକୁ ଉଠି ଠାକୁରମାନଙ୍କ ଶ୍ରୀମୁଖ ଶୃଙ୍ଗାର କରିଥାନ୍ତି। ବନକ ଲାଗିରେ ମୁଖ୍ୟତଃ ପ୍ରାକୃତିକ ରଙ୍ଗ ଯଥା କସ୍ତୁରୀ, ହରିତାଳ, ଶଙ୍ଖତାଳ, ହେଙ୍ଗୁଳ, କେଶର, ବାହାଡା ରଙ୍ଗର ବ୍ୟବହାର ହୁଏ। ଏହି ଗୁପ୍ତନୀତି ସମୟରେ ଅନ୍ୟ ସେବାୟତଙ୍କ ସହ ୪ ଘଣ୍ଟା ସର୍ବସାଧରଣ ଦର୍ଶନ ବନ୍ଦ ରହିବ। ଦତ୍ତମହାପାତ୍ର ସେବକମାନେ ନୀତି ଶେଷ କରି ଶ୍ରୀମନ୍ଦିରରୁ ବାହାରିବା ପରେ ଶ୍ରୀବିଗ୍ରହଙ୍କ ମହାସ୍ନାନ ନୀତି ସମ୍ପନ୍ନ ହୋଇ ଦର୍ଶନ ପୁନର୍ବାର ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri