ଆଜି ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ,୧୯।୪: ବୈଶାଖ ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକ ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀବିଗ୍ରହମାନଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରେ ଏହି ନୀତି ଅନ୍ୟତମ। ତେବେ ଏହି ଗୁପ୍ତନୀତି ଅପରାହ୍ନ ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ତେଣୁ ଏହି ନୀତି ସମୟରେ ଉକ୍ତ ୪ଘଣ୍ଟା ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ସୂଚନା ଓ ଲୋକ ସର୍ମ୍ପକ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଦତ୍ତମହାପାତ୍ର ସେବକମାନେ ଏହି ଗୁପ୍ତ ବନକ ଲାଗି ନୀତିକୁ ସମ୍ପାଦନ କରିଥାନ୍ତି। ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ, ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଦ୍ୱିତୀୟ ଭୋଗ ମଣ୍ଡପ ସମ୍ପନ୍ନ ହୋଇ ପାଣି ପଡିବା ଉତ୍ତାରେ ଏହି ନୀତି ଅନୁଷ୍ଠିତ ହୁଏ। ସେବକମାନେ ରତ୍ନ ସିଂହାସନ ଉପରକୁ ଉଠି ଠାକୁରମାନଙ୍କ ଶ୍ରୀମୁଖ ଶୃଙ୍ଗାର କରିଥାନ୍ତି। ବନକ ଲାଗିରେ ମୁଖ୍ୟତଃ ପ୍ରାକୃତିକ ରଙ୍ଗ ଯଥା କସ୍ତୁରୀ, ହରିତାଳ, ଶଙ୍ଖତାଳ, ହେଙ୍ଗୁଳ, କେଶର, ବାହାଡା ରଙ୍ଗର ବ୍ୟବହାର ହୁଏ। ଏହି ଗୁପ୍ତନୀତି ସମୟରେ ଅନ୍ୟ ସେବାୟତଙ୍କ ସହ ୪ ଘଣ୍ଟା ସର୍ବସାଧରଣ ଦର୍ଶନ ବନ୍ଦ ରହିବ। ଦତ୍ତମହାପାତ୍ର ସେବକମାନେ ନୀତି ଶେଷ କରି ଶ୍ରୀମନ୍ଦିରରୁ ବାହାରିବା ପରେ ଶ୍ରୀବିଗ୍ରହଙ୍କ ମହାସ୍ନାନ ନୀତି ସମ୍ପନ୍ନ ହୋଇ ଦର୍ଶନ ପୁନର୍ବାର ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri