ଆଜି ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ, ୧୩ା୬:  ଦେବସ୍ନାନ ପୂର୍ଣ୍ଣିମା। ସ୍ନାନମଣ୍ଡପରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ମହାପ୍ରଭୁଙ୍କ ଅଣସର ନୀତି ଆରମ୍ଭ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ସେବକ ଦଇତାପତି ସେବକମାନେ ଏହି ଅଣସର ଗୁପ୍ତ ନୀତିକୁ ସମ୍ପାଦନ କରିବେ। ମହାପ୍ରଭୁଙ୍କ ଗୁପ୍ତ ନୀତି ଥିବାରୁ ସୋମବାର ପ୍ରାୟ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ସର୍ବସାଧାରଣଙ୍କ ନିମନ୍ତେ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପରମ୍ପରା ଅନୁଯାୟୀ, ରବିବାର ଶୁକ୍ଳ ଦ୍ୱାଦଶୀ ତିଥିରେ ଦଇତାପତିମାନେ ଶ୍ରୀମନ୍ଦିର ପ୍ରବେଶ କରିଛନ୍ତି। ସେମାନେ ସ୍ନାନଯାତ୍ରାଠାରୁ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସେବା କରିବେ। ରାତ୍ର ବଡ଼ସିଂହାର ସରି ଶ୍ରୀମୁଖ ଖଣ୍ଡୁଆ ପଡ଼ିବା ପରେ ଦଇତାପତିମାନେ ଶ୍ରୀଅଙ୍ଗ ସୁରକ୍ଷା ଲାଗି ବାହୁଟ କଣ୍ଟ କରିବେ। ସେନାପଟା ଲାଗି ଓ ବାହୁଟ କଣ୍ଟ ପାଇଁ ଶନିବାର ରାତିରେ ସାକ୍ଷୀଗୋପାଳ ଅଞ୍ଚଳରୁ ଆସିଥିବା ବଉଳ କାଠକୁ ଆବଶ୍ୟକ ମାପ ଅନୁସାରେ କଟାଯାଇ ସେନାପଟା ଓ ବାହୁଟ ନିର୍ମାଣ କରାଯିବ। ସ୍ନାନଯାତ୍ରା, ଶ୍ରୀଗୁଣ୍ଡିଚା ଯାତ୍ରା, ଆଡ଼ପ ପହଣ୍ଡି ବାହୁଡା଼ ଯାତ୍ରା ଏବଂ ନୀଳାଦ୍ରି ବିଜେ ପହଣ୍ଡି ସମୟରେ ଏହି ସେନାପଟା ଓ ବାହୁଟ ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ପ୍ରଦାନ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri