ଆଜି ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ, ୧୩ା୬:  ଦେବସ୍ନାନ ପୂର୍ଣ୍ଣିମା। ସ୍ନାନମଣ୍ଡପରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ମହାପ୍ରଭୁଙ୍କ ଅଣସର ନୀତି ଆରମ୍ଭ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ସେବକ ଦଇତାପତି ସେବକମାନେ ଏହି ଅଣସର ଗୁପ୍ତ ନୀତିକୁ ସମ୍ପାଦନ କରିବେ। ମହାପ୍ରଭୁଙ୍କ ଗୁପ୍ତ ନୀତି ଥିବାରୁ ସୋମବାର ପ୍ରାୟ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ସର୍ବସାଧାରଣଙ୍କ ନିମନ୍ତେ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପରମ୍ପରା ଅନୁଯାୟୀ, ରବିବାର ଶୁକ୍ଳ ଦ୍ୱାଦଶୀ ତିଥିରେ ଦଇତାପତିମାନେ ଶ୍ରୀମନ୍ଦିର ପ୍ରବେଶ କରିଛନ୍ତି। ସେମାନେ ସ୍ନାନଯାତ୍ରାଠାରୁ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସେବା କରିବେ। ରାତ୍ର ବଡ଼ସିଂହାର ସରି ଶ୍ରୀମୁଖ ଖଣ୍ଡୁଆ ପଡ଼ିବା ପରେ ଦଇତାପତିମାନେ ଶ୍ରୀଅଙ୍ଗ ସୁରକ୍ଷା ଲାଗି ବାହୁଟ କଣ୍ଟ କରିବେ। ସେନାପଟା ଲାଗି ଓ ବାହୁଟ କଣ୍ଟ ପାଇଁ ଶନିବାର ରାତିରେ ସାକ୍ଷୀଗୋପାଳ ଅଞ୍ଚଳରୁ ଆସିଥିବା ବଉଳ କାଠକୁ ଆବଶ୍ୟକ ମାପ ଅନୁସାରେ କଟାଯାଇ ସେନାପଟା ଓ ବାହୁଟ ନିର୍ମାଣ କରାଯିବ। ସ୍ନାନଯାତ୍ରା, ଶ୍ରୀଗୁଣ୍ଡିଚା ଯାତ୍ରା, ଆଡ଼ପ ପହଣ୍ଡି ବାହୁଡା଼ ଯାତ୍ରା ଏବଂ ନୀଳାଦ୍ରି ବିଜେ ପହଣ୍ଡି ସମୟରେ ଏହି ସେନାପଟା ଓ ବାହୁଟ ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ପ୍ରଦାନ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସବୁଆଡ଼ୁ ଘେରିଗଲାଣି ଚାଇନା

ଭାରତର ପଶ୍ଚିମରେ ଥିବା ଆରବ ସାଗରକୁ ଚାଇନା ପ୍ରବେଶ କରିବା ପାଇଁ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ସୃଷ୍ଟି କରାଯାଇଛି। ସେଥିରେ ରାସ୍ତା ନିର୍ମାଣଠାରୁ ଆରମ୍ଭ କରି…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri