ଆଜିଠୁ ସହଜ ଦର୍ଶନ

ପୁରୀ ଅଫିସ,୨୧।୧:ଶ୍ରୀମନ୍ଦିରରେ ଗୁରୁବାରଠାରୁ ବିନା କୋଭିଡ୍‌ ନେଗେଟିଭ୍‌ ରିପୋର୍ଟରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। ସକାଳ ୭ଟାରୁ ଶ୍ରଦ୍ଧାଳୁମାନେ କୋଭିଡ୍‌ ଗାଇଡ୍‌ଲାଇନ୍‌ ଓ ସ୍ବତନ୍ତ୍ର ଏସ୍‌ଓପି ମାନି ମନ୍ଦିରକୁ ଯାଇ ଦାରୁଦିଅଁଙ୍କୁ ଦର୍ଶନ କରିପାରିବେ। ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗଙ୍କ ପାଇଁ ସ୍ବତନ୍ତ୍ର ଧାଡ଼ି ବ୍ୟବସ୍ଥା ହୋଇଛି। ପ୍ରଶାସନ ପକ୍ଷରୁ ପ୍ରାୟ ୩୦ ହଜାର ଶ୍ରଦ୍ଧାଳୁଙ୍କ ନିମନ୍ତେ ପ୍ରସ୍ତୁତି କରାଯାଇଛି। ମନ୍ଦିର ପରିସରରେ ଦୀପ ଲଗାଇବା, ଭୋଗ ଲଗାଇବା ଏବଂ ଆନନ୍ଦ ବଜାରରେ ମହାପ୍ରସାଦ ସେବନ କରିବା ଆଦି ନିଷେଧ ରହିଛି। ସାନିଟାଇଜେଶନ ଉପରେ ଗୁରୁତ୍ୱ ଦିଆଯିବା ସହ ଖରାକୁ ଦୃଷ୍ଟିରେ ରଖି ପାନୀୟଜଳର ବନ୍ଦୋବସ୍ତ କରାଯାଇଛି। ସକାଳ ୬ରୁ ୭ଟା ପର୍ଯ୍ୟନ୍ତ ପୁରୀ ସହରବାସୀ ପରିଚୟପତ୍ର ସହ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖ ଧାଡ଼ିରେ ମନ୍ଦିରକୁ ପ୍ରବେଶ କରିପାରିବେ। ଅନ୍ୟ ସମୟରେ ସାଧାରଣ ଧାଡ଼ିରେ ଆସିବେ। ସେହିପରି ସାନିଟାଇଜେଶନ ପାଇଁ ପ୍ରତି ରବିବାର ମନ୍ଦିର ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ବୁଧବାର ସୂଚନା ଦେଇଛନ୍ତି।
ବୁଧବାର ପୂର୍ବାହ୍ନରେ ଆଇନମନ୍ତ୍ରୀ ପ୍ରତାପ ଜେନା ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଏହାପରେ ସେ ପ୍ରଶାସନର ପ୍ରସ୍ତୁତି ସମ୍ପର୍କରେ ଅନୁଧ୍ୟାନ କରିଥିଲେ। ଏହି ସମୟରେ ତାଙ୍କ ସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏବଂ ଅନ୍ୟ ଅଧିକାରୀ ଉପସ୍ଥିତ ଥିଲେ। ଦର୍ଶନ ବ୍ୟବସ୍ଥା ନେଇ ସେ ସନ୍ତୋଷ ପ୍ରକାଶ କରିଛନ୍ତି। ପ୍ରସ୍ତୁତି ଭଲ ହୋଇଛି, ତେଣୁ ସାଧାରଣ ଦର୍ଶନ ଶୃଙ୍ଖଳିତ ହେବା ନେଇ ଆଶା କରୁଛି ବୋଲି ମନ୍ତ୍ରୀ କହିଛନ୍ତି। ସେହିପରି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର, ଜିଲାପାଳ ସମର୍ଥ ବର୍ମା, କେନ୍ଦ୍ରାଞ୍ଚଳ ଡିଆଇଜି ଆଶିଷ ସିଂ ଏବଂ ଏସ୍‌ପି କନଓ୍ବର ବିଶାଲ ସିଂ ବଡଦାଣ୍ଡରେ ବୁଲି ଦର୍ଶନ ଓ ପୋଲିସ ବ୍ୟବସ୍ଥା ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ଅନ୍ୟପକ୍ଷରେ ସନ୍ଧ୍ୟାରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ଏବଂ ଏସ୍‌ପିଙ୍କ ସମେତ ଉପଜିଲାପାଳ ଭବତାରଣ ସାହୁ, ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ ଜେନା ପ୍ରମୁଖ ଉପସ୍ଥିତ ଥିଲେ। ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ପାଇଁ ସ୍ବତନ୍ତ୍ର ଧାଡ଼ି, ସେମାନଙ୍କ ସମସ୍ୟା ବୁଝିବା, ଭକ୍ତ ଏସ୍‌ଓପି ମାନି ଦର୍ଶନ କରିବା, ବ୍ୟାରିକେଡ୍‌, ପାନୀୟଜଳ ଆଦି ବ୍ୟବସ୍ଥା ନେଇ ବୈଠକରେ ଆଲୋଚନା କରାଯାଇଥିଲା।
ଏସ୍‌ପି କହିଛନ୍ତି ଯେ, ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗଙ୍କୁ ସହାୟତା କରିବା ଲାଗି ୨୫ଜଣ ପୋଲିସ କର୍ମଚାରୀ ନିୟୋଜିତ ହେବେ। ସ୍ବାସ୍ଥ୍ୟଗତ କିମ୍ବା ଅନ୍ୟ କୌଣସି ସମସ୍ୟା ହେଲେ ଏମାନେ ତୁରନ୍ତ ସେବା ଯୋଗାଇ ଦେବେ। ବ୍ୟାରିକେଡ୍‌ ମଧ୍ୟରେ ୪ଟି ସ୍ଥାନରେ ପାନୀୟଜଳ ବ୍ୟବସ୍ଥା ହୋଇଛି। କେତୋଟି ଏନ୍‌ଜିଓକୁ ପରିଚାଳନା ବ୍ୟବସ୍ଥାରେ ସାମିଲ କରାଯାଇଛି। ସମ୍ପୃକ୍ତ ଏନ୍‌ଜିଓଗୁଡ଼ିକ ଶୃଙ୍ଖଳିତ ଦର୍ଶନ ଓ ଟ୍ରାଫିକ୍‌ ବ୍ୟବସ୍ଥା ନେଇ ସହଯୋଗ କରିବେ। ପୂର୍ବରୁ ୧୮ ପ୍ଲାଟୁନ୍‌ ଫୋର୍ସ ମୁତୟନ ନେଇ ଘୋଷଣା ହୋଇଥିଲା। ଏବେ ଏହାକୁ ବଢ଼ାଇ ୨୫ ପ୍ଲାଟୁନ୍‌ କରି ଦିଆଯାଇଛି। ୮୦ ଏସ୍‌ଆଇ ଏବଂ ଏଏସ୍‌ଆଇ, ୧୨ ଇନ୍ସପେକ୍ଟର, ୬ ଡିଏସ୍‌ପି ଓ ୨ଜଣ ଅତିରିକ୍ତ ଏସ୍‌ପି ଦାୟିତ୍ୱରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ନବନିର୍ମିତ ପ୍ରଶାସନିକ ଗୃହ ଉଦ୍‌ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍‌ଘାଟିତ…

ବ୍ୟାଙ୍କର ୩ ସ୍କାଏଲାଇଟ୍‌ ଭାଙ୍ଗି ପଶିଥିଲେ: ୪ ଗିରଫ

କେସିଙ୍ଗା, ୧୮।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ଗିଗିନା ଗ୍ରାମରେ ଥିବା କାନାରା ବ୍ୟାଙ୍କ ଶାଖାରୁ ଚୋରି ଅଭିଯୋଗରେ ୪ ଜଣଙ୍କୁ ପୋଲିସ…

କେସିଙ୍ଗା ବ୍ଲକରେ ନୂତନ ଯୋଗାଣ ଅଧିକାରୀ: ଦୀର୍ଘଦିନ ପରେ ପୂରଣ ହେଲା ଖାଲି ପଦବୀ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଦୀର୍ଘଦିନ ଧରି ଯୋଗାଣ ଅଧିକାରୀ ପଦବୀ ଖାଲି ରହିଥିଲା। ଫଳରେ ରାସନ କାର୍ଡରେ ନାମ ଯୋଡ଼ିବା…

IPL 2027 ନିଲାମ ପୂର୍ବରୁ ୧୧ ବଡ଼ ବ୍ୟାଟରଙ୍କୁ ରିଲିଜ କରାଯିବ! ଲିଷ୍ଟ ଦେଖିଲେ ମୁଣ୍ଡରେ ହାତ ଦେବେ

ନୂଆଦିଲ୍ଲୀ,୧୮।୯: ସମସ୍ତ ଦଳ ଇଣ୍ଡିଆନ ପ୍ରିମିୟର ଲିଗ (IPL)ର ୨୦ତମ ସିଜିନଅର୍ଥାତ IPL 2027 ପାଇଁ ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ଯଦିଓ ଏହି ଟୁର୍ଣ୍ଣାମେଣ୍ଟ ଆସନ୍ତା ବର୍ଷ…

୨୧ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିବ କଂଗ୍ରେସ

ଜୟପୁର,୧୭ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରଠାରେ ଏମ୍‌ଡିଆର ବିଲ୍‌ ପ୍ରତ୍ୟାହାର ଦାବିରେ ଏମ୍‌ପି, ବିଧାୟକ କଂଗ୍ରେସ ନେତା ଓ କର୍ମୀଙ୍କୁ ନେଇ ଜିଲା କଂଗ୍ରେସ କମିଟି ଆହ୍ବାନରେ…

ବସ୍‌ଷ୍ଟାଣ୍ଡରୁ ବାଘ ଛାଲ ଜବତ

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସ୍‌ଷ୍ଟାଣ୍ଡରୁ ୨ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏନେଇ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ…

ହଜାରେ ଝିଅଙ୍କ ଦାୟିତ୍ୱ ନେବେ ରଣବୀର ସିଂହ; ରଣବୀର ଓ ଆଲିଆ ମଧ୍ୟ ନେଲେ ଗୁରୁତ୍ୱପୂର୍ଣ୍ଣ ସଂକଳ୍ପ

ମୁମ୍ବଇ,୧୮।୯: ୧୪ ସେପ୍ଟେମ୍ବରରେ ଗଣେଶ ଚତୁର୍ଥୀ ଅବସରରେ, ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାଙ୍କ ପର୍ଯ୍ୟନ୍ତ ସାରା ଦେଶର ଲୋକମାନେ ନିଜ ଘରେ ଭଗବାନ ଗଣେଶଙ୍କ…

ବିପଦରେ ଅଜିତ ଅଗରକରଙ୍କ ପଦବୀ! BCCIର ନୂଆ ମୁଖ୍ୟ ଚୟନକର୍ତ୍ତା ହେବେ କି ପାର୍ଥିବ ପଟେଲ? ଏକ ପୋଷ୍ଟକୁ ନେଇ…

ନୂଆଦିଲ୍ଲୀ,୧୮।୯: ପୂର୍ବତନ ଭାରତୀୟ କ୍ରିକେଟର ପାର୍ଥିବ ପଟେଲ ପୁରୁଷ ସିନିୟର ଚୟନ କମିଟିର ଅଧ୍ୟକ୍ଷ ଭାବରେ ଅଜିତ ଅଗରକରଙ୍କ ସ୍ଥାନ ନେଇପାରନ୍ତି। ସେ ‘X’ (ଟୁଇଟର) ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?